ଅଗ୍ନିକାଣ୍ଡରେ ଜଳିଗଲା ୧୦ଲକ୍ଷ ଟଙ୍କାର ସାମଗ୍ରୀ

ବ୍ରହ୍ମପୁର,୬ା୫(ସୁବାସ ଚନ୍ଦ୍ର ପାଢ଼ୀ): ଗୋସାଇଁନୂଆଗାଁ ସାମନ୍ତରାୟ ଏକାଡେମୀ ନିକଟରେ ଥିବା ଏକ ଗୋଦାମରେ ସୋମବାର ଭୟାଭୟ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗୋଦାମରେ ଥିବା ୧୦ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ଭୋଜି ଓ ଫାଷ୍ଟଫୁଡ଼ ସାମଗ୍ରୀ ପୋଡ଼ି ନଷ୍ଟ ହୋଇଯାଇଛି । ବ୍ରହ୍ମପୁର ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ବିଦ୍ୟୁତ୍‌ ଶର୍ଟ ଶର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଥିବା ଅଗ୍ନିଶମ ବିଭାଗ ପକ୍ଷରୁ କୁହାଯାଇଛି।

ସାମନ୍ତରାୟ ଏକାଡେମୀ ସମ୍ମୁଖରେ ଥିବା ଏକ ଘରେ ପି. ସତୀଶ ପାତ୍ର ଓ ତାଙ୍କ ଭାଇ ପି. ନାଗେଶ୍ୱର ପାତ୍ରଙ୍କ ଗୋଦାମରେ ଲକ୍ଷ ଲକ୍ଷ ଟଙ୍କାର ପ୍ଲାଷ୍ଟିକ, ଜରି ଓ ଖଲିପତ୍ର ପ୍ଲେଟ, ଗିନା, ଦନା, ଚାମଚ, ଟିସୁ ପେପର, ଟେବୁଲ ରୋଲ, ଗ୍ଲାସ ଆଦି ବିକ୍ରି ପାଇଁ ମହଜୁଦ ଥିଲା।

ସୋମବାର ସକାଳେ ସତିଶ ଗୋଦାମକୁ ଯାଇ ୯ଟାରେ ଫେରିଥିଲେ। ଏହାର ପ୍ରାୟ ଘଣ୍ଟାକ ପରେ ଗୋଦାମରୁ ଧୂଆଁ ବାହାରୁଥିବା ସାମନ୍ତରାୟ ଏକାଡେମୀର କର୍ମଚାରୀ ଦେଖି ସତୀଶଙ୍କୁ ଖବର ଦେଇଥିଲେ। ସତୀଶ ସେଠାରେ ପହଞ୍ଚି ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କଲା ବେଳକୁ ବହୁ ସାମଗ୍ରୀ ପୋଡ଼ି ସାରିଥିଲା । ସତୀଶ କହିଛନ୍ତି, ତାଙ୍କ ଗୋଦାମରୁ ଓଡ଼ିଶାର ବିଭିନ୍ନ ଜିଲାକୁ ଭୋଜି ସାମଗ୍ରୀ ଯୋଗାଣ ହେଉଥିଲା। ପ୍ରାୟ ସମସ୍ତ ସାମଗ୍ରୀ ଜଳି ପୋଡ଼ି ପାଉଁଶ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଲେ ଛାତ୍ରୀଛାତ୍ର-ଗ୍ରାମବାସୀ, ବିଧାୟକ କହିଲେ ରୋଗୀଙ୍କ ଜୀବନ…

ଭଞ୍ଜନଗର,୨୪ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ବୁଧବାର ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ସ୍ବେଚ୍ଛାସେବୀ ଅନୁଷ୍ଠାନ ସ୍ବାତୀର ୨୮ ତମ…

ଖାମେନେଇଙ୍କ ଅନ୍ତିମ ସଂସ୍କାର ପାଇଁ ମୋଦିଙ୍କୁ ନିମନ୍ତ୍ରଣ, ଯୋଗଦେବେକି ପ୍ରଧାନମନ୍ତ୍ରୀ?

ତେହରାନ୍‌,୨୪ା୬: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇ ଆମେରିକା-ଇସ୍ରାଏଲ ଆକ୍ରମଣରେ ପ୍ରାଣ ହରାଇଥିଲେ। ତାଙ୍କର ମୃତ୍ୟୁ ଫେବୃଆରୀ ୨୮ ତାରିଖରେ ହୋଇଥିଲା। ତାଙ୍କର ଅନ୍ତିମ ସଂସ୍କାର…

ୟୁକାଲିପଟାସ୍‌ ଚାଷ ନିଷିଦ୍ଧ ପାଇଁ କୋରାପୁଟ ଡିଏଫ୍‌ଓଙ୍କୁ ତଦନ୍ତ ନିର୍ଦ୍ଦେଶ

କୋରାପୁଟ,୨୪ା୬(ଅମିତାଭ ବେହେରା): କୋରାପୁଟର ତଫସିଲଭୁକ୍ତ ଅଞ୍ଚଳରେ ବଢ଼ୁଥିବା ୟୁକାଲିପଟାସ୍‌ ଚାଷକୁ ନେଇ ଉଠିଥିବା ଅଭିଯୋଗ ପ୍ରତି ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଛନ୍ତି। ଏହି ଚାଷ ଉପରେ…

ସରକାରଙ୍କ ବଡ଼ ଘୋଷଣା, ପ୍ରତିବର୍ଷ ୫ ଲକ୍ଷ ଶିଶୁଙ୍କୁ ଦେବେ ସୁନା ମୁଦି

ଚେନ୍ନାଇ,୨୪ା୬ : ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱରେ ତାମିଲନାଡୁ ସରକାର ପ୍ରତିଦିନ ନୂଆ ନୂଆ ନିଷ୍ପତ୍ତି ନେଉଛନ୍ତି । ସରକାର ଏବେ ପ୍ରତ୍ୟେକ ନବଜାତ ଶିଶୁକୁ…

ବାସୁଦେବପୁରରେ ହତ୍ୟାକାଣ୍ଡ: ଝିଆରୀଙ୍କୁ ପିଟିପିଟି ମାରିଦେଲେ ଦାଦା, ପୂରା ଘଟଣା ଜାଣିଲେ…

ବାସୁଦେବପୁର,୨୪ା୬(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ପୌରାଞ୍ଚଳର ଭୈରବପୁର ଗ୍ରାମରେ ଏକ ଲୋମହର୍ଷଣକାରୀ ହତ୍ୟାକାଣ୍ଡ ଘଟିଛି। ଲୁଗା ଶୁଖାଇବା ପାଇଁ ପୋତିଥିବା ବାଉଁଶକୁ ନେଇ ଘଟିଛି ଘଟଣା।…

ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କାଦେଲା ବୋଲେରୋ, ପୁଣି ପଛପଟୁ ଧକ୍କାଦେଲା ଆଉ ଏକ ଟ୍ରକ୍‌, ତା’ପରେ…

ବଞ୍ଚୋ,୨୪ା୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ରିଙ୍ଗ ରୋଡ୍‌ରେ ବୁଧବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ଗୋଟିଏ ବାଇକ୍‌କୁ ଧକ୍କାଦେବା ପରେ ବାଇକ୍‌…

ଶ୍ରମିକମାନେ କାମ କରୁଥିବା ବେଳେ ଭୁଶୁଡ଼ିଲା ଗୋଦାମ, ମୃତ୍ୟୁ ସଂଖ୍ୟା….

କୋଲକାତା,୨୪ା୬: ପଶ୍ଚିମ କୋଲକାତାର ତାରାତାଲା ଅଞ୍ଚଳରେ ଏକ ନିର୍ମାଣାଧୀନ ଗୋଦାମ ବୁଧବାର ଅପରାହ୍ନରେ ହଠାତ୍ ଭୁଶୁଡ଼ିଲା । ଭଗ୍ନାବଶେଷ ତଳେ ପ୍ରାୟ ୫୦-୬୦ ଜଣ ଫସି ରହିଛନ୍ତି…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଛୁରାମାଡ଼ ପରେ…

ପଦ୍ମପୁର,୨୪ା୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ବୁଡେନ ଥାନା ଅନ୍ତର୍ଗତ ଗଡ଼ଭାଟି ଗ୍ରାମର ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଓ ଛୁରାମାଡ଼ କରାଯାଇଥିବା ଅଭିଯୋଗରେ ବୁଡେନ ଥାନାରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri