ମାଲାବାରରେ ୧୦ ଦିନିଆ ‘ଅନ୍‌କଟ ଜୁଏଲେରି ଶୋ’

ଭୁବନେଶ୍ୱର,୨୩ା୧: ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ମାଲାବାର ଗୋଲ୍‌ଡ ଆଣ୍ଡ ଡାଇମଣ୍ଡ୍‌ସର ଏକ୍ସକ୍ଲୁସିଭ ଷ୍ଟୋର ଶହୀଦ ନଗର ପକ୍ଷରୁ ଏକ ୧୦ ଦିନିଆ ‘ଅନ୍‌କଟ ଜୁଏଲେରି ଶୋ’ର ଶୁଭାରମ୍ଭ କରାଯାଇଛି। ଏହି ଅବସରରେ ବ୍ରାଣ୍ଡ୍‌ର ପ୍ରମୁଖ ଗ୍ରାହକ, ଷ୍ଟୋର ଅଧିକାରୀ ଓ କର୍ମଚାରୀଙ୍କ ଉପସ୍ଥିତିରେ ଉକ୍ତ ଶୋ’ର ଉଦ୍‌ଘାଟନ କରାଯାଇଥିଲା। ଉକ୍ତ ଶୋ’ ଚଳିତ ବର୍ଷ ଜାନୁୟାରୀ ୨୯ ତାରିଖ ପର୍ଯ୍ୟନ୍ତ ସ୍ଥାନୀୟ ଶହୀଦ ନଗର ଷ୍ଟୋରରେ ଜାରି ରହିବ। ଏହି ପରିପ୍ରେକ୍ଷୀରେ ଆକର୍ଷଣୀୟ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ୨୨ କ୍ୟାରେଟ ସୁନା ଗହଣାର ଏକ୍ସଚେଞ୍ଜ ଉପରେ ୦%ର ରିହାତି ସୁବିଧା ଗ୍ରାହକଙ୍କୁ ଦିଆଯାଉଛି।

ସେହିଭଳି ଉକ୍ତ ଶୋ’ରେ ବ୍ରାଣ୍ଡ୍‌ ପ୍ରମୁଖ ଡିଜାଇନ ତଥା ଅନ୍‌କଟ ଡାଇମଣ୍ଡ ଜୁଏଲେରି ‘ଏରା’ର ପ୍ରଦର୍ଶନ ସହ ବିକ୍ରୟ କରାଯାଉଛି। ଏ ସମ୍ପର୍କରେ ମାଲାବାର ଗ୍ରୁପର ଓଡ଼ିଶା ବାଣିଜି୍ୟକ ମୁଖ୍ୟ ସିଦ୍ଧେଶ୍ୱର ରଥ କହିଥିଲେ, ଆଗାମୀ ପାର୍ବଣ ଓ ବିବାହ ଋତୁକୁ ନଜରରେ ରଖି କମ୍ପାନୀ ଅନେକ ଆକର୍ଷଣୀୟ ଅଫର ସାଙ୍ଗକୁ ଅଳଙ୍କାର ପ୍ରଦର୍ଶନୀ କରାଉଛି। ଫଳରେ ଗ୍ରାହକ ସେମାନଙ୍କର ଚାହିଦା ଓ ଆବଶ୍ୟକତା ସହ ବ୍ରାଣ୍ଡ୍‌ର ସମସ୍ତ ଉତ୍ପାଦକୁ ଭଲ ଭାବେ ଦେଖିବା ସହ କ୍ରୟ ମଧ୍ୟ କରିବା ନେଇ ଆଶା କରାଯାଉଛି ବୋଲି ରଥ ମତପ୍ରକାଶ କରିଛନ୍ତି। ସେହିପରି ଓଡ଼ିଶାରେ ମଧ୍ୟ ବ୍ରାଣ୍ଡ୍‌ର ଚାହିଦା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି।

ଫଳରେ ବ୍ରାଣ୍ଡ୍‌ ଆଗାମୀ ଦିନରେ ଆହୁରି ସେବା ଓ ସୁବିଧା ଗ୍ରାହକଙ୍କ ପାଇଁ ଉପଲବ୍ଧ କରାଇବ ବୋଲି ଷ୍ଟୋର ହେଡ୍‌ ତଥା କମ୍ପାନୀର ପ୍ରତିନିଧି ଅସନାଫ ମତ ପ୍ରକାଶ କରିଥିଲେ। ଏପରିକି ବ୍ରାଣ୍ଡ୍‌ର ଚାହିଦା ଦେଶ ବିଦେଶରେ ବଢ଼ିବାରେ ଲାଗିଛି। ବର୍ତ୍ତମାନ ଦେଶରେ ମାଲାବାରର ୨୯୦ରୁ ଅଧିକ ଷ୍ଟୋର ରହିଥିବା ବେଳେ ଆଗାମୀ ଦିନରେ ଏହି ସଂଖ୍ୟା ଆହୁରି ବଢ଼ିବ ବୋଲି ଅସନାଫ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri