ଅଗ୍ନିକାଣ୍ଡରେ ୧୦ ଘର ପୋଡି ପାଉଁଶ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

ଭଞ୍ଜନଗର,୨୯।୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରାସିଂ ଥାନା ଅନ୍ତର୍ଗତ ଗରୁଡ଼ୁଗାଁରେ ଶୁକ୍ରବାର ରାତିରେ ଅଗ୍ନିକାଣ୍ଡ ଘଟି ୧୦ ବଖରା ଘର ପୋଡି ପାଉଁଶ ହୋଇଯାଇଛି । ଏଥିରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ମଧ୍ୟ ପୋଡିଯାଇଛି। ଖବରପାଇ ଭଞ୍ଜନଗର ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ନିଆଁ କେଉଁଭଳି ଲାଗିଲା ତାହା ସଠିକ ଭାବେ ଜଣାପଡ଼ିନାହିଁ। କ୍ଷତିଗ୍ରସ୍ତ ପରିବାରକୁ ତୁରନ୍ତ ସରକାରୀ ସହାୟତା ଯୋଗାଇ ଦେବା ପାଇଁ ଦାବିହୋଇଛି।

Dharitri – The Largest & Most Trusted Odia Daily