ବୁବୁ ପଣ୍ଡା ହତ୍ୟା ମାମଲା: ପ୍ରମାଣ ଅଭାବରୁ ୧୦ ଅଭିଯୁକ୍ତ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୨୨ା୬: ଅତିରିକ୍ତ ଜିଲା ଜଜ୍‌ (ଏଡିଜେ)- ୧ ସଂଘମିତ୍ରା ଶର୍ମା ବହୁ ଚର୍ଚ୍ଚିତ ରଣ୍ଡାର ବୁବୁ ଓରଫ ଗଣେଶ ପଣ୍ଡା ହତ୍ୟା ମାମଲାର ବୁଧବାର ଶୁଣାଣି କରିଥିଲେ। ପ୍ରମାଣ ଅଭାବରୁ ୧୦ ଜଣ ଅଭିଯୁକ୍ତଙ୍କୁ ସେ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି। ଅଭିଯୁକ୍ତମାନେ ହେଲେ ହତ୍ୟା ମାମଲାର କୁହାଯାଉଥିବା ୪ ଜଣ ଷଡ଼ଯନ୍ତ୍ରକାରୀ ରଣ୍ଡାର ପ୍ରକାଶ ରାଉଳ (୫୩), ଲକ୍ଷ୍ମୀ ଚରଣ ସାମାନ୍ତରା(୬୧), ସୁରେନ୍ଦ୍ର ପାତ୍ର(୬୪), ଟୁକୁନା ପାଢ଼ୀ(୪୩) ଓ ହତ୍ୟାକାଣ୍ଡରେ ସାମିଲ ଥିବା ଅଜିତ ରାଉଳ(୩୦) କନିଷିର କଟିଂ ଦିପୁ(୨୯), ରକି ଓରଫ କଲୀନ ବେହେରା (୨୯) ବାଘଲଟିର କାଳିଆ ଗୌଡ଼ (୨୯), ଛତ୍ରପୁରର ସନ୍ଦୀପ ପଣ୍ଡା (୨୭) ଓ ଗୋପାଳପୁର ଜଙ୍କସନର ସନ୍ଦୀପ ପଣ୍ଡା (୨୭)।

ଘଟଣାରୁ ପ୍ରକାଶ ଯେ, ୨୦୧୯ ଡିସେମ୍ବର ୨୯ ତାରିଖ ଭୋର୍‌ରୁ ବୁବୁ ପଣ୍ଡା ଜାତୀୟ ରାଜପଥରେ ପ୍ରାତଃ ଭ୍ରମଣରେ ଯାଉଥିବା ବେଳେ ତାଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ ହୋଇଥିଲା। ଏପରିକି ତାଙ୍କୁ ଦୁର୍ବୃତ୍ତମାନେ ସ୍ପଷ୍ଟ ଦିବାଲୋକରେ ଅତି ବୀଭତ୍ସ ଭାବେ ହତ୍ୟା କରିଥିଲେ। ଗୋଳନ୍ଥରା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ବୁବୁଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ପୋଲିସ ଏ ସଂକ୍ରାନ୍ତରେ ୧୬୯/୧୪ରେ ଏକ ମାମଲା ରୁଜୁ କରି ପର୍ଯ୍ୟାୟ କ୍ରମେ ଉପରୋକ୍ତ ୧୦ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଠିକା କାମକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଘଟିଥିଲା ବୋଲି ପୋଲିସ ସ୍ପଷ୍ଟ କରିଥିଲା। ତତ୍କାଳୀନ ଥାନାଧିକାରୀ ଆଲୋକ ଜେନା କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରିଥିଲେ। ପରେ ଅଭିଯୁକ୍ତମାନେ ପର୍ଯ୍ୟାୟକ୍ରମେ ଜାମିନରେ ମୁକୁଳିଥିଲେ। ବୁଧବାର ଏହି ମାମଲାର ବିଚାରଣା ବେଳେ ସମସ୍ତ ୧୦ ଅଭିଯୁକ୍ତଙ୍କୁ କୋର୍ଟରେ ହାଜର କରାଯାଇଥିଲା। ୩୭ ଜଣ ସାକ୍ଷୀ ଓ ପୋଲିସ ପକ୍ଷରୁ ଦାଖଲ ହୋଇଥିବା ଚାର୍ଜଶିଟ୍‌କୁ ଆଧାର କରି ଉପଯୁକ୍ତ ପ୍ରମାଣ ମିଳି ନ ଥିବାରୁ ଏଡିଜେ ଉପରୋକ୍ତ ସମସ୍ତ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷ ବୋଲି ରାୟ ପ୍ରକାଶ କରିଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ତ୍ରିଲୋଚନ ପରିଡ଼ା ଓ ମୁଦୁଲାଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ଏସ୍‌. ରାମ୍‌କୁମାର, ଶିଶିର ପାଢ଼ୀ, କୈଳାସ ପଣ୍ଡା, କୃଷ୍ଣ ପଟ୍ଟନାୟକ ଓ ମାନଭଞ୍ଜନ ପଟ୍ଟନାୟକ ମୋକଦ୍ଦମା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri