୧୦ ବିଦେଶ ଫେରନ୍ତାଙ୍କ ପତ୍ତା ମିଳୁନି

ଢେଙ୍କାନାଳ ଅଫିସ, ୧।୧ ରାଜ୍ୟରେ କାୟା ବିସ୍ତାର କରୁଥିବା ଓମିକ୍ରନ୍‌ ସଂକ୍ରମଣକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ରାଜ୍ୟ ସରକାର। ଭିଡ଼ ଏଡ଼ାଇବାକୁ ଜାନୁୟାରୀରେ କଟକଣା ଆହୁରି କଡ଼ାକଡ଼ି କରାଯାଇଛି। ହେଲେ ବିଦେଶାଗତଙ୍କୁ ନେଇ ଚିନ୍ତାରେ ପଡ଼ିଛି ଢେଙ୍କାନାଳ ଜିଲା ପ୍ରଶାସନ ଏବଂ ସ୍ବାସ୍ଥ୍ୟ ବିଭାଗ। କାରଣ ବିଦେଶରୁ ଜିଲାକୁ ବାହୁଡ଼ିଥିବା ୧୦ଜଣଙ୍କ ପତ୍ତା ମିଳୁନାହିଁ। ସମ୍ପୃକ୍ତ ବିଦେଶ ଫେରନ୍ତାଙ୍କ ସମ୍ପର୍କରେ ତଥ୍ୟ ସଂଗ୍ରହ କରି ସେମାନଙ୍କୁ ଚିହ୍ନଟ କରିବାକୁ ସ୍ବାସ୍ଥ୍ୟ କେନ୍ଦ୍ର, ଆଶା ଏବଂ ସ୍ବାସ୍ଥ୍ୟକର୍ମୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଗୁରୁବାର ସୁଦ୍ଧା ମୋଟ୍‌ ୧୩୪ ଜଣ ବିଦେଶରୁ ଫେରିଛନ୍ତି। ସେମାନଙ୍କ ମଧ୍ୟରୁ ରେଡ୍‌ଜୋନ୍‌ (ଓମିକ୍ରନ୍‌ ସଂକ୍ରମଣ ବୃଦ୍ଧି ପାଇଥିବା ଦେଶ)ରୁ ୨୯ ଏବଂ ଗ୍ରୀନ୍‌ ଜୋନ୍‌ (କରୋନା ସଂକ୍ରମଣ ବୃଦ୍ଧି ପାଇଥିବା ଦେଶ)ରୁ ୧୦୫ ଜଣ ରହିଛନ୍ତି। ତନ୍ମଧ୍ୟରୁ ୧୨୪ଜଣଙ୍କୁ ଚିହ୍ନଟ କରାଯାଇଛି। ହେଲେ ଅବଶିଷ୍ଟ ୧୦ ଜଣଙ୍କ ସମ୍ପର୍କରେ କୌଣସି ସୂଚନା ମିଳିପାରୁନାହିଁ। ସେମାନଙ୍କ ଟେଲିଫୋନ ନମ୍ବର, ଠିକଣା ସମ୍ପର୍କରେ ଜିଲା ସ୍ବାସ୍ଥ୍ୟ ବିଭାଗ ନିକଟରେ କୌଣସି ସୂଚନା ନାହିଁ। ରାଜ୍ୟ ସରକାରଙ୍କ ପକ୍ଷରୁ ସେମାନଙ୍କ ତାଲିକା ଜିଲା ସ୍ବାସ୍ଥ୍ୟ ବିଭାଗକୁ ପ୍ରଦାନ କରାଯାଇଛି। ସମ୍ପୃକ୍ତ ୧୦ଜଣ ନିଜ ଅଞ୍ଚଳର ଲୋକ, ପରିବାର ସହିତ ମିଳାମିଶା କରିଥିବା ସନ୍ଦେହ ଦୃଢ଼ୀଭୂତ ହୋଇଛି। ସେମାନେ ଓମିକ୍ରନ୍‌ ସ୍ପ୍ରେଡ୍‌ର ପାଲଟିବା ଆଶଙ୍କାକୁ ଏଡ଼ାଇ ଦିଆଯାଇପାରୁନାହିଁ। ଯାହାକୁ ନେଇ ସ୍ବାସ୍ଥ୍ୟ ବିଭାଗର ମୁଣ୍ଡବ୍ୟଥା ବଢ଼ିଛି। ଅପରପକ୍ଷେ ରେଡ୍‌ଜୋନ୍‌ରୁ ଫେରିଥିବା ୨୮ ଏବଂ ଗ୍ରୀନଜୋନରୁ ଫେରିଥିବା ୪୪ ଜଣଙ୍କ ଉଭୟ ଆର୍‌ଟିପିସିଆର ଏବଂ ଓମିକ୍ରନ ଟେଷ୍ଟ କରାଯାଇଛି। ସେମାନଙ୍କ ମଧ୍ୟରୁ ୬୬ଜଣଙ୍କ ରିପୋର୍ଟ ନେଗେଟିଭ୍‌ ଆସିଛି। ଅନ୍ୟମାନଙ୍କ ରିପୋର୍ଟକୁ ଅପେକ୍ଷା କରାଯାଇଛି। ଏ ସଂକ୍ରାନ୍ତରେ ଜିଲା ଚିକିତ୍ସାଧିକାରୀ ଡା. ଅଶୋକ କୁମାର ଦାଶ କୁହନ୍ତି, ୧୦ ବିଦେଶ ଫେରନ୍ତା ଦାଖଲ କରିଥିବା ମୋବାଇଲ୍‌ ନମ୍ବର, ଠିକଣା ଭୁଲ୍‌ ଥିଲେ ସମସ୍ୟା ବଢ଼ିବ। ତଥାପି ଯଥାସମ୍ଭବ ସେମାନଙ୍କୁ ଚିହ୍ନଟ କରିବାକୁ ବିଭାଗ ପକ୍ଷରୁ ଉଦ୍ୟମ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?