କେନ୍ଦୁଝରରେ ପୁଣି ୧୦ କରୋନା ପଜିଟିଭ୍‌ ଚିହ୍ନଟ: ୮ ରହିଛନ୍ତି ସ୍ଥାନୀୟ ଅଞ୍ଚଳର

କେନ୍ଦୁଝର,୧୬।୭(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଗୁରୁବାର ୧୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣ କ୍ୱାରାଣ୍ଟଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୮ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ସେମାନେ ପୂର୍ବରୁ କରନା ରୋଗୀଙ୍କ ସଂସ୍ପର୍ଶରେ ଆସିଥବା ଜଣାପଡ଼ିଛି। ସେଥିରୁ ୪ଜଣ ବଡ଼ବିଲରେ ପୂର୍ବରୁ ସଂକ୍ରମିତ ଲୋକାଲ କଣ୍ଟାକ୍ଟ ଥିବା ବେଳେ ଜଣେ ହାଟଡ଼ିହି ବ୍ଲକର ଲୋକାଲ କଣ୍ଟାକ୍ଟ ଅଛନ୍ତି। ଯିଏ ଭୁବନେଶ୍ୱରରେ ଚିକିତ୍ସାଧୀନ ଥିବା ଜଣାପଡିଛି। କେନ୍ଦୁଝର ପୌରପାଳିକ ଅଞ୍ଚଳରେ ପୂର୍ବରୁ ସଂକ୍ରମିତ ଜଣେ ଲୋକାଲ କଣ୍ଟାକ୍ଟ ସଂସ୍ପର୍ଶରେ ଆସି ୩ ଜଣ ଆକ୍ରାନ୍ତ ହୋଇଛନ୍ତି। ଅନ୍ୟ ୨ ଜଣ ତେଲକୋଇ ଓ ଚମ୍ପୁଆ ବ୍ଲକ ଅଞ୍ଚଳରେ ଥିବା ଅସ୍ଥାୟୀ ସ୍ବାସ୍ଥ୍ୟ କନ୍ଦ୍ରରେ ଥିଲେ ବୋଲି ଜଣାପଡିଛି ।
ଏହାକୁ ମିଶାଇ ଜିଲାରେ କରୋନା ଆକ୍ରନ୍ତଙ୍କ ସଂଖ୍ୟା ୩୫୫ରେ ପହଞ୍ଚି ଥିବା ବେଳେ ୨୫୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୦୧ ଜଣ କୋଭିଡ-୧୯ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରବିବାର ଭୂଲରେ ବି କାଟନ୍ତୁନି ଚୁଟି କି କରନ୍ତୁନି ଟ୍ରିପ୍‌ ପ୍ଲାନିଂ, ନଚେତ ଜୀବନ ହୋଇଯିବ ନର୍କ!

ହିନ୍ଦୁ ଧର୍ମରେ ପ୍ରତ୍ୟେକ ଦିନ କୌଣସି ନା କୌଣସି ଦେବତାଙ୍କୁ ସମର୍ପିତ। ରବିବାର ଭଗବାନ ସୂର୍ଯ୍ୟଙ୍କୁ ସମର୍ପିତ। ଆଜି ରବିବାର। ଏହି ଦିନ ସୂର୍ଯ୍ୟଙ୍କୁ ପ୍ରାର୍ଥନା...

ମକର ସଂକ୍ରାନ୍ତି ପୂର୍ୱରୁ ବଡ଼ ଚାକିରି ପାଇବେ ୩ରାଶି, ଶୁକ୍ରଙ୍କ ଗୋଚରରେ ମକର ରାଶିରେ ବଢିଚାଲିବ ସମ୍ପତ୍ତି!

ଶୁକ୍ରକୁ ପ୍ରେମ, ସୌନ୍ଦର୍ଯ୍ୟ, ଆକର୍ଷଣ, ବିଳାସ, ଟଙ୍କା ଏବଂ ଆନନ୍ଦର ଗ୍ରହ ଭାବରେ ବିବେଚନା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ, ଶୁକ୍ରର ଗୋଚରକୁ ସାଧାରଣତଃ ଶୁଭ ଏବଂ...

ଶିଷ୍ଟାଚାରର ଅଧଃପତନ

ର୍ଘବର୍ଷର ପରାଧୀନତା ଆମ ସମାଜ ତଥା ସାମାଜିକ ଆଚାର ବ୍ୟବହାର ଉପରେ ଏତେ ପ୍ରଭାବ ପକାଇଛି ଯେ, ତାହା ସ୍ୱାଧୀନତାର ଅର୍ଦ୍ଧଶତାବ୍ଦୀ ପରେ ମଧ୍ୟ ସୁଧୁରିବାର...

ନୂଆ ନଁାରେ ପୁରୁଣା କୋଠା

କଭବନ ସ୍ୱଚ୍ଛତା, ସୁଗମତା ଏବଂ ପ୍ରଶାସନ ଓ ଲୋକଙ୍କ ମଧ୍ୟରେ ଏକ ଗଭୀର ସମ୍ପର୍କର ପ୍ରତୀକ। ଏହି ପଦକ୍ଷେପ ନାଗରିକମାନଙ୍କୁ ସଶକ୍ତ, ଶାସନ ବ୍ୟବସ୍ଥାକୁ ସୁଦୃଢ଼...

ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କ ସହ ଜଡିତ ଅତିକମରେ ୧୬ ଫାଇଲ ଗାଏବ! ଟ୍ରମ୍ପଙ୍କ ଫଟୋ ବି ୨୪ ଘଣ୍ଟାରେ ଡିଲିଟ, ଆମେରିକାରେ ହଇଚଇ

ଓ୍ବାଶଂଟନ,୨୧।୧୨: ଆମେରିକାରେ ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କୁ ନେଇ ବିବାଦ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଆମେରିକାର ନ୍ୟାୟ ବିଭାଗ (DOJ)ର ସରକାରୀ ସାର୍ବଜନୀନ ୱେବସାଇଟରୁ ଏପ୍‌ଷ୍ଟିନ୍‌ ମାମଲା...

୧୧ ବିମାନବନ୍ଦର ଲିଜ୍‌ରେ ନେବ ଆଦାନୀ

ନୂଆଦିଲ୍ଲୀ,୨୧ା୧୨: କେନ୍ଦ୍ର ସରକାର ଦେଶର କେତେକ ସରକାରୀ ବିମାନବନ୍ଦରକୁ ଘରୋଇ କମ୍ପାନୀକୁ ଲିଜ୍‌ ଦେବା ପାଇଁ ଯୋଜନା କରୁଥିବାବେଳେ ଆଦାନୀ ଏଣ୍ଟରପ୍ରାଇଜେସ୍‌ ୧୧ଟି ଏୟାରପୋର୍ଟ ପାଇଁ...

ପିୟୁସିସି ନ ଥିଲେ ପେଟ୍ରୋଲ ପମ୍ପରେ ତେଲ ମିଳିବନି

ଭୁବନେଶ୍ୱର/କଟକ,୨୧ା୧୨ (ତ୍ରିନାଥ ମହାନ୍ତି/କାର୍ତ୍ତିକ ସାହୁ): ଦିଲ୍ଲୀ ଭଳି ଭୁବନେଶ୍ୱର ଏବଂ ରାଜ୍ୟର ବିଭିନ୍ନ ସହରରେ ବାୟୁ ପ୍ରଦୂଷଣ ମାତ୍ର ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରତିଦିନ...

‘ଉସମାନ ହାଦି ଆମ ହୃଦୟରେ ରହିବେ’ ହାଦିଙ୍କ ଶେଷ ଯାତ୍ରାରେ ଯୋଗଦେଇ ୟୁନୁସ କହିଲେ…

ଢାକା,୨୧।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ଛାତ୍ର ନେତା ଏବଂ ଇନକିଲାବ ମଞ୍ଚର ମୁଖପାତ୍ର ସରିଫ ଓସମାନ ହାଦିଙ୍କ ଆଦର୍ଶକୁ ଆଗକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri