ଭାଲୁ ଆକ୍ରମଣରେ ୧୦ ଆହତ

କେନ୍ଦୁଝର,୨୫ା୧(ସ୍ବ.ପ୍ର.): ଚମ୍ପୁଆ ରେଞ୍ଜ ବାଲବନ୍ଧ ସେକ୍ସନ ନହବେଡା, ତୁଳସୀପୁର ଅଞ୍ଚଳରେ ବୁଧବାର ସନ୍ଧ୍ୟାରେ ପଳାଶପଙ୍ଗା ସେକ୍ସନରୁ ବାଲିବନ୍ଧ ସେକ୍ସନକୁ ଯାଉଥିବାବେଳେ ଅତର୍କିତ ବାଟରେ ଯାହାକୁ ପାରିଲା ତାକୁ କାମୁଡ଼ିଛି ଭାଲୁ। ଭୟରେ ବହୁ ଲୋକେ ଧାଇଁ ପଳାଉଥିଲେ ମଧ୍ୟ ଭାଲୁ ହାବୁଡ଼ରେ ପଡ଼ି ୧୦ ଜଣ ଆହତ ହୋଇଥିବା ଜଣାପଡ଼ିଛି। ଖବର ପାଇ ବନ ବିଭାଗ ପହଞ୍ଚି ଗ୍ରାମବାସୀଙ୍କ ସହାୟତାରେ ଆହତମାନଙ୍କୁ ଉଦ୍ଧାର ଝୁମ୍ପୁରା ଡାକ୍ତରଖାନାକୁ ନେଇଥିଲା। ଆହତମାନଙ୍କର ହାତ, ଗୋଡ଼ ଏବଂ ପେଟରେ କ୍ଷତାକ୍ତ ହୋଇଛି। ଗୁରୁତର ଥିବା ଦିଲ୍ଲୀପ କୁମାର ସୋରେନଙ୍କୁ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ବନବିଭାଗ ଭାଲୁଟି ଉପରେ ନଜର ରଖିଥିବା ବେଳେ ଉକ୍ତ ଅଞ୍ଚଳର ଲୋକେ ଭୟ ଓ ଆତଙ୍କିତ ଅବସ୍ଥାରେ ଅଛନ୍ତି। ଭାଲୁଟି ପ୍ରଥମେ ମଧ୍ୟପୂର୍‌ ଗ୍ରାମରେ ଜଣଙ୍କୁ ଆହତ କରିବା ପରେ ଗ୍ରାମବାସୀ ଉତ୍ତ୍ୟକ୍ତ ହୋଇ ଭାଲୁଟିକୁ ବିଲ ମଧ୍ୟରେ ମାରିବାକୁ ଦୌଡ଼ାଇଲେ। ଫଳରେ ଭାଲୁଟି ଅଧିକ ଆକ୍ରମଣାତ୍ମକ ହୋଇ ଲୋକଙ୍କୁ ଆକ୍ରମଣ କରିବାରୁ କେତେକ ଆହତ ହୋଇଥିବା ସୂଚନା ମିଳିଛି। ଏହି ଘଟଣାରେ ୫ ଜଣ ଆହତ ହୋଇଥିବା ବେଳେ ଭାଲୁଟି ମଧ୍ୟ ଆହତ ହୋଇଥିବା ଡିଏଫ୍‌ଓ ଧନରାଜ ଏଚ୍‌.ଡି ସୂଚନା ଦେଇଛନ୍ତି। ଭାଲୁ ଉପରେ ନଜର ରଖାଯାଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଦଳାଚକଟା ପୀଡ଼ିତାଙ୍କୁ ପ୍ରଥମ ବିଜୟ ଉତ୍ସର୍ଗ କଲେ ଆର୍‌ସିବି ଅଧିନାୟକ

ବେଙ୍ଗାଲୁରୁ,୨୯ା୩: ସନ୍‌ରାଇଜର୍ସ ବିପକ୍ଷ ମ୍ୟାଚ୍‌ରେ ଏକ ଜବରଦସ୍ତ ବିଜୟ ସହ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଅଭିଯାନ ଆରମ୍ଭ କରିଛି। ଦଳର ଏହି…

ଦିଗପହଣ୍ଡିରେ ଅତୀତର ଅଭୁଲା ସ୍ମୃତି ମନେ ପକାଇଲେ ୧୯୮୨ ବ୍ୟାଚର ଛାତ୍ର

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀଗୁପ୍ତେଶ୍ୱର ଶୈବପୀଠ ପରିସରରେ ବନ୍ଧୁମିଳନ । ରବିବାର ଦିଗପହଣ୍ଡି ବ୍ଲକ ଅଞ୍ଚଳର ବିଭିନ୍ନ ଗାଁ ହାଇସ୍କୁଲରେ ପଢ଼ିଥିବା…

ବିପଦ ସୃଷ୍ଟି କରୁଛି ବେଆଇନ ହୋର୍ଡିଂ

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ଅସୁରକ୍ଷିତ ଏବଂ ବେଆଇନ ହୋର୍ଡିଂ ବିପଦ ସୃଷ୍ଟି କରୁଛି। କାଳବୈଶାଖୀ ଯୋଗୁ ସହରର ଗାନ୍ଧୀ ଛକ ନିକଟ ଅନିତା ଲୁଗା…

ଇରାନର ବଡ଼ ଦାବି, ମିଶାଇଲ୍ ଆଟାକରେ ଦୁଇଖଣ୍ଡ ହେଲା ଆମେରିକାର AWACS

ନୂଆଦିଲ୍ଲୀ,୨୯।୩: ଇରାନ ରବିବାର ଦିନ ସାଉଦି ଆରବରେ ଥିବା ଏକ ଆମେରିକୀୟ ଏୟାରବେସ୍ ଉପରେ ମିଶାଇଲ୍ ଏବଂ ଡ୍ରୋନ ଆଟାକ୍ କରିଛି । ଏହି ଆକ୍ରମଣରେ ଆମେରିକୀୟ…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri