ବୁବୁ ପଣ୍ଡା ହତ୍ୟା ମାମଲା: ପ୍ରମାଣ ଅଭାବରୁ ୧୦ ଅଭିଯୁକ୍ତ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୨୨ା୬: ଅତିରିକ୍ତ ଜିଲା ଜଜ୍‌ (ଏଡିଜେ)- ୧ ସଂଘମିତ୍ରା ଶର୍ମା ବହୁ ଚର୍ଚ୍ଚିତ ରଣ୍ଡାର ବୁବୁ ଓରଫ ଗଣେଶ ପଣ୍ଡା ହତ୍ୟା ମାମଲାର ବୁଧବାର ଶୁଣାଣି କରିଥିଲେ। ପ୍ରମାଣ ଅଭାବରୁ ୧୦ ଜଣ ଅଭିଯୁକ୍ତଙ୍କୁ ସେ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି। ଅଭିଯୁକ୍ତମାନେ ହେଲେ ହତ୍ୟା ମାମଲାର କୁହାଯାଉଥିବା ୪ ଜଣ ଷଡ଼ଯନ୍ତ୍ରକାରୀ ରଣ୍ଡାର ପ୍ରକାଶ ରାଉଳ (୫୩), ଲକ୍ଷ୍ମୀ ଚରଣ ସାମାନ୍ତରା(୬୧), ସୁରେନ୍ଦ୍ର ପାତ୍ର(୬୪), ଟୁକୁନା ପାଢ଼ୀ(୪୩) ଓ ହତ୍ୟାକାଣ୍ଡରେ ସାମିଲ ଥିବା ଅଜିତ ରାଉଳ(୩୦) କନିଷିର କଟିଂ ଦିପୁ(୨୯), ରକି ଓରଫ କଲୀନ ବେହେରା (୨୯) ବାଘଲଟିର କାଳିଆ ଗୌଡ଼ (୨୯), ଛତ୍ରପୁରର ସନ୍ଦୀପ ପଣ୍ଡା (୨୭) ଓ ଗୋପାଳପୁର ଜଙ୍କସନର ସନ୍ଦୀପ ପଣ୍ଡା (୨୭)।

ଘଟଣାରୁ ପ୍ରକାଶ ଯେ, ୨୦୧୯ ଡିସେମ୍ବର ୨୯ ତାରିଖ ଭୋର୍‌ରୁ ବୁବୁ ପଣ୍ଡା ଜାତୀୟ ରାଜପଥରେ ପ୍ରାତଃ ଭ୍ରମଣରେ ଯାଉଥିବା ବେଳେ ତାଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ ହୋଇଥିଲା। ଏପରିକି ତାଙ୍କୁ ଦୁର୍ବୃତ୍ତମାନେ ସ୍ପଷ୍ଟ ଦିବାଲୋକରେ ଅତି ବୀଭତ୍ସ ଭାବେ ହତ୍ୟା କରିଥିଲେ। ଗୋଳନ୍ଥରା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ବୁବୁଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ପୋଲିସ ଏ ସଂକ୍ରାନ୍ତରେ ୧୬୯/୧୪ରେ ଏକ ମାମଲା ରୁଜୁ କରି ପର୍ଯ୍ୟାୟ କ୍ରମେ ଉପରୋକ୍ତ ୧୦ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଠିକା କାମକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଘଟିଥିଲା ବୋଲି ପୋଲିସ ସ୍ପଷ୍ଟ କରିଥିଲା। ତତ୍କାଳୀନ ଥାନାଧିକାରୀ ଆଲୋକ ଜେନା କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରିଥିଲେ। ପରେ ଅଭିଯୁକ୍ତମାନେ ପର୍ଯ୍ୟାୟକ୍ରମେ ଜାମିନରେ ମୁକୁଳିଥିଲେ। ବୁଧବାର ଏହି ମାମଲାର ବିଚାରଣା ବେଳେ ସମସ୍ତ ୧୦ ଅଭିଯୁକ୍ତଙ୍କୁ କୋର୍ଟରେ ହାଜର କରାଯାଇଥିଲା। ୩୭ ଜଣ ସାକ୍ଷୀ ଓ ପୋଲିସ ପକ୍ଷରୁ ଦାଖଲ ହୋଇଥିବା ଚାର୍ଜଶିଟ୍‌କୁ ଆଧାର କରି ଉପଯୁକ୍ତ ପ୍ରମାଣ ମିଳି ନ ଥିବାରୁ ଏଡିଜେ ଉପରୋକ୍ତ ସମସ୍ତ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷ ବୋଲି ରାୟ ପ୍ରକାଶ କରିଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ତ୍ରିଲୋଚନ ପରିଡ଼ା ଓ ମୁଦୁଲାଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ଏସ୍‌. ରାମ୍‌କୁମାର, ଶିଶିର ପାଢ଼ୀ, କୈଳାସ ପଣ୍ଡା, କୃଷ୍ଣ ପଟ୍ଟନାୟକ ଓ ମାନଭଞ୍ଜନ ପଟ୍ଟନାୟକ ମୋକଦ୍ଦମା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri