୧୦ କି.ମି. ପାଇଁ ଖର୍ଚ୍ଚ ହେବ ସାଢ଼େ ୯ କୋଟି

ପରଜଙ୍ଗ,୨୧।୪(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଭାଲୁମୁଣ୍ଡାଠାରୁ ସରାଙ୍ଗ ଗ୍ରାମ ନିକଟ ୫୩ନଂ. ଜାତୀୟ ରାଜପଥକୁ ସଂଯୋଗ କରୁଥିବା ପୂର୍ତ୍ତ ବିଭାଗ ରାସ୍ତା ପ୍ରଶସ୍ତ ହେବ। ଗୁରୁବାର ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ମୁଖ୍ୟ ଅତିଥି ଭାବେ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଡ. ନୃସିଂହ ଚରଣ ସାହୁ ଯୋଗଦେଇ ଏହାର ଶିଳାନ୍ୟାସ କରିଥିଲେ। ୧୦ କି.ମି. ଦୀର୍ଘ ଏହି ରାସ୍ତା ନିର୍ମାଣରେ ୯ କୋଟି ୫୦ ଲକ୍ଷ ଟଙ୍କା ଖର୍ଚ୍ଚ ହେବ ବୋଲି ବ୍ୟୟ ଅଟକଳ ରହିଛି। ଏହି ସଡ଼କ ଦ୍ୱାରା ବ୍ଲକ ଅନ୍ତର୍ଗତ ୩ ଜିଲା ପରିଷଦ ଜୋନ୍‌ର ଜନସାଧାରଣ ଉପକୃତ ହେବ। ଏହାର ନିର୍ମାଣରେ ସହଯୋଗ କରିବାକୁ ବିଧାୟକ ନିବେଦନ କରିଛନ୍ତି।
ଦୀର୍ଘବର୍ଷ ଧରି ଅବହେଳିତ ଅବସ୍ଥାରେ ଥିବା ଉକ୍ତ ସଡ଼କ ସମ୍ପ୍ରସାରଣ କରିବା ଲାଗି ଦାବି ହୋଇ ଆସୁଥିବାବେଳେ ପୂର୍ତ୍ତ ବିଭାଗ ଏଥିଲାଗି ଅଣ୍ଟା ଭିଡ଼ିଛି। ରାସ୍ତା ନିର୍ମାଣ ସମ୍ପର୍କରେ ବିଭାଗୀୟ ସହକାରୀ ନିର୍ବାହୀ ଯନ୍ତ୍ରୀ ପ୍ରଶାନ୍ତ କୁମାର କାନୁନ୍‌ଗୋ ସୂଚନା ଦେଇ କହିଛନ୍ତି, ୧୦ କି.ମି. ଦୀର୍ଘ ରାସ୍ତା ମଧ୍ୟରୁ ସାଢ଼େ ୩ କିଲୋମିଟର କଂକ୍ରିଟ ହେବ। ଅବଶିଷ୍ଟ ୫.୫ କିଲୋମିଟର ରାସ୍ତା ପିଚୁ ଢଳେଇ କରାଯିବ। ରାସ୍ତା ୨୦ ଫୁଟରୁ ଊର୍ଦ୍ଧ୍ୱ ଓସାର ହେବ। ଆସନ୍ତା ଡିସେମ୍ବର ସୁଦ୍ଧା କାର୍ଯ୍ୟ ସମ୍ପନ୍ନ କରାଯିବାକୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି ବୋଲି ଯନ୍ତ୍ରୀ କାନୁନ୍‌ଗୋ ସୂଚନା ଦେଇଛନ୍ତି। ଏହି ଅବସରରେ ବ୍ଲକ ବିଜେଡି ସଭାପତି କୃଷ୍ଣଚନ୍ଦ୍ର ମହାନ୍ତିଙ୍କ ସଭାପତିତ୍ୱରେ ଏକ ସଭା ଆୟୋଜିତ ହୋଇଥିଲା। ସମ୍ମାନିତ ଅତିଥି ଭାବେ ଜିଲା ପରିଷଦ ଉପାଧ୍ୟକ୍ଷା ବିଳାସିନୀ ସେଠୀ, ଜିଲା ପରିଷଦ ସଭ୍ୟ ନିରାକାର ପ୍ରଧାନ, ରୁନୁ ବର୍ମା, ଆତ୍ମା ଅଧ୍ୟକ୍ଷ ତଥା ପୂର୍ବତନ ବ୍ଲକ ଅଧ୍ୟକ୍ଷ ଅକ୍ଷୟ କୁମାର ବେହେରା, ବ୍ଲକ ଯୁବ ବିଜେଡି ସଭାପତି ସୁବ୍ରତ କୁମାର ଦାସ, କନ୍ଦରସିଂହା ଗ୍ରାମ ସଭାପତି ସଚ୍ଚିଦାନନ୍ଦ ବିଶ୍ୱାଳ, ଠିକାଦାର ପ୍ରଦୀପ ପ୍ରଧାନ, ଦିଲୀପ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

ପ୍ରାକ୍ଟିସ ପାଇଁ ବାରବାଟୀରେ ପହଞ୍ଚିଲେ ହାର୍ଦ୍ଦିକ

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ ଖେଳାଯିବ। ଏନେଇ ଦୁଇ ଦଳର...

‘ସିଦ୍ଧୁଙ୍କୁ କରାଯାଉ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ତାହେଲେ ରାଜନୀତିକୁ ଫେରିବେ,’ ନବଜୋତ କୌରଙ୍କ ଅଜବ ଦାବି

ଚଣ୍ଡିଗଡ଼,୭।୧୨: ପଞ୍ଜାବ ବିଧାନସଭା ନିର୍ବାଚନକୁ ଏବେ ବି ଗୋଟିଏ ବର୍ଷରୁ ଅଧିକ ସମୟ ବାକି ଅଛି, କିନ୍ତୁ ରାଜନୀତି ଏବେଠାରୁ ଉଷ୍ମ ହେଉଛି। ପୂର୍ବତନ କ୍ୟାବିନେଟ...

ହ୍ୟୁମାନଙ୍କ ସମାଧି ପୀଠରେ ଭୋ ଭୋ ହୋଇ କାନ୍ଦିଲେ ସ୍ତ୍ରୀ ଶ୍ରୀୟା, କହିଲେ ଏମିତି ଚାଲିଗଲ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ସ୍ମୃତି ଉଦ୍ଦେଶ୍ୟରେ ରବିବାର ଅର୍ଥାତ୍‌ ଆଜି ସନ୍ଧ୍ୟାରେ ଟିଟିଲାଗଡ଼ ବଏଜ୍‌ ହାଇସ୍କୁଲ ପଡ଼ିଆଠାରେ ଓଡିଶା କଳାକାର ଏକତା ମଞ୍ଚ...

ଇନ୍‌ଷ୍ଟାଗ୍ରାମରେ ପରସ୍ପରକୁ ଅନ୍‌ଫଲୋ କଲେ ପଲାଶ-ସ୍ମୃତି

ମୁମ୍ବାଇ: ଗାୟକ ତଥା ଫିଲ୍ମ ନିର୍ମାତା ପଲାଶ ମୁଛଲ ଏବଂ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରବିବାର  ଅଫିସିଆଲି ସେମାନଙ୍କ ବିବାହ ଭାଙ୍ଗିବା ସମ୍ପର୍କରେ ନିଶ୍ଚିତ...

୩୦ ବର୍ଷ ପରେ ସୂର୍ଯ୍ୟ-ଶନି ସମାସପ୍ତକ ଯୋଗ, ଏହି ୪ରାଶିରେ ପଡିବ ଖରାପ ପ୍ରଭାବ, ଅଡୁଆରେ ପଡି ଫସିବେ…

ସୂର୍ଯ୍ୟ-ଶନି ସମାସପ୍ତକ ଯୋଗ 2025, ଯାହା ଗ୍ରହମାନଙ୍କର ରାଜା ସୂର୍ଯ୍ୟଙ୍କ କନ୍ୟା ରାଶିରେ ପ୍ରବେଶ ସହିତ ଆରମ୍ଭ ହୋଇଥିଲା। ସୂର୍ଯ୍ୟ ବର୍ତ୍ତମାନ କନ୍ୟା ରାଶିରେ ଅଛନ୍ତି...

ଧାନ କିଣାବିକାରେ ଅଚଳାବସ୍ଥା: ତାତିଲେ ଚାଷୀ, କଲେ ଏମିତି…

ବରଗଡ଼,୭ା୧୨(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ରବିବାର ୧୦ଦିନରେ ପହଞ୍ଚିଛି। ହେଲେ...

୨୦୨୬ରେ କେମିତି ରହିବ ତୁଳା ରାଶିର ଭାଗ୍ୟ, ବୃହସ୍ପତିଙ୍କ ଚଳନ, ଟଙ୍କାରେ ପୋତି ହେବେ…

ବର୍ଷ ୨୦୨୬ ତୁଳା ରାଶି ପାଇଁ ସେମାନଙ୍କ ଅଧ୍ୟୟନ ଏବଂ କ୍ୟାରିୟର ଉଭୟ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ । ବର୍ଷର ମଧ୍ୟଭାଗରେ ବୃହସ୍ପତିଙ୍କ ପ୍ରଭାବ ଆପଣଙ୍କୁ ସ୍ଥଗିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri