୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ଭୁବନେଶ୍ୱର,୭।୪(ବ୍ୟୁରୋ): ରାଜଧାନୀରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି। କମିଶନରେଟ ପୋଲିସର ସ୍ପେଶାଲ ସ୍କ୍ବାଡ ଚଢ଼ାଉ କରି ଭୁବନେଶ୍ୱରର ଘାଟିକିଆ ଅଞ୍ଚଳରୁ ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କରିଛି। ଏହି ଘଟଣାରେ ୫ ଜଣଙ୍କୁ ଗିରଫ କରାଯାଇଛି। ଏମାନଙ୍କ ମଧ୍ୟରେ ୩ ଜଣ ମହିଳା ଅଛନ୍ତି।