Posted inଜାତୀୟ

ଦାଣ୍ଡିଆ ନାଚ ବେଳେ ଗଲାଣି ୧୦ ଜୀବନ

ଗାନ୍ଧୀନଗର,୨୩ା୧୦: ଗୁଜରାଟରେ ନବରାତ୍ରୀ ଉତ୍ସବ ପାଳନ ବେଳେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଗରବା ଦାଣ୍ଡିଆ ନାଚ ବେଳେ ୧୦ ଜଣଙ୍କ ହୃଦ୍‌ଘାତରେ ମୃତ୍ୟୁ ଘଟିଥିବା ପ୍ରଶାସନ ପକ୍ଷରୁ ଅବଗତ କରାଯାଇଛି। ମୃତକମାନେ ସ୍ବଳ୍ପ ବୟସ୍କ ହୋଇଥିବା ହସ୍ପିଟାଲ ପକ୍ଷରୁ ସୂଚନା ମିଳିଛି। ମୃତକଙ୍କ ମଧ୍ୟରେ ସର୍ବକନିଷ୍ଠ ୧୩ ବର୍ଷର ବୋଲି ଜଣାପଡିଛି। ତାଙ୍କ ଘର ବରୋଦାର ଦାଭୋଇରେ।

ମୃତ୍ୟୁ ସଂଖ୍ୟାକୁ ଦୃଷ୍ଟିରେ ରଖି ସରକାର ତତ୍ପରତା ଦେଖାଇଛନ୍ତି। ସରକାର ଉତ୍ସବ ଆୟୋଜନ ସ୍ଥଳରେ ସତର୍କତା ଅବଳମ୍ବନ କରିବାକୁ ନିର୍ଦ୍ଦେଶ ଜାରି କରିଛନ୍ତି। ଏପରିକି ଆୟୋଜନ ସ୍ଥଳରେ ଡାକ୍ତରୀ ଟିମ୍‌ ସହ କର୍ମଚାରାଙ୍କୁ ଉପସ୍ଥିତ ରଖିବାକୁ ହସ୍ପିଟାଲଗୁଡିକୁ କୁହାଯାଇଛି।

ଅନ୍ୟପକ୍ଷେ ଛଅ ଦିନ ମଧ୍ୟରେ, ହୃଦୟ ସମ୍ବନ୍ଧୀୟ ସମସ୍ୟା ସହିତ ୧୦୮ ଆମ୍ବୁଲାନ୍ସ ସେବା ପାଇଁ ମୋଟ ୫୨୧ କଲ୍‌ ଆସିଥିବା ବେଳେ ନିଶ୍ୱାସ ପ୍ରଶ୍ୱାସ ସମ୍ବନ୍ଧୀୟ ଅତିରିକ୍ତ ୬୦୯ ଫୋନ୍‌ କଲ ଗ୍ରହଣ କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବାଫାଲ୍ଗୁନୀ ନକ୍ଷତ୍ରରେ ସୂର୍ଯ୍ୟଙ୍କ ଗୋଚର ଦେବ ବଡ଼ ଫାଇଦା, ମେଷ-ମିଥୁନ ସମେତ ୫ ରାଶିଙ୍କ ପାଇଁ ବଲ୍ଲେ-ବଲ୍ଲେ

ବୈଦିକ ଜ୍ୟୋତିଷରେ ପୂର୍ବା ଫାଲ୍ଗୁନୀ ୨୭ଟି ନକ୍ଷତ୍ର ମଧ୍ୟରୁ ୧୧ତମ ନକ୍ଷତ୍ର, ଯାହାର ସ୍ବାମୀ ଶୁକ୍ର। ଏହି ନକ୍ଷତ୍ରର ସମ୍ପର୍କ କଳା, ସଙ୍ଗୀତ, ସୌନ୍ଦର୍ଯ୍ୟ ଏବଂ ସାଜସଜ୍ଜା…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

‘ଏଠାରେ ଏସବୁ ନାଟକ ଚଳିବନି’, ଅଭିଜିତ ଦୀପକେଙ୍କୁ ପାର୍କରୁ ତଡ଼ିଦେଲେ ଲୋକେ, ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୧୩।୮: ଜନ୍ତର-ମନ୍ତର ସିଜନ-୨ର ପ୍ରସ୍ତୁତି ପାଇଁ ଦିଲ୍ଲୀରେ ବୈଠକ କରିବାକୁ ସ୍ଥାନ ଖୋଜୁଥିବା ଅଭିଜିତ ଦୀପକେ ଏବଂ ତାଙ୍କ ଟିମ୍‌କୁ ଏକ ରେସିଡେଣ୍ଟ ସୋସାଇଟିର ପାର୍କକୁ ଯିବା…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ଅତଣ୍ଡା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ ସାଜିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri