ଜୁନ୍‌ ୨୦ ପାଇଁ ୧୦ ବିଭାଗର ତତ୍ପରତା: ପୂରାଦମ୍‌ରେ ଲାଗିପଡ଼ିଛନ୍ତି ଅଧିକାରୀ

ଭୁବନେଶ୍ୱର,୪ା୬(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ଶୀର୍ଷରେ ପହଞ୍ଚାଇବା ଲକ୍ଷ୍ୟ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ରାଜ୍ୟବାସୀଙ୍କୁ ପାନୀୟଜଳ ଯୋଗାଇବାଠାରୁ ଆରମ୍ଭ କରି ଗମନାଗମନ ସହ ଛାତ୍ରୀଛାତ୍ର, ମହିଳା, କୃଷକ, ଯୁବବର୍ଗଙ୍କ ବିକାଶକୁ ଦୃଷ୍ଟିରେ ରଖି ବିଭିନ୍ନ ପ୍ରକାର ଯୋଜନା ହାତକୁ ନିଆଯାଉଛି। ସେଥିମଧ୍ୟରୁ କେତେକ ଯୋଜନା କାର୍ଯ୍ୟାନ୍ବୟନ ହୋଇସାରିଥିବାବେଳେ ଆଉ କେତେକ ପ୍ରକ୍ରିୟା ମଧ୍ୟରେ ରହିଛି।
ଏହି ପରିପ୍ରେକ୍ଷୀରେ ଜୁନ୍‌ ୨୦ରେ ମୟୂରଭଞ୍ଜ ରାଇରଙ୍ଗପୁରକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଗମନ ରହିଛି। ଏହି ଗସ୍ତକୁ ସଫଳ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ ସବୁ ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଥିବାବେଳେ ୧୦ଟି ବିଭାଗର ଅଧିକାରୀ ଏବଂ କର୍ମଚାରୀ ପୂରାଦମ୍‌ରେ ଲାଗିପଡ଼ିଛନ୍ତି। କେଉଁଠାରେ ପାନୀୟଜଳ ପ୍ରକଳ୍ପ ଉଦ୍‌ଘାଟନ ହେବ ତ ଅନ୍ୟ କେଉଁଠି ଶିଳ୍ପସଂସ୍ଥାର ଭିତ୍ତିଭୂମି ପଡ଼ିବ, ତାହାକୁ ନେଇ ସଂପୃକ୍ତ ବିଭାଗଗୁଡ଼ିକରେ ଚଳଚଞ୍ଚଳ ଦେଖାଦେଇଛି। ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀଙ୍କ ଏହି ଗସ୍ତ ଯେପରି ସମ୍ପୂର୍ଣ୍ଣ ଭାବେ ସଫଳ ହେବ ତାକୁ ନେଇ ସରକାରଙ୍କ ପକ୍ଷରୁ ବିଭିନ୍ନ ପ୍ରକାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି।
ସୂଚନା ଅନୁଯାୟୀ, ପ୍ରଧାନମନ୍ତ୍ରୀଙ୍କ ଏହି ଗସ୍ତ ଅବସରରେ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଏକାଥରକେ ୧୧ଟି ବୃହତ୍‌ ପାନୀୟଜଳ ପ୍ରକଳ୍ପର ଉଦ୍‌ଘାଟନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ସେହିପରି ସରକାରଙ୍କ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପୂର୍ତ୍ତ ବିଭାଗ ପକ୍ଷରୁ ପ୍ରାୟ ୮ହଜାର କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦ୍‌ଘାଟନ ପର୍ବ ରହିଛି। ଏହାସହିତ ଗ୍ରାମ୍ୟ ଉନ୍ନୟନ ବିଭାଗ, ଜଳସମ୍ପଦ ବିଭାଗ, ଶିଳ୍ପ ବିଭାଗ, କ୍ରୀଡ଼ା ବିଭାଗ, ସ୍ବାସ୍ଥ୍ୟ ବିଭାଗ, ନଗର ଉନ୍ନୟନ ବିଭାଗ, ଗଣଶିକ୍ଷା ଏବଂ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ମଧ୍ୟ ଅନୁରୂପ ଭାବେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କାର୍ଯ୍ୟ ପ୍ରଧାନମନ୍ତ୍ରୀଙ୍କ ହାତରେ କରାଇବା ପାଇଁ ପ୍ରକ୍ରିୟା ଜୋର୍‌ ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?