କାନାଡା ବନାଗ୍ନିରେ ୧୦ କୋଟି ପ୍ରଭାବିତ

ଅଟାଓ୍ବା/ନ୍ୟୁୟର୍କ,୯ା୬: କାନାଡା ଜଙ୍ଗଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ କାନାଡା ଓ ଆମେରିକାର ଅନୂ୍ୟନ ୧୦ କୋଟି ଲୋକ ପ୍ରଭାବିତ ହୋଇଛନ୍ତି। ୩.୮ ନିୟୁତ ହେକ୍ଟରରୁ ଊର୍ଦ୍ଧ୍ୱ ଅଞ୍ଚଳ(ନ୍ୟୁଜର୍ସି ଆକୃତିର ପ୍ରାୟ ଦୁଇଗୁଣା)କୁ ନିଅଁା ମାଡ଼ିଥିବା କାନାଡିଆନ୍‌ ନ୍ୟାଶନାଲ ଫାୟାର ଡେଟାବେସ୍‌ ପକ୍ଷରୁ କୁହାଯାଇଛି। କେବଳ କାନାଡାରେ ୨୦,୦୦୦ରୁ ଊର୍ଦ୍ଧ୍ୱ ଲୋକ ବାସଚ୍ୟୁତ ହେଲେଣି। କ୍ୟୁବେକ୍‌ର ସର୍ବାଧିକ ୧୫୦ ସ୍ଥାନରେ ନିଅଁା ଲାଗିଥିବାରୁ ନ୍ୟୁୟର୍କରେ ପ୍ରଦୂଷଣ ପାଇଁ ଏହି ସହରକୁ ଦାୟୀ କରାଯାଉଛି। ବୁଧବାର ଅପରାହ୍ଣରେ ନ୍ୟୁୟର୍କ ସିଟି ବିଶ୍ୱର ସବୁଠୁ ପ୍ରଦୂଷିତ ସହର ପାଲଟିଥିଲା। ନିଜ ନୀଳ ଆକାଶ ପାଇଁ ଜଣାଶୁଣା ନ୍ୟୁୟର୍କ ସହର ଏଥିଲାଗି ଆକର୍ଷଣ ହରାଇବସିଛି। ମାନ୍‌ହାଟ୍ଟନ୍‌ର ନଭଶ୍ଚୁମ୍ବୀ ଅଟ୍ଟାଳିକାଗୁଡ଼ିକ ଉପରେ ହଳଦିଆ ରଙ୍ଗର ବହଳିଆ ଧୂଅଁା ଆଚ୍ଛାଦିତ ହୋଇରହିଛି। ଫଳରେ ବିମାନ ଚଳାଚଳ ବିଳମ୍ବିତ ହୋଇଛି। ଅନେକ କ୍ରୀଡ଼ା କାର୍ଯ୍ୟକ୍ରମକୁ ସ୍ଥଗିତ ରଖାଯାଇଛି। ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଏନେଇ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋଙ୍କ ସହ ଫୋନ୍‌ରେ ଆଲୋଚନା କରିଛନ୍ତି। ନିଅଁା ଲିଭାଇବା ପାଇଁ ଅତିରିକ୍ତ ସହାୟତା ଯୋଗାଇଦେବାକୁ ସେ ନିଜ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିବା ଟ୍ରୁଡୋଙ୍କୁ କହିଛନ୍ତି। ସହଯୋଗ ପାଇଁ ଟ୍ରୁଡୋ ବାଇଡେନ୍‌ଙ୍କୁ ଧନ୍ୟବାଦ ଦେଇଛନ୍ତି। ଇତିହାସର ସବୁଠୁ ଭୟଙ୍କର ବନାଗ୍ନି ଦେଇ କାନାଡା ଗତି କରୁଛି। ଏହା ଦୈନନ୍ଦିନ କାର୍ଯ୍ୟକଳାପ ଓ ଜୀବନ ଜୀବିକାକୁ ପ୍ରଭାବିତ କରି ବାୟୁ ଗୁଣବତ୍ତା ହ୍ରାସ କରିଛି ବୋଲି ଟ୍ରୁଡୋ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍‌, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍‌ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri