ଗୋଟିଏ ଜୁଇରେ ୧୦ କୋଭିଡ୍‌ ମୃତଦେହ ସତ୍କାର ଘଟଣା ହାଇକୋର୍ଟରେ ମାମଲା

କଟକ ଅଫିସ,୨୨।୬: ବଲାଙ୍ଗୀରରେ ଗୋଟିଏ ଜୁଇରେ ୧୦ କୋଭିଡ୍‌ ସଂକ୍ରମିତଙ୍କ ମୃତଦେହ ସତ୍କାର ଏବଂ ବାରିପଦା କୋଭିଡ୍‌ ହସ୍ପିଟାଲରେ ଅବ୍ୟବସ୍ଥା ଘଟଣାକୁ ନେଇ ସୋମବାର ହାଇକୋର୍ଟରେ ଜନସ୍ବାର୍ଥ ମାମଲା ରୁଜୁ ହୋଇଛି। ଏଥିରେ ମୁଖ୍ୟ ଶାସନ ସଚିବ, ସ୍ବାସ୍ଥ୍ୟ ସଚିବ, ବାରିପଦା ଓ ବଲାଙ୍ଗୀର ଜିଲାପାଳଙ୍କୁ ପକ୍ଷଭୁକ୍ତ କରାଯାଇଛି। ଆବେଦନକାରୀ କାଳୀ ମିଶ୍ର ଏହି ମାମଲା ଦାଏର କରିଛନ୍ତି।
ସେ ତାଙ୍କ ଆବେଦନରେ ଉଲ୍ଲେଖ କରିଛନ୍ତି, କରୋନା ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ରାଜ୍ୟ ସରକାର କୋଭିଡ୍‌ ହସ୍ପିଟାଲ ଖୋଲିଛନ୍ତି। କିନ୍ତୁ କେତେକ ହସ୍ପିଟାଲରେ ବ୍ୟାପକ ଅବ୍ୟବସ୍ଥା ପରିଲକ୍ଷିତ ହେଉଛି। ବାରିପଦା କୋଭିଡ୍‌ ହସ୍ପିଟାଲରେ ରୋଗୀ ତଳେ ଗଡୁଛନ୍ତି। ଏପରି କି ପାଇଖାନା ନିକଟରେ ଶୋଉଛନ୍ତି।
ହାଇକୋର୍ଟରେ ମାମଲା…
ରୋଗୀମାନେ ବଞ୍ଚିଥିବାବେଳେ ଅବ୍ୟବସ୍ଥାର ଶିକାର ହେଉଛନ୍ତି। ସେହିପରି ଚିକିତ୍ସାଧୀନ ଅବସ୍ଥାରେ ଯେଉଁମାନଙ୍କ ମୃତ୍ୟୁ ଘଟୁଛି, ସେମାନଙ୍କ ମୃତଦେହକୁ ଅସମ୍ମାନ କରାଯାଉଛି। ବଲାଙ୍ଗୀରରେ ଗୋଟିଏ ଜୁଇରେ ୧୦ ମୃତଦେହ ସତ୍କାର କରାଯାଇଛି। ତେଣୁ ହାଇକୋର୍ଟଙ୍କ ତତ୍ତ୍ବାବଧାନରେ ଏହି ଘଟଣାର ତଦନ୍ତ କରାଯାଇ ହସ୍ପିଟାଲ ଓ ଦୋଷୀ ଅଧିକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ କୋଭିଡ୍‌ ହସ୍ପିଟାଲରେ ସିସିଟିଭି ଲଗାଇବା ପାଇଁ ନିବେଦନ କରାଯାଇଛି। ସେହିପରି କରୋନା ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ସରକାରଙ୍କ ପକ୍ଷରୁ ଜାରି ନିର୍ଦ୍ଦେଶାବଳୀକୁ ଠିକ୍‌ଭାବେ କାର୍ଯ୍ୟକାରୀ ଲାଗି ହାଇକୋର୍ଟ ନିର୍ଦ୍ଦେଶ ଦେବାକୁ ମିଶ୍ର ନିବେଦନ କରିଛନ୍ତି। ଆଇନଜୀବୀ ବିଭୁତି ଭୂଷଣ ଚୌଧୁରୀ ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

୧୩୭ ଅଭିଯୋଗ ଶୁଣିଲେ ଅଧିକାରୀ: ଖୁବଶୀଘ୍ର ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସଭାଗୃହ ପରିସରରେ ସୋମବାର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌…

ସୁପୋଷିତ ଓଡ଼ିଶା ମିଶନ ପ୍ରଶିକ୍ଷଣ: ଶିଶୁ ପୋଷଣ ଉପରେ ଗୁରୁତ୍ୱାରୋପ

ଦାରିଙ୍ଗବାଡି,୩୧।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗିବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଋଷିମାଳ ଡିଗ୍ରୀ କଲେଜରେ ସୋମବାର ସୁପୋଷିତ ଓଡ଼ିଶା ମିଶନ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri