୧୦ କେ.ଜି. ବ୍ରାଉନ୍‌ସୁଗାର ଜବତ

ବାଲେଶ୍ୱର ଅଫିସ,୨୯ା୧୦: ବାଲେଶ୍ୱର ସହରର ଫୁଲାଡ଼ିସ୍ଥିତ କାସିମପୁର ପଡ଼ିଆରେ ବ୍ରାଉନ୍‌ସୁଗାର କାରବାର ବେଳେ ସହଦେବଖୁଣ୍ଟା ମଡେଲ ଥାନା ପୋଲିସ ଚଢ଼ାଉ କରି ୬ ବେପାରୀଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୧୦କେ.ଜି. ବ୍ରାଉନସୁଗାର ଜବତ ହୋଇଛି। ଏହାର ମୂଲ୍ୟ ୧୧ କୋଟି ଟଙ୍କା ହେବ ବୋଲି ପୋଲିସ କହିଛି। ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ଆନ୍ତଃରାଜ୍ୟ ବେପାରୀ ଓ ୫ଜଣ ସ୍ଥାନୀୟ ଅରଡ଼ବଜାର ଅଞ୍ଚଳର ସୂଚନା ମିଳିଛି। ଜବତ ବ୍ରାଉନସୁଗାର ଆସାମ ଓ ପଶ୍ଚିମବଙ୍ଗ ବର୍ଡ଼ରରୁ ଆସୁଥିଲା ଯାହା ଓଡ଼ିଶାର ବିଭିନ୍ନ ସ୍ଥାନକୁ ଯାଇଥାନ୍ତା ବୋଲି ଶୁକ୍ରବାର ଜିଲା ପୋଲିସ୍‌ କାର୍ଯ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ ପୂର୍ବାଞ୍ଚଳ ଆଇଜି ହିମାଂଶୁ ଲାଲ ଓ ଜିଲା ଆରକ୍ଷୀ ଅଧୀକ୍ଷକ ସୁଧାଂଶୁ ଶେଖର ମିଶ୍ର ସୂଚନା ଦେଇଛନ୍ତି। ଏହି ଘଟଣାରେ ଅଧିକ ବ୍ୟକ୍ତିଙ୍କ ସମ୍ପୃକ୍ତି ଥିବା ନେଇ ପୋଲିସ ଛାନ୍‌ଭିନ୍‌ ଜାରି ରଖିଛି।
ସୂଚନା ଅନୁଯାୟୀ, ଗୁରୁବାର ସନ୍ଧ୍ୟା ସମୟରେ ମଧ୍ୟପ୍ରଦେଶର ଆୟୁବ(୫୨) ନାମକ ଜଣେ ଆନ୍ତଃରାଜ୍ୟ ବେପାରୀ କାସିମପୁର ନିକଟସ୍ଥ ପଡ଼ିଆଠାରେ ପହଞ୍ଚତ୍ ଅରଡ଼ବଜାର ଅଞ୍ଚଳର ବ୍ୟବସାୟୀମାନଙ୍କୁ ଡାକି ବ୍ରାଉନ୍‌ସୁଗାର କାରବାର କରୁଥିଲେ। ଖବରପାଇ ସହଦେବ ଖୁଣ୍ଟା ଥାନା ଅଧିକାରୀ ଶୁଭ୍ରାଂଶୁ ନାୟକଙ୍କ ତତ୍ତ୍ୱାବଧାନରେ ଏକ ଟିମ୍‌ ଚଢ଼ାଉ କରିଥିଲା। ମୁଖ୍ୟ ଅଭିଯୁକ୍ତ ଆୟୁବଙ୍କ ସମେତ ଅରଡ଼ ବଜାର ଅଞ୍ଚଳର ସେକ ହୁସେନ, ସେକ ସଫିକ, ସେକ ରାଜୁ, ସେକ ସମୀର, ରିଣ୍ଟୁ ତରେଇଙ୍କୁ ଗିରଫ କରିବା ସହ ସେମାନଙ୍କଠାରୁ ୧୦କେ.ଜି. ବ୍ରାଉନ୍‌ସୁଗାର, ଦୁଇଟି ମୋଟର ସାଇକେଲ, ୬ଟି ମୋବାଇଲ ଓ ନଗଦ ୨୧ ହଜାର ଟଙ୍କା ଜବତ କରାଯାଇଛି। ଏନେଇ ଥାନାରେ ଏକ ମାମଲା (ନଂ.୩୫୨/୨୨) ରୁଜୁ ହେବା ସହ ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରାଯାଇଛି।
ଉଲ୍ଲେଖଯୋଗ୍ୟ, ବାଲେଶ୍ୱର ଜିଲାର ଜଳେଶ୍ୱରଠାରୁ ଆରମ୍ଭ କରି ସହରର ଅରଡ଼ବଜାର ବ୍ରାଉନ୍‌ସୁଗାରର ହବ୍‌ ପାଲଟିଛି। ବିଭିନ୍ନ ସମୟରେ ଆନ୍ତଃରାଜ୍ୟ ଓ ଜାତୀୟ ସ୍ତରର ବ୍ୟବସାୟୀମାନେ ଏହି ଦୁଇଟି ସ୍ଥାନରୁ ରାଜ୍ୟର ବିଭିନ୍ନ ଅଞ୍ଚଳକୁ ବ୍ରାଉନସୁଗାର ପଠାଉଥିବା ପୋଲିସ ତଦନ୍ତରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri