Posted inରାଜ୍ୟ

ରାଜ୍ୟସ୍ତରୀୟ ଓଡ଼ିଶା ଦିବସରେ ସମ୍ମାନିତ ହେବେ ୧୦ କୋଭିଡ୍‌ ଯୋଦ୍ଧା

ଭୁବନେଶ୍ୱର,୩୧।୩(ବ୍ୟୁରୋ); ଆସନ୍ତା ୧ ତାରିଖରେ ଓଡ଼ିଶା ଦିବସ। ସାରା ରାଜ୍ୟରେ ଏହି ଦିବସ ପାଳନକୁ ଆକର୍ଷଣୀୟ କରିବା ପାଇଁ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସା ୬ଟାରେ ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆଠାରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ପାଳନ ହେବ। ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲରେ ଏହାକୁ ଉଦ୍‌ଘାଟନ କରିବେ। ଏହି ଅବସରରେ ଚିକିତ୍ସା ସେବା କ୍ଷେତ୍ରରେ ୧୦ଜଣ କୋଭିଡ୍‌ ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କରାଯିବ। ସାଧାରଣ ସଭା ପରେ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡିଶାର ସ୍ବନାମଧନ୍ୟ କଣ୍ଠଶିଳ୍ପୀଙ୍କ ଦ୍ୱାରା ଦେଶାତ୍ମବୋଧକ ସଂଗୀତ ପରିବେଷଣ କରାଯିବ। ଏଥିସହ ଓଡିଶୀ ନୃତ୍ୟ ଓ ସମ୍ବଲପୁରୀ ଲୋକନୃତ୍ୟ ପରିବେଷଣ ହେବ। ସ୍ବତନ୍ତ୍ର ଓଡିଶା ପ୍ରଦେଶ ଗଠନ ସମ୍ପର୍କିତ ଫଟୋଚିତ୍ର ପ୍ରଦର୍ଶନୀ ଓ ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ବାଲୁକା ସ୍ଥପତି ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ଦ୍ୱାରା ବାଲୁକା କଳା ପ୍ରଦର୍ଶିତ ହେବ। ଲୋକସେବା ଭବନ ସମେତ ବିଭିନ୍ନ ସରକାରୀ କୋଠାବାଡିକୁ ଆଲୋକମାଳାରେ ସଜ୍ଜିତ କରାଯିବ। କୋଭିଡ୍‌ କଟକଣା କୋହଳ ହେବାପରେ ଚଳିତ ବର୍ଷ ଓଡିଶା ଦିବସକୁ ଆକର୍ଷଣୀୟ ଢଙ୍ଗରେ ପାଳନ କରାଯିବାକୁ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ପୂର୍ବରୁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିସହ ମଙ୍ଗଳବାର ଅପରାହ୍ନରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଓ ସଂସ୍କୃତି ବିଭାଗ ପକ୍ଷରୁ ଭର୍ଚୁଆଲରେ ଏକ ମିଳିତ ବୈଠକ ବସି ଏହି ନିଷ୍ପତ୍ତି ହୋଇଛି। ବୈଠକରେ ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ରଞ୍ଜନ କୁମାର ଦାସ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri