୮୦ ମିଟର ରାସ୍ତାରେ ଖର୍ଚ୍ଚ ହୋଇଛି ୧୦ ଲକ୍ଷ

ପଟ୍ଟାମୁଣ୍ଡାଇ,୧୦ା୬(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ପୌର ପରିଷଦ ଅନ୍ତର୍ଗତ ୱାର୍ଡ ନଂ. ୧୯ଠାରେ ୧୦ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ କଟକ-ଚାନ୍ଦବାଲି ମେନ୍‌ ରୋଡଠାରୁ ଅଜୟ ତରାଇ ଘର ପର୍ଯ୍ୟନ୍ତ ୮୦ ମିଟର ଫେବର ଇଟାରେ ରାସ୍ତା କାର୍ଯ୍ୟ ହୋଇଥିଲା। ମାତ୍ର କାମ ହେବାର କିଛିଦିନ ପରେ ହାଇଓ୍ବା ଗାଡ଼ି ପଶି ଯିବା ଆସିବା କରିବାରୁ ଉକ୍ତ ରାସ୍ତାଟି ସମ୍ପୂର୍ଣ୍ଣ ଭାଙ୍ଗିରୁଜି ଯାଇଛି। ରାସ୍ତା କାର୍ଯ୍ୟରେ ଅନିୟମିତତା ହେଉ ବା ହାଇଓ୍ବା ଚଢ଼ି ଭାଙ୍ଗିଯାଉ, ରାସ୍ତାକୁ ପୁନଃ ନିର୍ମାଣ ପାଇଁ ସ୍ଥାନୀୟ ଲୋକେ ପୌର ନିର୍ବାହୀ ଅଧିକାରୀ ସମ୍ପଦ ସ୍ବାଇଁଙ୍କ ନିକଟରେ ଅଭିଯୋଗ କରିଛନ୍ତି। ସୂଚନା ଅନୁଯାୟୀ, ପୌର ପରିଷଦ ଓ୍ବାର୍ଡ ନଂ. ୧୯ରେ ଫେବର ରାସ୍ତା ନିର୍ମାଣ ପାଇଁ ୧୦ ଲକ୍ଷ ଟଙ୍କାର ଟେଣ୍ଡର କରାଯାଇ କାର୍ଯ୍ୟାଦେଶ ଦିଆଯାଇଥିଲା। ଏକ ମାସ ତଳେ ଉକ୍ତ କାର୍ଯ୍ୟ ସମାପନ ହୋଇଥିଲା। ମାତ୍ର କାର୍ଯ୍ୟ ସମାପନ ହୋଇଥିବା ରାସ୍ତା ଅତି ନିମ୍ନମାନର କରାଯାଇଥିବାରୁ ହାଇଓ୍ବା ଚଳପ୍ରଚଳ ଦ୍ୱାରା ସମ୍ପୂର୍ଣ୍ଣ ରାସ୍ତା ଦବି ଯାଇ ଫେବର ଉଠି ଭାଙ୍ଗି ଯାଇଛିି।
ପ୍ରକାଶ ଥାଉ କି, ନ୍ୟାଶନାଲ କାଉନସିଲ ଫର୍‌ ସିମେଣ୍ଟ ଆଣ୍ଡ ବିଲଡିଂ ମ୍ୟାଟେରିଆଲ, ଭୁବନେଶ୍ୱର ଟେଷ୍ଟିଂ ଲାବରେଟୋରି ଦ୍ୱାରା ପରୀକ୍ଷା କରାଯାଇଥିବା ଇଟା ଏହି ରାସ୍ତା କାମରେ ବ୍ୟବହାର କରାଯିବା କଥା, କିନ୍ତୁ ସେହି ନିୟମକୁ ଉପେକ୍ଷା କରି ସ୍ଥାନୀୟ ଫେବର ଇଟା ଦ୍ୱାରା କରାଯାଇଥିବାରୁ ଏକମାସ ମଧ୍ୟରେ ସମ୍ପୂର୍ଣ୍ଣ ରାସ୍ତାଟି ନଷ୍ଟ ହୋଇଯାଇଛି। ତେଣୁ ଉକ୍ତ ରାସ୍ତାକୁ ମଞ୍ଜୁରପ୍ରାପ୍ତ ଫେବର ଇଟା ବ୍ୟବହାର କରି ପୁନର୍ବାର ନିର୍ମାଣ କରାଯାଉ ବୋଲି ଦାବି ହୋଇଛି। ଏ ସମ୍ପର୍କରେ ପୌର ପରିଷଦ କନିଷ୍ଠ ଯନ୍ତ୍ରୀ ସୁଶୀଲ ବେହେରାଙ୍କୁ ପଚାରିବାରୁ ଉକ୍ତ ରାସ୍ତା କାର୍ଯ୍ୟ ଠିକ୍‌ ଢଙ୍ଗରେ ହୋଇଥିଲା। ମାତ୍ର ସ୍ଥାନୀୟ ଲୋକଙ୍କ ଅଭିଯୋଗ ଅନୁଯାୟୀ, ସେହି ଫେବର ରାସ୍ତା ଦେଇ ୫୦ ରୁ ୬୦ ଟ୍ରିପ ବାଲି ହାଇଓ୍ବାରେ ଯିବାଆସିବା କରିବାରୁ ରାସ୍ତାଟି ଭାଙ୍ଗି ଯାଇଛି। ଏ ନେଇ ସ୍ଥାନୀୟ ଲୋକେ ଥାନାରେ କେସ୍‌ କରିବା ସହ ନିର୍ବାହୀ ଅଧିକାରୀଙ୍କୁ ଲିଖିତ ଅଭିଯୋଗ କରିଛନ୍ତି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାତୁଲୀ ୟୁଥ୍ କ୍ଲବ୍ କ୍ରିକେଟ ଟୁର୍ନାମେଣ୍ଟ: ସେମିଫାଇନାଲରେ ଅଙ୍ଗାରଗାଁର ଦମଦାର ବିଜୟ, ଫାଇନାଲରେ…

ଗଞ୍ଜାମ,୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସନ୍ତୋଷପୁର ପଞ୍ଚାୟତ ଅଧୀନସ୍ଥ ସାତୁଲୀ ୟୁଥ୍ କ୍ଲବ୍ ଆନୁକୂଲ୍ୟରେ ଚାଲିଥିବା କ୍ରିକେଟ ଟୁର୍ନାମେଣ୍ଟର ଶୁକ୍ରବାର ଦିନ ସେମିଫାଇନାଲ ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି।…

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ସମଣା ଘାଟରୁ ଉଠୁନି ଗୋଟେ ମୁଠା ବାଲି; ତଥାପି ପୋଲିସ,ପ୍ରଶାସନ, ମୁଖ୍ୟମନ୍ତ୍ରୀଙ୍କୁ ମିଛ ଟାର୍ଗେଟ: ପ୍ରତିବାଦରେ ଗର୍ଜିଲେ…

ହାଟଡିହୀ,୧୦।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ସମଣା ବାଲିଘାଟକୁ ନେଇ ଚାଲିଥିବା ଇଚ୍ଛାକୃତ ଅପପ୍ରଚାର ଓ ଷଡ଼ଯନ୍ତ୍ର ବିରୋଧରେ ଗ୍ରାମବାସୀ ସ୍ୱର ଉତ୍ତୋଳନ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri