୧୦ ଆଇଏଏସ୍‌, ଆଇପିଏସ୍‌ଙ୍କୁ ୫ ଜିଲା ଦାୟିତ୍ୱ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୫ଟି ଉପକୂଳ ଜିଲା ପାଇଁ ୫ ବରିଷ୍ଠ ଆଇଏଏସ୍‌ ଏବଂ ୫ ଆଇପିଏସ୍‌ ଅଧିକାରୀଙ୍କୁ ନିୟୋଜିତ କରିଛନ୍ତି। ଶିଳ୍ପ ବିଭାଗ ସଚିବ ହେମନ୍ତ ଶର୍ମାଙ୍କୁ କେନ୍ଦ୍ରାପଡ଼ା ଜିଲାର ଦାୟିତ୍ୱ ଦିଆଯାଇଥିବାବେଳେ ଉଚ୍ଚଶିକ୍ଷା ବିଭାଗ ସଚିବ ଶାଶ୍ୱତ ମିଶ୍ରଙ୍କୁ ଜଗତ୍‌ସିଂହପୁର, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ସଚିବ ବୀର ବିକ୍ରମ ଯାଦବଙ୍କୁ ଭଦ୍ରକ, କ୍ରୀଡ଼ା ଓ ଯୁବସେବା ବ୍ୟାପାର ସଚିବ ବିଶାଳ ଦେବଙ୍କୁ ବାଲେଶ୍ୱର ଏବଂ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ସ୍ବତନ୍ତ୍ର ସଚିବ ସୁରେଶ କୁମାର ବଶିଷ୍ଠଙ୍କୁ ମୟୂରଭଞ୍ଜ ଜିଲା ଦାୟିତ୍ୱ ଦିଆଯାଇଛି। ସେହିପରି କେନ୍ଦ୍ରାପଡା ଜିଲା ପାଇଁ ଆଇପିଏସ୍‌ ଅଫିସର ଜେ. ଏନ. ପଙ୍କଜଙ୍କୁ ଦାୟିତ୍ୱ ଦିଆଯାଇଥିବା ବେଳେ ଅମିତାଭ ଠାକୁରଙ୍କୁ ଜଗତ୍‌ସିଂହପୁର, ଅମିତେନ୍ଦ୍ର ନାଥ ସିହ୍ନାଙ୍କୁ ଭଦ୍ରକ, ଦୀପ୍ତେଶ କୁମାର ପଟ୍ଟନାୟକଙ୍କୁ ବାଲେଶ୍ୱର ଏବଂ ଅନିରୁଦ୍ଧ କୁମାର ସିଂଙ୍କୁ ମୟୂରଭଞ୍ଜ ଜିଲାର ଦାୟିତ୍ୱ ଦିଆଯାଇଛି। ଏହି ଅଧିକାରୀମାନେ ଜିଲାରେ ପୂର୍ବ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବା ସହ ବାତ୍ୟା ପରବର୍ତ୍ତୀ ସମୟରେ ଉଦ୍ଧାର, ରିଲିଫ୍‌ ଓ ଥଇଥାନ କାର୍ଯ୍ୟର ତଦାରଖ କରିବେ।
ସେହିପରି ବରିଷ୍ଠ ଯନ୍ତ୍ରୀମାନଙ୍କୁ ମଧ୍ୟ ବାତ୍ୟା ପ୍ରସ୍ତୁତି , ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ପାଇଁ ନିୟୋଜିତ କରାଯାଇଛି। ବାଲେଶ୍ୱର ଜିଲା ପାଇଁ ସର୍ବୋଚ୍ଚ ଯନ୍ତ୍ରୀ ଅନିଲକାନ୍ତ ତ୍ରିପାଠୀ, ଓଡ଼ିଶା ଗୃହ ନିର୍ମାଣ ବୋର୍ଡର ମୁଖ୍ୟଯନ୍ତ୍ରୀ ପ୍ରଦୀପ କୁମାର ସାମଲଙ୍କୁ ଭଦ୍ରକ, ଇ- ପ୍ରୋକ୍ୟୁରମେଣ୍ଟ ମୁଖ୍ୟଯନ୍ତ୍ରୀ ଗୌରାଙ୍ଗ ସାହୁଙ୍କୁ ଜଗତ୍‌ସିଂହପୁର, ଆର.ଡି. ମୁଖ୍ୟଯନ୍ତ୍ରୀ ଜୀବନାନନ୍ଦ ନାୟକଙ୍କୁ କେନ୍ଦ୍ରାପଡ଼ା ଏବଂ କେନ୍ଦୁଝର ଏନ.ଏଚ. ସର୍କଲ ସୁପରିଣ୍ଟେଣ୍ଡେଣ୍ଟ ଇଞ୍ଜିନିୟର ବିଭୁଦେନ୍ଦ୍ର ମେହେରଙ୍କୁ ମୟୂରଭଞ୍ଜ ଜିଲା ପାଇଁ ନିୟୋଜିତ କରାଯାଇଛି। ସୋମବାର ଅପରାହ୍ନ ୫ଟା ସୁଦ୍ଧା ସେମାନେ ନିଜ ନିଜ ଜିଲା ମୁଖ୍ୟାଳୟରେ ପହଞ୍ଚତ୍ ସେହି ଜିଲା ପାଇଁ ନିୟୋଜିତ ବରିଷ୍ଠ ଅଧିକାରୀମାନଙ୍କୁ ରିପୋର୍ଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri