ଟିକା ପରିବହନ ପାଇଁ ୧୦ ତାପ ସଂରକ୍ଷିତ ଯାନ

ଭୁବନେଶ୍ୱର, ୬।୩(ବ୍ୟୁରୋ):ଓଡ଼ିଶା ରାଜ୍ୟ ଔଷଧ ନିଗମ ପକ୍ଷରୁ ଟିକାର ନିରାପଦ ପରିବହନ ପାଇଁ ୧୦ଟି ତାପ ସଂରକ୍ଷିତ ଯାନ ଓ ଆଉ ୫ଟି ଭ୍ରାମ୍ୟମାଣ ଯାନ କିଣାଯାଇଛି। ଏ ନେଇ ରବିବାର ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟରେ ଗୋଟିଏ ରାଜ୍ୟସ୍ତରୀୟ ଟିକା ସଂରକ୍ଷଣ ଭଣ୍ଡାର ରହିଥିବାବେଳେ ୩୦ ଜିଲାରେ ଟିକା ଗଚ୍ଛିତ କେନ୍ଦ୍ର ଓ ୧,୯୯୦ଟି ନିରାପଦ ଶୀତଳୀକରଣ କେନ୍ଦ୍ର ରହିଛି। ଏ ସମସ୍ତ ଟିକା ଭଣ୍ଡାର ଓ ଟିକାକରଣ କେନ୍ଦ୍ରକୁ ଏସବୁ ତାପ ସଂରକ୍ଷିତ ଯାନ ମାଧ୍ୟମରେ ଟିକା ପରିବହନ ହେବ। ଏହି ଯାନଗୁଡ଼ିକ ରାଜ୍ୟରେ ସହଜ ଟିକା ଯୋଗାଣର ସୁନିଶ୍ଚିତ କରିବା ପାଇଁ ରାଜ୍ୟ ଟିକା ସଂରକ୍ଷଣ ଭଣ୍ଡାର ଏବଂ ୯ଟି ଆଞ୍ଚଳିକ ଟିକା ସଂରକ୍ଷଣ କେନ୍ଦ୍ର ଯଥା ବାଲେଶ୍ୱର, ବଲାଙ୍ଗୀର, ବ୍ରହ୍ମପୁର, ଭୁବନେଶ୍ୱର, କଟକ, କୋରାପୁଟ, ଫୁଲବାଣୀ, ସମ୍ବଲପୁର ଏବଂ ସୁନ୍ଦରଗଡ଼ରେ ଅବସ୍ଥାପିତ କରାଯିବ।
ସେହିପରି ସୁଦୂର ଗ୍ରାମାଞ୍ଚଳରେ ସ୍ବେଚ୍ଛାକୃତ ରକ୍ତଦାନକୁ ପ୍ରୋତ୍ସାହିତ କରିବା ଓ ରକ୍ତ ସଂଗ୍ରହ ପାଇଁ ରକ୍ତ ସଂରକ୍ଷଣ ଯାନ ବିଭିନ୍ନ ସ୍ବାସ୍ଥ୍ୟ ସୁବିଧା କେନ୍ଦ୍ରଗୁଡ଼ିକୁ ଯୋଗାଇ ଦିଆଯାଇଛି। ୨୦୧୯ରେ ୯ଟି ଭ୍ରାମ୍ୟମାଣ ରକ୍ତ ସଂଗ୍ରହ ଯାନ ଏସ୍‌ସିବି ମେଡିକାଲ କଲେଜ, ଏମ୍‌କେସିଜି ମେଡିକାଲ କଲେଜ, ଭିମ୍‌ସାର ବୁର୍ଲା, ବଲାଙ୍ଗୀର, ବାରିପଦା ବାଲେଶ୍ୱର ଓ ବରଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ ଏବଂ ରାଉରକେଲା ଆର୍‌ଜିଏଚ୍‌କୁ ଯୋଗାଇ ଦିଆଯାଇଥିଲା। ଫଳରେ ୨୦୨୦ରେ ରକ୍ତ ସଂଗ୍ରହ ଅନୁପାତ ୮୯.୯୧୭ ୟୁନିଟ୍‌ରୁ ବୃଦ୍ଧି ପାଇ ୨୦୨୨ରେ ୧,୭୬.୭୪୭ ୟୁନିଟ୍‌ରେ ପହଞ୍ଚତ୍ପାରିଛି। ଏହି କାର୍ଯ୍ୟକ୍ରମକୁ ତ୍ୱରାନ୍ବିତ କରିବା ପାଇଁ ଆଉ ୫ଟି ସମ୍ପୂର୍ଣ୍ଣ ରୂପେ ବିକଶିତ ହୋଇଥିବା ଭ୍ରାମ୍ୟମାଣ ରକ୍ତ ସଂଗ୍ରହ ଯାନ ନିଗମ ପକ୍ଷରୁ କିଣାଯାଇଛି। ଏଥିରେ ସମସ୍ତ ପ୍ରକାରର ନୂତନ ଜ୍ଞାନକୌଶଳ ସଜ୍ଜିତ ଅତ୍ୟାଧୁନିକ ବ୍ୟବସ୍ଥା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri