Posted inଜାତୀୟ

ଜେଲର ୧୦କଏଦୀ ଏଚ୍‌ଆଇଭି ପଜିଟିଭ୍‌

ଲକ୍ଷ୍ନୌ,୨୨।୯: ଉତ୍ତରପ୍ରଦେଶର ଆଜମଗଡ଼ ଜିଲାରେ ନିର୍ମାଣ ହୋଇଥିବା ହାଇଟେକ୍‌ ଜେଲରେ କୋର୍ଟଙ୍କ ନିର୍ଦ୍ଦେଶରେ କଏଦୀମାନଙ୍କର ଏଚ୍‌ଆଇଭି ପରୀକ୍ଷା କରାଯାଇଛି। ଜେଲରେ କେତେଜଣ କଏଦୀ ଏଚ୍‌ଆଇଭି ସଂକ୍ରମିତ ଅଛନ୍ତି ସେନେଇ ଜାଣିବା ପାଇଁ ଏହି ପରୀକ୍ଷା କରାଯାଇଥିଲା। ତେବେ ସଦ୍ୟ ରିପୋର୍ଟ ଅନୁଯାୟୀ ଜେଲରେ ୧୦ଜଣ କଏଦୀଙ୍କ ରିପୋର୍ଟ ପଜିଟିଭ୍‌ ଆସିଛି। ଅନ୍ୟପଟେ ଅନେକ କଏଦୀ ଏହି ପରୀକ୍ଷା କରାଇବାରୁ ନିଜକୁ ଦୂରେଇ ରଖୁଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଜେଲ୍‌ରେ ମୋଟ ୨୫୦୦ ମହିଳା ଓ ପୁରୁଷ ବନ୍ଦୀ ଅଛନ୍ତି। ଏପର୍ଯ୍ୟନ୍ତ ୧,୩୨୨ଜଣ କଏଦୀଙ୍କ ପରୀକ୍ଷା କରାଯାଇଥିବା ବେଳେ ୧୦ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ତେବେ ଏଥିରେ କୌଣସି ମହିଳା ନ ଥିବା ଜଣାପଡ଼ିଛି। ସଂକ୍ରମିତ କଏଦୀଙ୍କୁ ସବୁ କଏଦୀଙ୍କ ସହିତ ରଖାଯାଇଛି। ବର୍ତ୍ତମାନ ସେମାନଙ୍କୁ ଔଷଧ ଦିଆଯାଉଥିବା ବେଳେ ଯଦି କାହାର ସ୍ବାସ୍ଥ୍ୟବସ୍ଥା ସମସ୍ୟା ଦେଖାଯାଏ ତେବେ ସେମାନଙ୍କର ଚିକିତ୍ସା ଆରମ୍ଭ କରାଯିବ ବୋଲି ସିଏମ୍‌ଓ ପକ୍ଷରୁ କୁହାଯାଇଛି। ଅନ୍ୟପଟେ ଏମାନେ କିଭଳି ସଂକ୍ରମିତ ହେଲେ ସେନେଇ ଯାଞ୍ଚ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri