ବରଗଡ଼ରେ ପୁଣି ୧୦ କରୋନା ପଜିଟିଭ୍‌: ସଂକ୍ରମିତ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା

ବରଗଡ଼ ଅଫିସ୍‌,୪।୮: ବରଗଡ଼ ଜିଲାରେ ମଙ୍ଗଳବାର ୧୦ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ବରଗଡ଼ ପୌର ପରିଷଦ ଅଧୀନ ୱାର୍ଡ ନଂ-୭ ବିଶିପଡ଼ାର ଜଣେ, ୱାର୍ଡ ନଂ-୨ ମେହେରପଡ଼ାର ୭ଜଣ, ବିଜେପୁର ବ୍ଲକ ସାଧୁପାଲି ଗ୍ରାମର ଜଣେ ଏବଂ ପଦ୍ମପୁର ପୌରାଞ୍ଚଳର ଜଣେ ରହିଛନ୍ତି । ସମସ୍ତଙ୍କୁ ଚିକିତ୍ସା ପାଇଁ ବରଗଡ଼ କୋଭିଡ୍‌ ହସପିଟାଲରେ ଭର୍ତ୍ତି କରାଯାଇଛି । ସେହିପରି ସଂକ୍ରମତି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯିବା ସହିତ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି ବୋଲି ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି ।