‘ଯେସାକୁ ତେସା’ ନୀତି ଆପଣେଇଲା ଭାରତ

ନୂଆଦିଲ୍ଲୀ,୧।୧୦: ଆସନ୍ତା ସୋମବାରଠାରୁ ଭାରତ ଆସୁଥିବା ପ୍ରତ୍ୟେକ ବ୍ରିଟିଶ ନାଗରିକଙ୍କୁ ବାଧ୍ୟତାମୂଳକ ୧୦ ଦିନିଆ କ୍ୱାରେଣ୍ଟିନରେ ରହିବାକୁ ପଡ଼ିବ। କୋଭିଡ୍‌ ଭାକ୍ସିନର ଉଭୟ ଡୋଜ ନେଇଥିବା ନାଗରିକଙ୍କ କ୍ଷେତ୍ରରେ ମଧ୍ୟ ଏହି ନିୟମ କାର୍ଯ୍ୟକାରୀ ହେବ। ତେବେ ୟୁକେରେ ଭାରତ ସମେତ ଅନ୍ୟ କିଛି ଦେଶରୁ ଆସୁଥିବା ଯାତ୍ରୀଙ୍କ ପାଇଁ ଏହି ବିବାଦୀୟ ନିୟମ ରହିଛି।

ଆସନ୍ତା ୪ ତାରିଖରୁ ଭାରତକୁ ୟୁକେରୁ ଆସୁଥିବା ପ୍ରତ୍ୟେକ ଯାତ୍ରୀଙ୍କୁ ୩ ଥର କୋଭିଡ୍‌-୧୯ ଆରଟି-ପିସିଆର ଟେଷ୍ଟ କରାଇବାକୁ ପଡ଼ିବ। ବିମାନ ବନ୍ଦରରେ ପହଞ୍ଚିବା ପରେ ସେମାନଙ୍କୁ ଘରେ କିମ୍ବା ସେମାନଙ୍କ ଲକ୍ଷ୍ୟ ସ୍ଥଳରେ ବାଧ୍ୟତାମୂଳକ ୧୦ ଦିନିଆ କ୍ୱାରେଣ୍ଟିନରେ ରଖାଯିବ।

କୋଭିଡ୍‌ ଟିକାର ଉଭୟ ଡୋଜ ନେଇଥିବା କିଛି ଦେଶର ନାଗରିକଙ୍କୁ ବିନା କ୍ୱାରେଣ୍ଟିନରେ ଇଂଲଣ୍ଡରେ ପ୍ରବେଶ ପାଇଁ ଅନୁମତି ମିଳିଛି। କିନ୍ତୁ ଭାରତ ଭଳି କିଛି ଦେଶରେ ଟିକା ନେଇଥିବା ଯାତ୍ରୀଙ୍କ ପାଇଁ ଏବେ ମଧ୍ୟ ୧୦ ଦିନିଆ ଆଇସୋଲେଶନ ସହ କଡ଼ା କଟକଣା ରହିଛି। ଭାରତର ବୈଦେଶିକ ସଚିବ ହର୍ଶ ଶ୍ରୀଙ୍ଗଲା ଏହାକୁ ପକ୍ଷପାତିତା କହିବା ସହ ବ୍ରିଟିଶ ନାଗରିକଙ୍କ ପାଇଁ ମଧ୍ୟ ସମାନ କଟକଣା ଜାରି କରାଯାଇପାରେ ବୋଲି ଚେତାବନୀ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri