ଗଞ୍ଜାମକୁ ମିଳିବ ୧୦ କୋଟି

ଛତ୍ରପୁର/ଭଞ୍ଜନଗର,୧୦।୪(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ଅନୁଷ୍ଠାନମାନଙ୍କ ଦ୍ୱାରା କରାଯାଉଥିବା ଉତ୍ତମ କାର୍ଯ୍ୟକୁ ଚିହ୍ନଟ କରିବା ସହିତ ସେମାନଙ୍କୁ ଆଗାମୀ ଦିନରେ ଆହୁରି ଭଲ ପ୍ରଦର୍ଶନ କରିବାକୁ ଉତ୍ସାହିତ କରିବା ସକାଶେ ଭାରତ ସରକାରଙ୍କ ପଞ୍ଚାୟତିରାଜ ମନ୍ତ୍ରଣାଳୟ ଦ୍ୱାରା ‘ଜାତୀୟ ପଞ୍ଚାୟତ ପୁରସ୍କାର’ ଯୋଜନା ଘୋଷଣା କରାଯାଇଥିଲା। ଏହି ଯୋଜନା ଅଧୀନରେ ଶ୍ରେଷ୍ଠ ପ୍ରଦର୍ଶନକାରୀ ପଞ୍ଚାୟତ (ଜିଲା ପରିଷଦ, ପଞ୍ଚାୟତ ସମିତି, ଗ୍ରାମ ପଞ୍ଚାୟତ)କୁ ପ୍ରାଥମିକତା ଅଧୀନରେ ୯ଟି ବିଷୟ ବସ୍ତୁ ଉପରେ ଅନୁଧ୍ୟାନ କରି ସେମାନଙ୍କର ଉତ୍ତମ କାର୍ଯ୍ୟକୁ ସ୍ବୀକୃତି ପ୍ରଦାନ କରାଯାଇଆସୁଛି । ସ୍ଥାୟୀ ବିକାଶ ଲକ୍ଷ୍ୟଗୁଡିକର ଏହି ୯ଟି ବିଭାଗ ମଧ୍ୟରେ ଦାରିଦ୍ର୍ୟ ମୁକ୍ତ ଏବଂ ବର୍ଦ୍ଧିତ ଜୀବିକା, ସୁସ୍ଥ, ଶିଶୁ ବନ୍ଧୁ, ପର୍ଯ୍ୟାପ୍ତ ଜଳ, ସ୍ବଚ୍ଛ ଏବଂ ସବୁଜ ପଞ୍ଚାୟତ, ଆତ୍ମନିର୍ଭରଶୀଳ ଭିତ୍ତିଭୂମି, ସାମାଜିକ ସୁରକ୍ଷିତ, ଉତ୍ତମ ଶାସନ, ମହିଳା ଅନୁକୁଳ। ଏଥିସହ କାର୍ବନ ନିରପେକ୍ଷ ଏବଂ ଗ୍ରାମ ଊର୍ଜା ସ୍ବରାଜ ପୁରସ୍କାର ମଧ୍ୟ ପ୍ରତିଷ୍ଠା କରାଯାଇଥିଲା। ପ୍ରଦର୍ଶନ ଆଧାରରେ ଗଞ୍ଜାମ ଜିଲା ପରିଷଦ ଓ ହିଞ୍ଜଳିକାଟୁ ବ୍ଲକ ଦେଶରେ ପ୍ରଥମ ସ୍ଥାନ ହାସଲ କରିଛି। ମୋଟ ଉପରେ ଓଡିଶା ଜାତୀୟ ପଞ୍ଚାୟତ ପୁରସ୍କାର ଅଧୀନରେ ୮ ଟି ପୁରସ୍କାର ଘୋଷିତ ହୋଇଛି। ଏଥିପାଇଁ ନଗଦ ପୁରସ୍କାର ରାଶି ମଧ୍ୟ ରହିଛି । ସେହି ଅନୁସାରେ ଗଞ୍ଜାମ ଜିଲା ପରିଷଦକୁ ସର୍ବଭାରତୀୟ ସ୍ତରରେ ପ୍ରଥମ ର଼୍ୟାଙ୍କ ହାସଲ କରିଥିବାରୁ ୫ କୋଟି ପୁରସ୍କାର ମିଳିବ। ଆସନ୍ତା ୧୭ ତାରିଖରେ ରାଷ୍ଟ୍ରପତି ଏହି ପୁରସ୍କାର ପ୍ରଦାନ କରିବେ। ଶ୍ରେଷ୍ଠ ପଞ୍ଚାୟତ ଭାବେ ହିଞ୍ଜିଳିକାଟୁ ବ୍ଲକ ପ୍ରଥମ ସ୍ଥାନ ରଖିଛି, ଯାହାକୁ ୨ କୋଟି ଟଙ୍କା ପୁରସ୍କାର ମିଳିବ। ସ୍ବାସ୍ଥ୍ୟ ପଞ୍ଚାୟତ ଭାବେ ହିଞ୍ଜିଳିକାଟୁ ବ୍ଲକ କଞ୍ଚୁଡୁ ୭୫ ଲକ୍ଷ, ଶାସନଆମ୍ବ ଗାଁ ‘ସଫା ଓ ସବୁଜମୟ’ ଗ୍ରାମ ଭାବେ ୭୫ ଲକ୍ଷ, ଭଞ୍ଜନଗର ବ୍ଲକ କୁଲାଡ ପଞ୍ଚାୟତକୁ ୭୫ ଲକ୍ଷ, ପାତ୍ରପୁର ବ୍ଲକ ଆଙ୍କୁଲୀ ପଞ୍ଚାୟତକୁ ୭୫ ଲକ୍ଷ ଅର୍ଥ ରାଶି ପ୍ରଦାନ ସହିତ ଓ ସମ୍ମାନିତ କରାଯିବ। ଏହି ସମସ୍ତ କାର୍ଯ୍ୟରେ ସହଯୋଗ କରିଥିବା ସମସ୍ତ ବ୍ୟକ୍ତି ବିଶେଷଙ୍କୁ ଜିଲାପାଳ ଦିବ୍ୟଜ୍ୟୋତି ପରିଡା ପ୍ରଶଂସା କରିବା ସହ ସାଧୁବାଦ ଜଣାଇଛନ୍ତି । ଜିଲା ପ୍ରଶାସନ ସହିତ ବ୍ଲକ ଏବଂ ପଞ୍ଚାୟତର ସମସ୍ତଙ୍କୁ ନିରନ୍ତର ସହାୟତା କରିଥିବା ଯୋଗୁ ଜିଲା ପ୍ରଶାସନ ତରଫରୁ ଧନ୍ୟବାଦ ଅର୍ପଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ

ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?