୧୦ ଲକ୍ଷ ଟପିଲା କରୋନା ପରୀକ୍ଷା

ଭୁବନେଶ୍ୱର,୧୯ା୮(ବ୍ୟୁରୋ): କରୋନା ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାର ଅଧିକରୁ ଅଧିକ ଟେଷ୍ଟିଂ ପାଇଁ ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ରାଜ୍ୟରେ କୋଭିଡ୍‌ ଟେଷ୍ଟ ୧୦ ଲକ୍ଷ ଟପିଛି। ଗତ ତିନିଦିନ ହେଲା ରାଜ୍ୟରେ ଦୈନିକ ହାରାହାରି ୫୦ ହଜାର ନମୁନା ପରୀକ୍ଷଣ କରାଯାଉଛି। ମଙ୍ଗଳବାର ସୁଦ୍ଧା ମୋଟ ୧୦,୦୯,୪୫୪ଟି ନମୁନା ପରୀକ୍ଷା ହୋଇସାରିଛି। ସେଥିରୁ ୬.୩୯ ପ୍ରତିଶତ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।
ଅନ୍ୟପକ୍ଷରେ ରାଜ୍ୟର ୨୯ଟି ଜିଲାରୁ ୨,୨୩୯ ଜଣ ନୂଆ ଆକ୍ରାନ୍ତ ବାହାରିଛନ୍ତି। ଏମାନଙ୍କ ମଧ୍ୟରୁ ୧,୪୧୬ ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଥିବାବେଳେ ୮୨୩ ଜଣ ସ୍ଥାନୀୟ ଆକ୍ରାନ୍ତ ରହିଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪୧୯ ଜଣ ରହିଥିବା ବେଳେ ଲଗାତର ୭ଦିନ ଧରି ଖୋର୍ଦ୍ଧା ଜିଲା ସଂକ୍ରମଣ ତାଲିକାର ପ୍ରଥମ ସ୍ଥାନରେ ରହିଛି। ଏଥିରେ ଗଞ୍ଜାମ ଜିଲା ଦ୍ୱିତୀୟ ସ୍ଥାନରେ ରହିଛି। ଗଞ୍ଜାମରୁ ୨୪୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ନୟାଗଡ଼ ୧୪୭, ବାଲେଶ୍ୱର ୧୩୦, ରାୟଗଡ଼ା ୧୨୦, କଟକ ୧୧୭, କୋରାପୁଟ ୯୧, କନ୍ଧମାଳ ୯୦, ମୟୂରଭଞ୍ଜ ୮୦, ଯାଜପୁର ୭୫, ଭଦ୍ରକ ୭୩, କେନ୍ଦୁଝର ୭୨, ବଲାଙ୍ଗୀର ୬୬, ସୁନ୍ଦରଗଡ଼ ୬୪, ମାଲକାନଗିରି ୫୫, ବରଗଡ଼ ୫୧, ଗଜପତି ୪୨, ପୁରୀ ୪୦, ଢେଙ୍କାନାଳ ୩୬, ଜଗତ୍‌ସିଂହପୁର ୨୬, ସୋନପୁର ୨୪, କଳାହାଣ୍ଡି ୨୧, ନବରଙ୍ଗପୁର ୧୪, ଝାରସୁଗୁଡ଼ା ୧୩, ନୂଆପଡ଼ା ୮, କେନ୍ଦ୍ରାପଡ଼ା ୭, ଅନୁଗୋଳରୁ ୬, ବୌଦ୍ଧ ଓ ସମ୍ବଲପୁରରୁ ୫୩ ଜଣ ଲେଖାଏ ରହିଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୬୪,୫୩୩ରେ ପହଞ୍ଚତ୍ଛି। ଅନ୍ୟପକ୍ଷରେ କରୋନାରେ ଆକ୍ରାନ୍ତ ଥାଇ ମଙ୍ଗଳବାର ରାଜ୍ୟରେ ୯ ଜଣଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲାରୁ ୩, ରାୟଗଡ଼ାରୁ ୨, ବାଲେଶ୍ୱର, ଖୋର୍ଦ୍ଧା, ମାଲକାନଗିରି ଓ ସମ୍ବଲପୁରରୁ ଜଣେ ଲେଖାଏ ଆକ୍ରାନ୍ତ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୬୨ରେ ପହଞ୍ଚତ୍ଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri