Posted inଜାତୀୟ

ଜେଲର ୧୦କଏଦୀ ଏଚ୍‌ଆଇଭି ପଜିଟିଭ୍‌

ଲକ୍ଷ୍ନୌ,୨୨।୯: ଉତ୍ତରପ୍ରଦେଶର ଆଜମଗଡ଼ ଜିଲାରେ ନିର୍ମାଣ ହୋଇଥିବା ହାଇଟେକ୍‌ ଜେଲରେ କୋର୍ଟଙ୍କ ନିର୍ଦ୍ଦେଶରେ କଏଦୀମାନଙ୍କର ଏଚ୍‌ଆଇଭି ପରୀକ୍ଷା କରାଯାଇଛି। ଜେଲରେ କେତେଜଣ କଏଦୀ ଏଚ୍‌ଆଇଭି ସଂକ୍ରମିତ ଅଛନ୍ତି ସେନେଇ ଜାଣିବା ପାଇଁ ଏହି ପରୀକ୍ଷା କରାଯାଇଥିଲା। ତେବେ ସଦ୍ୟ ରିପୋର୍ଟ ଅନୁଯାୟୀ ଜେଲରେ ୧୦ଜଣ କଏଦୀଙ୍କ ରିପୋର୍ଟ ପଜିଟିଭ୍‌ ଆସିଛି। ଅନ୍ୟପଟେ ଅନେକ କଏଦୀ ଏହି ପରୀକ୍ଷା କରାଇବାରୁ ନିଜକୁ ଦୂରେଇ ରଖୁଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଜେଲ୍‌ରେ ମୋଟ ୨୫୦୦ ମହିଳା ଓ ପୁରୁଷ ବନ୍ଦୀ ଅଛନ୍ତି। ଏପର୍ଯ୍ୟନ୍ତ ୧,୩୨୨ଜଣ କଏଦୀଙ୍କ ପରୀକ୍ଷା କରାଯାଇଥିବା ବେଳେ ୧୦ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ତେବେ ଏଥିରେ କୌଣସି ମହିଳା ନ ଥିବା ଜଣାପଡ଼ିଛି। ସଂକ୍ରମିତ କଏଦୀଙ୍କୁ ସବୁ କଏଦୀଙ୍କ ସହିତ ରଖାଯାଇଛି। ବର୍ତ୍ତମାନ ସେମାନଙ୍କୁ ଔଷଧ ଦିଆଯାଉଥିବା ବେଳେ ଯଦି କାହାର ସ୍ବାସ୍ଥ୍ୟବସ୍ଥା ସମସ୍ୟା ଦେଖାଯାଏ ତେବେ ସେମାନଙ୍କର ଚିକିତ୍ସା ଆରମ୍ଭ କରାଯିବ ବୋଲି ସିଏମ୍‌ଓ ପକ୍ଷରୁ କୁହାଯାଇଛି। ଅନ୍ୟପଟେ ଏମାନେ କିଭଳି ସଂକ୍ରମିତ ହେଲେ ସେନେଇ ଯାଞ୍ଚ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

Read more

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri