Odisha Elections 2024

୨ ଶିଶୁଙ୍କୁ ନେଉଥିଲେ ଦାଦନ ଖଟାଇବାକୁ

ଖପ୍ରାଖୋଲ,୩।୧୧(ଅଭୟ ତ୍ରିପାଠୀ): ବଲାଙ୍ଗୀର ଜିଲା ଖପ୍ରାଖୋଲ ଥାନା ପୋଲିସ ତେଲେଙ୍ଗାନା ରାଜ୍ୟକୁ ବେଆଇନ ଦାଦନ ଶ୍ରମିକ ଚାଲାଣ ବେଳେ ପୃଥକ ପୃଥକ ଦୁଇଟି ସ୍ଥାନରେ ଚଢାଉ କରି ୨ଶିଶୁ ସମେତ ୧୦ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି। ଉଦ୍ଧାର ୧୦ ଶ୍ରମିକ ଖପ୍ରାଖୋଲ ଥାନା ଓଡ଼ିଆପାଲି ଓ ଜୁନାନିବାହାଲ ଗ୍ରାମର ବୋଲି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।

ଏହା ସହ ଜୁନାନିବାହାଲ ଗ୍ରାମରୁ ଦାଦନ ଶ୍ରମିକ ନେଇ ଯାଉଥିବା ଦାଦନ ସର୍ଦ୍ଦାର ଲାଠୋର ଥାନା ସାନଗୁର୍ଜିଭଟା ଗ୍ରାମର ବିଘ୍ନେଶ୍ୱର୍‌ ନାଗ(୨୬) ଏବଂ ଓଡ଼ିଆପାଲି ଦାଦନ ଶ୍ରମିକ ନେଇଯାଉଥିବା ଦାଦନ ସର୍ଦ୍ଦାର ବଲାଙ୍ଗୀର ଜିଲା ତୁରେକେଲା ଥାନା ଡେବ୍ରିମୁଣ୍ଡା ଗ୍ରାମର ମାୟାଧର ମେହେର(୩୫)ବୋଲି ସୂଚନା ମିଳିଛି। ତେଲେନପାଲି ଗ୍ରାମରୁ ଜମୁନାପାଲି ରାସ୍ତା ଦେଇ ଦାଦନ ଶ୍ରମିକ ନେଇ ଯାଉଥିବା ଏକ ବୋଲେରୋ ଗାଡି ଓ ଖପ୍ରାଖୋଲରୁ ଲାଠୋର ମୁଖ୍ୟ ରାସ୍ତା ବଡଗୁର୍ଜିଭଟା ବ୍ରିଜ ନିକଟରେ ଶ୍ରମିକଙ୍କୁ ନେଇ ଯାଉଥିବା ୩ ବାଇକ୍‌ ଜବତ ହୋଇଥିବା ଜଣାପଡିଛି। ଏନେଇ ଖପ୍ରାଖୋଲ ଥାନାରେ ଦୁଇଟି ମାମଲା (ନଂ.୨୧୬/୨୩ ଓ ୨୧୭/୨୩) ରୁଜୁ ହୋଇଛି। ଦାଦନ ଶ୍ରମିକ ଚାଲାଣ କରୁଥିବା ଦୁଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଥାନା ଅଧିକାରୀ ରମାକାନ୍ତ ସାହୁ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିଟାଙ୍କି ଉପର ପାଲଟିଛି ମୋବାଇଲ ନେଟ୍‌ୱର୍କ ଜୋନ୍‌

ବଲାଙ୍ଗୀର/ମୁରିବାହାଲ,୧୯ା୫ (ବୀରେନ୍ଦ୍ର କୁମାର ଝାଙ୍କର/ଶ୍ରୀବତ୍ସ ବେହେରା)ମୋବାଇଲ ଫୋନ୍‌ରେ କଥା ହେବା ପାଇଁ ଗ୍ରାମବାସୀଙ୍କୁ ଚଢ଼ିବାକୁ ପଡୁଛି ଗଁାରେ ଥିବା ପାଣିଟାଙ୍କି ଉପରକୁ। ଗଁାରେ ଲାଗି ରହିଛି...

ହଟୁନି ଚିରାଫଟା ବ୍ୟାନର, ସ୍ମାର୍ଟସିଟି ସୌନ୍ଦର୍ଯ୍ୟତାରେ ସାଜୁଛି ପ୍ରତିବନ୍ଧକ

ରାଉରକେଲା,୧୯ା୫(ବିପ୍ଳବ ରଞ୍ଜନ ଦାଶ)ରାଉରକେଲାରେ ହୋର୍ଡିଂ ସେବାର ଠିକ୍‌ ପରିଚାଳନା ହେଉନାହିଁ। ଫଳରେ ଏହା ସହରର ସୌନ୍ଦର୍ଯ୍ୟ ବୃଦ୍ଧିରେ ପ୍ରତିବନ୍ଧକ ସାଜୁଛି। ଆରଏମ୍‌ସି ଅନୁମୋଦନରେ ବିଭିନ୍ନ ସଂସ୍ଥା...

ଅଧିକାଂଶ ଭୋଟରଙ୍କୁ ମିଳିନି ଚିରକୁଟି

ରାଉରକେଲା, ୧୯ା୫(ସଙ୍ଗୀତା ଜେନା)ଆଉ ମାତ୍ର ଦିନକ ପରେ ସୁନ୍ଦରଗଡ଼ ଲୋକ ସଭା ଓ ବିଧାନସଭା ଆସନ ଲାଗି ମତଦାନ ହେବାକୁ ଯାଉଛି। ମତଦାନ ସଂଖ୍ୟା ବୃଦ୍ଧି...

ଭବାନୀପାଟଣାରେ ଫେଲ୍‌ ମାରିଛି ମୁକ୍ତା ଯୋଜନା

ଭବାନୀପାଟଣା,୧୯ା୫(ଉତ୍ତମ କୁମାର ଦାଶ)କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ନିର୍ମାଣ ହୋଇଥିବା ରାସ୍ତାକଡ଼ ବ୍ୟାୟାମଶାଳା ପିଲାଙ୍କ ପାର୍କ ନା ସୌନ୍ଦର୍ଯ୍ୟକରଣ ଉପକରଣ ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି...

୨୫ ପରିବାରକୁ ଗୋଟିଏ ନଳକୂପ

ଝରିଗାଁ,୧୯।୫(କିଶୋର ଚନ୍ଦ୍ର ମଣ୍ତଳ)ଗ୍ରୀଷ୍ମ ଋତୁ ଆସିବା ମାତ୍ରେ ପାନୀୟ ଜଳ ସଙ୍କଟ ଦେଖା ଦେଉଛି। ସରପଞ୍ଚଙ୍କଠାରୁ ଆରମ୍ଭ କରି ବ୍ଲକ ପ୍ରଶାସନକୁ ଦାବି ଜଣାଇଲେ ମଧ୍ୟ...

୧୦୦ ପିଲାଙ୍କୁ ୨ ଶିକ୍ଷକ

ଉମରକୋଟ, ୧୯।୫(ସନ୍ତୋଷ ଶତପଥୀ)ରାଜ୍ୟ ସରକାର ଅନୁସୂଚିତ ଜାତି ଜନଜାତିଙ୍କ ଉନ୍ନତି ପାଇଁ ଯୋଜନା କରୁଛନ୍ତି। କିନ୍ତୁ ପିଲାଙ୍କ ପାଠପଢ଼ା ଚୁଲିକୁ ଯିବାକୁ ବସିଲାଣି। ପିଲାଙ୍କୁ ଉନ୍ନତ...

ରାଜନୈତିକ ନୁହେଁ, ନ୍ୟାୟ ପାଇଁ ଲଢ଼େଇ

ଭୁବନେଶ୍ୱର,୧୯।୫ (ଅନୁରାଧା ମହାରଣା)ପୁରୁଷ କମିଶନ ଗଠନ ପାଇଁ ଦୀର୍ଘବର୍ଷ ଧରି ଦାବି କରୁଥିବା ଆଇନଜୀବୀ ବ୍ୟୋମକେଶ ତ୍ରିପାଠୀ ଉତ୍ତର ଭୁବନେଶ୍ୱର ନିର୍ବାଚନମଣ୍ଡଳୀ ବିଧାନସଭା ଆସନ ପାଇଁ...

ଆସିକାର ବିକାଶ ଶୀର୍ଷ ଛୁଇଁବ: ମଞ୍ଜୁଳା

ଆସିକା/ବ୍ରହ୍ମପୁର,୧୯ା୫(ସୁରେନ୍ଦ୍ରନାଥ ସାହୁ/ଅଶୋକ କୁମାର ସାହୁ):ଆସନ୍ତା ୨୦ ତାରିଖରେ ଆସିକା ସଂସଦୀୟ କ୍ଷେତ୍ର ଓ ଏହା ଅଧୀନ ୭ ବିଧାନସଭା ନିର୍ବାଚନ ମଣ୍ଡଳୀରେ ନିର୍ବାଚନ ଅନୁଷ୍ଠିତ ହେବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri