କାନାଡା ବନାଗ୍ନିରେ ୧୦ କୋଟି ପ୍ରଭାବିତ

ଅଟାଓ୍ବା/ନ୍ୟୁୟର୍କ,୯ା୬: କାନାଡା ଜଙ୍ଗଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ କାନାଡା ଓ ଆମେରିକାର ଅନୂ୍ୟନ ୧୦ କୋଟି ଲୋକ ପ୍ରଭାବିତ ହୋଇଛନ୍ତି। ୩.୮ ନିୟୁତ ହେକ୍ଟରରୁ ଊର୍ଦ୍ଧ୍ୱ ଅଞ୍ଚଳ(ନ୍ୟୁଜର୍ସି ଆକୃତିର ପ୍ରାୟ ଦୁଇଗୁଣା)କୁ ନିଅଁା ମାଡ଼ିଥିବା କାନାଡିଆନ୍‌ ନ୍ୟାଶନାଲ ଫାୟାର ଡେଟାବେସ୍‌ ପକ୍ଷରୁ କୁହାଯାଇଛି। କେବଳ କାନାଡାରେ ୨୦,୦୦୦ରୁ ଊର୍ଦ୍ଧ୍ୱ ଲୋକ ବାସଚ୍ୟୁତ ହେଲେଣି। କ୍ୟୁବେକ୍‌ର ସର୍ବାଧିକ ୧୫୦ ସ୍ଥାନରେ ନିଅଁା ଲାଗିଥିବାରୁ ନ୍ୟୁୟର୍କରେ ପ୍ରଦୂଷଣ ପାଇଁ ଏହି ସହରକୁ ଦାୟୀ କରାଯାଉଛି। ବୁଧବାର ଅପରାହ୍ଣରେ ନ୍ୟୁୟର୍କ ସିଟି ବିଶ୍ୱର ସବୁଠୁ ପ୍ରଦୂଷିତ ସହର ପାଲଟିଥିଲା। ନିଜ ନୀଳ ଆକାଶ ପାଇଁ ଜଣାଶୁଣା ନ୍ୟୁୟର୍କ ସହର ଏଥିଲାଗି ଆକର୍ଷଣ ହରାଇବସିଛି। ମାନ୍‌ହାଟ୍ଟନ୍‌ର ନଭଶ୍ଚୁମ୍ବୀ ଅଟ୍ଟାଳିକାଗୁଡ଼ିକ ଉପରେ ହଳଦିଆ ରଙ୍ଗର ବହଳିଆ ଧୂଅଁା ଆଚ୍ଛାଦିତ ହୋଇରହିଛି। ଫଳରେ ବିମାନ ଚଳାଚଳ ବିଳମ୍ବିତ ହୋଇଛି। ଅନେକ କ୍ରୀଡ଼ା କାର୍ଯ୍ୟକ୍ରମକୁ ସ୍ଥଗିତ ରଖାଯାଇଛି। ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଏନେଇ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋଙ୍କ ସହ ଫୋନ୍‌ରେ ଆଲୋଚନା କରିଛନ୍ତି। ନିଅଁା ଲିଭାଇବା ପାଇଁ ଅତିରିକ୍ତ ସହାୟତା ଯୋଗାଇଦେବାକୁ ସେ ନିଜ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିବା ଟ୍ରୁଡୋଙ୍କୁ କହିଛନ୍ତି। ସହଯୋଗ ପାଇଁ ଟ୍ରୁଡୋ ବାଇଡେନ୍‌ଙ୍କୁ ଧନ୍ୟବାଦ ଦେଇଛନ୍ତି। ଇତିହାସର ସବୁଠୁ ଭୟଙ୍କର ବନାଗ୍ନି ଦେଇ କାନାଡା ଗତି କରୁଛି। ଏହା ଦୈନନ୍ଦିନ କାର୍ଯ୍ୟକଳାପ ଓ ଜୀବନ ଜୀବିକାକୁ ପ୍ରଭାବିତ କରି ବାୟୁ ଗୁଣବତ୍ତା ହ୍ରାସ କରିଛି ବୋଲି ଟ୍ରୁଡୋ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଲୋକଙ୍କୁ ନୂଆ ଆଇନ ବିଷୟରେ ସଚେତନ

ଭଞ୍ଜନଗର,୨୪ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତାଲୁକ ଆଇନ ସେବା କମିଟି ପକ୍ଷରୁ ରବିବାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଦଦରାଲୁଣ୍ଡାରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ନୂଆଡିହି ଗ୍ରାମରେ ଝାଡ଼ାବାନ୍ତି: ୨ ମୃତ, ୩୦ ରୁ ଅଧିକ ଅସୁସ୍ଥ

ହେମଗିର, ୨୪।୫ (ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲାର ହେମଗିର ବ୍ଲକ ଅନ୍ତର୍ଗତ ନୂଆଡିହି ଗ୍ରାମରେ ଝାଡ଼ାବାନ୍ତି ପ୍ରକୋପ ଦେଖାଦେଇଛି। ଗାଁର ୩୦ରୁ ଅଧିକ ଲୋକ ଏଥିରେ ଆକ୍ରାନ୍ତ…

କାଲିଠାରୁ ୯ଦିନ ପ୍ରଚଣ୍ଡ ଖରା; ହେଲେ ୪ ରାଶିଙ୍କ ଉପରେ ହେବ ଧନର ବର୍ଷା…!

ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ଗ୍ରହମାନଙ୍କ ରାଜା ସୂର୍ଯ୍ୟଦେବଙ୍କ ନକ୍ଷତ୍ର ପରିବର୍ତ୍ତନ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଘଟଣା। ସୂର୍ଯ୍ୟଦେବ ପ୍ରତିମାସରେ ନିଜର ରାଶି ପରିବର୍ତ୍ତନ କରନ୍ତି, ମାତ୍ର…

ନବୀନଙ୍କ ପାଦ ଛୁଇଁ ଆଶୀର୍ବାଦ ନେଲେ ଭାଜପା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, କହିଲେ ମୋ’ ରାଜନୈତିକ ଜୀବନ…

ଭୁବନେଶ୍ୱର,୨୪ା୫: ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ନୀଳମଣି ରାଉତରାୟଙ୍କ ଜନ୍ମଜୟନ୍ତୀରେ ଯୋଗଦେବାକୁ ଆସୁଥିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଏହି ସମୟରେ ନବୀନଙ୍କ ପାଦ ଛୁଇଁ ଆଶୀର୍ବାଦ…

ସାବଧାନ! ଆପଣ ବି ଦିନରାତି AC ଚଲାଉଛନ୍ତି କି? ଫାଟିବା ପୂର୍ବରୁ ଜାଣି ନିଅନ୍ତୁ ଏହି ଜରୁରୀ ନିୟମ

ନୂଆଦିଲ୍ଲୀ,୨୪।୫: ରାଜ୍ୟ ତଥା ସାରା ଦେଶରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପ୍ରବଳ ଗରମ ଏବଂ ଗୁଳୁଗୁଳିରୁ ରକ୍ଷା ପାଇବା ପାଇଁ ଲୋକମାନେ ଘର ଓ…

ପୋଖରୀକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ୨ ଯୁବକ

ବ୍ରହ୍ମପୁର,୨୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଆଙ୍କୁଲି ନୂଆ ସାହି ନିକଟରେ ଥିବା ବଡ଼ ବନ୍ଧ(ପୋଖରୀ)ରେ ବୁଡ଼ି ଜଣେ ଛାତ୍ର ସମେତ ଦୁଇଜଣଙ୍କ ମୃତ୍ୟୁ ଘଟିଛି।…

ସ୍ୱାମୀ କି ପିଲା ନାହାନ୍ତି? ମହିଳାଙ୍କ ମୃତ୍ୟୁ ପରେ କାହାକୁ ମିଳିବ ସମ୍ପତ୍ତି; ବାପଘର ନା ଶାଶୁଘର? ଆଶ୍ଚର୍ଯ୍ୟ କରିବ ଆଇନ!

ନୂଆଦିଲ୍‌ଲୀ,୨୪।୫: ଭାରତୀୟ ସମାଜରେ ମହିଳାମାନଙ୍କ ଆର୍ଥିକ ସୁରକ୍ଷା ଏବଂ ସମ୍ପତ୍ତି ଅଧିକାରକୁ ନେଇ ଅନେକ ସମୟରେ ବିଭିନ୍ନ ପ୍ରଶ୍ନ ଉଠିଥାଏ। ସାଧାରଣତଃ ବିବାହ ପରେ ଜଣେ ମହିଳାଙ୍କ…

ଟ୍ରେନ୍‌ ଉପରେ ଚଢ଼ି ସେଲ୍‌ଫି ନେଉଥିଲେ ଯୁବକ, ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଳିଗଲେ

ଭୁବନେଶ୍ୱର,୨୪ା୫: ଟ୍ରେନ୍‌ରେ ଚଢ଼ି ସେଲ୍‌ଫି ନେବାବେଳେ ଜଳିଗଲେ ଜଣେ ଯୁବକ। ରବିବାର ପୂର୍ବାହ୍ନରେ ମଞ୍ଚେଶ୍ୱର ଷ୍ଟେଶନରେ ଏପରି ଅଘଟଣ ଘଟିଛି। ଯୁବକ ଜଣକ ଟ୍ରେନ ଉପରେ ଚଢ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri