Posted inଜାତୀୟ

ବେଦାନ୍ତ ପାଓ଼୍ବାର ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୯ ମୃତ ୪୦ରୁ ଅଧିକ ଆହତ

ରାୟପୁର,୧୪।୪: ବେଦାନ୍ତ ଲିମିଟେଡର ପାଓ଼୍ବାର ପ୍ଲାଣ୍ଟରେ ବିସ୍ଫୋରଣ ଘଟି ୯ଜଣଙ୍କ ମୃତ୍ୟୁ। ଏପରି ଅଭାବନୀୟ ଘଟଣା ଘଟିଛି ଛତିଶଗଡ଼ର ସକ୍ତି ଜିଲାରେ ଏକ ପାଓ଼୍ବାର ପ୍ଲାଣ୍ଟରେ। ଯେଉଁଠି ୯ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୪୦ରୁ ଅଧିକ ଆହତ ହୋଇଥିବା ପୋଲିସ କହିଛି। ପୋଲିସ ଏହା ମଧ୍ୟ କହିଛି ଯେ କିଛି ଶ୍ରମିକ ଘଟଣାସ୍ଥଳରେ ଫସି ରହିଥିବା ଆଶଙ୍କା କରାଯାଉଛି।

ଜଣେ ବରିଷ୍ଠ ପୋଲିସ ଅଧିକାରୀ କହିଛନ୍ତି ଯେ ପ୍ରାରମ୍ଭିକ ସୂଚନା ଅନୁଯାୟୀ, ମଧ୍ୟାହ୍ନ ସମୟରେ ସିଂହିତରାଇ ଗାଁରେ ବେଦାନ୍ତ ଲିମିଟେଡର ପାଓ଼୍ବାର ପ୍ଲାଣ୍ଟରେ ଏକ ବଏଲର ଟ୍ୟୁବର ବିସ୍ଫୋରଣ ଘଟିଥିଲା।

ସୂଚନା ପାଇବା ପରେ, ସ୍ଥାନୀୟ ପ୍ରଶାସନ ଏବଂ ପୋଲିସ ଟିମ୍‌ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଅଧିକାରୀ ଆହୁରି କହିଛନ୍ତି ଯେ ଆହତମାନଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି, ଯେତେବେଳେ ଉଦ୍ଧାର କାର୍ଯ୍ୟ ଜାରି ରହିଛି କାରଣ କିଛି ଶ୍ରମିକ ଏବେ ବି ଘଟଣାସ୍ଥଳରେ ଫସି ରହିଥିବା ଆଶଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri