୧୦ କି.ମି. ପାଇଁ ଖର୍ଚ୍ଚ ହେବ ସାଢ଼େ ୯ କୋଟି

ପରଜଙ୍ଗ,୨୧।୪(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଭାଲୁମୁଣ୍ଡାଠାରୁ ସରାଙ୍ଗ ଗ୍ରାମ ନିକଟ ୫୩ନଂ. ଜାତୀୟ ରାଜପଥକୁ ସଂଯୋଗ କରୁଥିବା ପୂର୍ତ୍ତ ବିଭାଗ ରାସ୍ତା ପ୍ରଶସ୍ତ ହେବ। ଗୁରୁବାର ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ମୁଖ୍ୟ ଅତିଥି ଭାବେ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଡ. ନୃସିଂହ ଚରଣ ସାହୁ ଯୋଗଦେଇ ଏହାର ଶିଳାନ୍ୟାସ କରିଥିଲେ। ୧୦ କି.ମି. ଦୀର୍ଘ ଏହି ରାସ୍ତା ନିର୍ମାଣରେ ୯ କୋଟି ୫୦ ଲକ୍ଷ ଟଙ୍କା ଖର୍ଚ୍ଚ ହେବ ବୋଲି ବ୍ୟୟ ଅଟକଳ ରହିଛି। ଏହି ସଡ଼କ ଦ୍ୱାରା ବ୍ଲକ ଅନ୍ତର୍ଗତ ୩ ଜିଲା ପରିଷଦ ଜୋନ୍‌ର ଜନସାଧାରଣ ଉପକୃତ ହେବ। ଏହାର ନିର୍ମାଣରେ ସହଯୋଗ କରିବାକୁ ବିଧାୟକ ନିବେଦନ କରିଛନ୍ତି।
ଦୀର୍ଘବର୍ଷ ଧରି ଅବହେଳିତ ଅବସ୍ଥାରେ ଥିବା ଉକ୍ତ ସଡ଼କ ସମ୍ପ୍ରସାରଣ କରିବା ଲାଗି ଦାବି ହୋଇ ଆସୁଥିବାବେଳେ ପୂର୍ତ୍ତ ବିଭାଗ ଏଥିଲାଗି ଅଣ୍ଟା ଭିଡ଼ିଛି। ରାସ୍ତା ନିର୍ମାଣ ସମ୍ପର୍କରେ ବିଭାଗୀୟ ସହକାରୀ ନିର୍ବାହୀ ଯନ୍ତ୍ରୀ ପ୍ରଶାନ୍ତ କୁମାର କାନୁନ୍‌ଗୋ ସୂଚନା ଦେଇ କହିଛନ୍ତି, ୧୦ କି.ମି. ଦୀର୍ଘ ରାସ୍ତା ମଧ୍ୟରୁ ସାଢ଼େ ୩ କିଲୋମିଟର କଂକ୍ରିଟ ହେବ। ଅବଶିଷ୍ଟ ୫.୫ କିଲୋମିଟର ରାସ୍ତା ପିଚୁ ଢଳେଇ କରାଯିବ। ରାସ୍ତା ୨୦ ଫୁଟରୁ ଊର୍ଦ୍ଧ୍ୱ ଓସାର ହେବ। ଆସନ୍ତା ଡିସେମ୍ବର ସୁଦ୍ଧା କାର୍ଯ୍ୟ ସମ୍ପନ୍ନ କରାଯିବାକୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି ବୋଲି ଯନ୍ତ୍ରୀ କାନୁନ୍‌ଗୋ ସୂଚନା ଦେଇଛନ୍ତି। ଏହି ଅବସରରେ ବ୍ଲକ ବିଜେଡି ସଭାପତି କୃଷ୍ଣଚନ୍ଦ୍ର ମହାନ୍ତିଙ୍କ ସଭାପତିତ୍ୱରେ ଏକ ସଭା ଆୟୋଜିତ ହୋଇଥିଲା। ସମ୍ମାନିତ ଅତିଥି ଭାବେ ଜିଲା ପରିଷଦ ଉପାଧ୍ୟକ୍ଷା ବିଳାସିନୀ ସେଠୀ, ଜିଲା ପରିଷଦ ସଭ୍ୟ ନିରାକାର ପ୍ରଧାନ, ରୁନୁ ବର୍ମା, ଆତ୍ମା ଅଧ୍ୟକ୍ଷ ତଥା ପୂର୍ବତନ ବ୍ଲକ ଅଧ୍ୟକ୍ଷ ଅକ୍ଷୟ କୁମାର ବେହେରା, ବ୍ଲକ ଯୁବ ବିଜେଡି ସଭାପତି ସୁବ୍ରତ କୁମାର ଦାସ, କନ୍ଦରସିଂହା ଗ୍ରାମ ସଭାପତି ସଚ୍ଚିଦାନନ୍ଦ ବିଶ୍ୱାଳ, ଠିକାଦାର ପ୍ରଦୀପ ପ୍ରଧାନ, ଦିଲୀପ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?