Posted inଜାତୀୟ

ମୃତକଙ୍କ ପରିବାରକୁ ୧୦ ଲକ୍ଷ କ୍ଷତିପୂରଣ ଦିଅ

ଅହମଦାବାଦ,୨୩ା୨: ଗତବର୍ଷ ଅକ୍ଟୋବର ୩୦ରେ ଗୁଜରାଟର ମୋର୍‌ବି ସହରରେ ଏକ ଝୁଲାପୋଲ ଭୁଶୁଡ଼ିପଡ଼ିବାରୁ ୧୩୫ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ୫୬ ଆହତ ହୋଇଥିଲେ। ପ୍ରତ୍ୟେକ ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏ କ୍ଷତିପୂରଣ ପ୍ରଦାନ କରିବାକୁ ବୁଧବାର ଗୁଜରାଟ ହାଇକୋର୍ଟ ଓରେଭା ଗ୍ରୁପ୍‌କୁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଆହତମାନଙ୍କୁ ମଧ୍ୟ ୪ ସପ୍ତାହ ମଧ୍ୟରେ ୨ ଲକ୍ଷ ଟଙ୍କା ଦେବା ପାଇଁ ନିର୍ଦ୍ଦେଶ ରହିଛି।

ନଦୀର ଶତାବ୍ଦୀ ପୁରୁଣା ମୋର୍‌ବି ସସ୍‌ପେନ୍ସନ୍‌ ବ୍ରିଜ୍‌କୁ ଗତ ଅକ୍ଟୋବର ୩୦ରେ ହଠାତ୍‌ ଅତି ତରବରିଆ ଭାବେ ଖୋଲି ଦିଆଯାଇଥିଲା। ସେହିଦିନ ଗୁଜରାଟୀ ନବବର୍ଷ ଓ ରବିବାର ଥିବାରୁ ବ୍ରିଜ୍‌ରେ ପ୍ରବଳ ଜନଗହଳି ହୋଇଥିଲା। ଟିକେଟ ପିଛା ୧୨ରୁ ୧୭ ଟଙ୍କାରେ ବିକ୍ରି କରାଯାଇଥିଲା, ଯାହାକି ପିଲାଙ୍କ ପାଇଁ ୧୦ ଓ ବୟସ୍କଙ୍କ ଲାଗି ୧୫ ଟଙ୍କା ରଖିବାକୁ ପୂର୍ବରୁ ଧାର୍ଯ୍ୟ ହୋଇଥିଲା। ୧୫୦ ଧାରଣ କ୍ଷମତା ବିଶିଷ୍ଟ ଝୁଲାପୋଲ ଉପରକୁ ୬୫୦ରୁ ଅଧିକ ଲୋକ ଯିବା ପରେ ପୁରୁଣା ମେଟାଲ କେବୁଲ ଛିଣ୍ଡି ପଡ଼ିଥିଲା। କଳଙ୍କି ଲାଗିଯାଇଥିବା କେବୁଲଗୁଡ଼ିକୁ ଗତ ୭ ମାସର ମରାମତି ସମୟରେ ବଦଳାଯାଇ ନ ଥିବା ଯାଞ୍ଚରୁ ଜଣାପଡ଼ିଥିଲା। ସବୁଠୁ ବଡ଼ କଥା ହେଉଛି ଏହାର ମରାମତି, ପୁନରୁଦ୍ଧାର ଓ ରକ୍ଷଣାବେକ୍ଷଣ ଦାୟିତ୍ୱ ଜୟସୁଖ ପଟେଲଙ୍କ ଓରେଭା କମ୍ପାନୀକୁ ଦିଆଯାଇଥିଲା। ଓରେଭା ଗ୍ରୁପ୍‌ ହେଉଛି ଅଜନ୍ତା କାନ୍ଥଘଣ୍ଟା, ସିଏଫ୍‌ଲ୍‌ ବଲ୍‌ବ ଏବଂ ଇ-ବାଇକ୍‌ ନିର୍ମାଣକାରୀ କମ୍ପାନୀ, ଯାହାର ବ୍ରିଜ୍‌ ନିର୍ମାଣ କ୍ଷେତ୍ରରେ କୌଣସି ଅଭିଜ୍ଞତା ନାହିଁ।

ଏହି କମ୍ପାନୀ ଉକ୍ତ ବ୍ରିଜ୍‌କୁ ଖୋଲିବା ପୂର୍ବରୁ ମୋର୍‌ବି ପୌରପାଳିକାଠାରୁ ଫିଟ୍‌ନେସ୍‌ ସାର୍ଟିଫିକେଟ୍‌ ମଧ୍ୟ ନେଇ ନ ଥିଲା। ରକ୍ଷଣାବେକ୍ଷଣ ପାଇଁ ଅନୂ୍ୟନ ୮ ମାସରୁ ୧ ବର୍ଷ ପର୍ଯ୍ୟନ୍ତ ଏହାକୁ ବନ୍ଦ ରଖାଯିବା କଥା। କିନ୍ତୁ ଅତି ତରବରିଆ ଭାବେ ଖୋଲାଯିବା କମ୍ପାନୀ ଏମ୍‌ଡି ଜୟସୁଖ ପଟେଲଙ୍କ ଗମ୍ଭୀର ଦାୟିତ୍ୱହୀନତା ବୋଲି ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ଦର୍ଶାଇଥିଲା।
ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ସୋନିଆ ଗୋକାନିଙ୍କ ଅଧ୍ୟକ୍ଷତାରେ ତଥା ଜଷ୍ଟିସ୍‌ ସନ୍ଦୀପ ଭଟ୍ଟ ସାମିଲ ଥିବା ଡିଭିଜନ୍‌ ବେଞ୍ଚ ଉକ୍ତ କମ୍ପାନୀକୁ ଅନ୍ତରୀଣ କ୍ଷତିପୂରଣ ପ୍ରଦାନ ଲାଗି ନିର୍ଦ୍ଦେଶ ଦେଇଛନ୍ତି। ୪ ସପ୍ତାହ ମଧ୍ୟରେ ୧୩୫ ମୃତକଙ୍କ ପରିବାରକୁ ୧୦ ଲକ୍ଷ ଓ ୫୬ ଆହତଙ୍କୁ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ରହିଛି। ଏହା ପୂର୍ବରୁ ମଙ୍ଗଳବାର ଓରେଭା ଗ୍ରୁପ୍‌ ଅନ୍ତରୀଣ କ୍ଷତିପୂରଣ ବାବଦରେ ମୋଟ ୫ କୋଟି ଟଙ୍କା ଦେବାକୁ ପ୍ରସ୍ତୁତ ବୋଲି ହାଇକୋର୍ଟଙ୍କୁ ଅବଗତ କରାଇଥିଲା। ତେବେ ହାଇକୋର୍ଟ ଏହାକୁ ପର୍ଯ୍ୟାପ୍ତ ନୁହେଁ କହି କମ୍ପାନୀର ଅନୁରୋଧକୁ ପ୍ରତ୍ୟାଖ୍ୟାନ କରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri