ହମାସ ଆକ୍ରମଣରେ ୧୦ ନେପାଳୀ ଛାତ୍ରଙ୍କ ମୃତ୍ୟୁ

ଜେରୁଜେଲମ,୮।୧୦: ପାଲେଷ୍ଟାଇନର ହମାସ ଏବଂ ଇସ୍ରାଏଲ ଯୁଦ୍ଧ ଗମ୍ଭୀର ହେବାରେ ଲାଗିଛି। ହମାସ ଆତଙ୍କବାଦୀ ଗୋଷ୍ଠୀ ଅଚାନକ ଇସ୍ରାଏଲ ଉପରେ ଭୟାନକ ଆକ୍ରମଣ କରିବା ପରେ ଯୁଦ୍ଧ ଘୋଷଣା କରିଛି ଇସ୍ରାଏଲ। ଗତକାଲିଠାରୁ ଆରମ୍ଭ ହୋଇଥିବା ଆକ୍ରମଣ ଓ ପାଲଟା ଆକ୍ରମଣରେ ଉଭୟ ପକ୍ଷରୁ ୫୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ହଜାରରୁ ଅଧିକ ଲୋକ ଆହତ ହୋଇଛନ୍ତି। ରବିବାର ହମାସ ଆକ୍ରମଣ ଯୋଗୁ ଇସ୍ରାଏଲରେ ପ୍ରାୟ ୧୦ ନେପାଳୀ ଛାତ୍ର ପ୍ରାଣ ହରାଇଛନ୍ତି। ଇସ୍ରାଏଲରେ ନେପାଳ ଦୂତାବାସର ଅଧିକାରୀ ଏହି ସୂଚନା ଦେଇଛନ୍ତି।ସୂଚନାଯୋଗ୍ୟ, କିଛି ଦିନ ଧରି ଗାଜା ଷ୍ଟ୍ରିପ୍‌ରେ ଉତ୍ତେଜନା ଲାଗି ରହିଥିବା ବେଳେ ଗତକାଲି ହଠାତ୍‌ ହମାସ ଆତଙ୍କବାଦୀମାନେ ଇସ୍ରାଏଲ ଉପରେ ଆକ୍ରମଣ କରିଥିଲେ। ଗାଜା ଷ୍ଟ୍ରିପରୁ ସେମାନେ ଇସ୍ରାଏଲ ଉପରକୁ ୫ ହଜାରରୁ ଅଧିକ ରକେଟ ମାଡ କରିଥିଲେ। ତା’ ସହିତ ଗାଜା ଷ୍ଟ୍ରିପ ସୀମାରେ ଥିବା ଇସ୍ରାଏଲର ସହରଗୁ ଭିତରେ ପଶି ସେମାନେ ସାଧାରଣ ଲୋକଙ୍କ ଉପରକୁ ଗୁଳି ଚଳାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖଣି ଅଧିକାରୀଙ୍କୁ ଆକ୍ରମଣ କଲେ ମୋରମ ମାଫିଆ: ଜୀବନରୁ ମାରିଦେବାକୁ ଧମକ

ଖଇରା,୧୬।୫(ଉତ୍କଳ ବନ୍ଧୁ ପଣ୍ଡା):ବାଲେଶ୍ୱର ଜିଲା ଅନ୍ତର୍ଗତ ଖଇରାରେ ଅଧିଷ୍ଠିତ କନିଷ୍ଠ ଖଣି ଅଧିକାରୀଙ୍କୁ ମୋରମ ମାଫିଆମାନେ ଆକ୍ରମଣ କରିଛନ୍ତି। ଗାଡ଼ିକାଚ ଭାଙ୍ଗିବା ନେଇ ଖଣି ଅଧିକାରୀ ଅଭିଷେକ…

ଚଳନ୍ତା ଟ୍ରେନ୍‌ ଆଗକୁ ବାଇକ୍‌ ଧରି ପଶିଆସିଲେ ଅଜଣା ବ୍ୟକ୍ତି: ଆଉ ତା’ପରେ ଘଟିଲା…

ଅତାବିରା, ୧୬/୫(ଯୁଧିଷ୍ଠିର ମହାପାତ୍ର):ବରଗଡ ଜିଲା ଅତାବିରା ଥାନା ଅନ୍ତର୍ଗତ ବରଗଡ ସମ୍ବଲପୁର ରେଲୱେ ଡାଉନ ଲାଇନର ଭୋଇପାଲି ଓଭର ବ୍ରିଜ ପାଖରେ ଜୈନେକ ବ୍ୟକ୍ତି କଟି ଯିବାରୁ…

ପୁଣି ଆଉ ଗୋଟିଏ ଦେଶ ଉପରେ ଏୟାରଷ୍ଟ୍ରାଇକ୍‌ କଲା ଆମେରିକା: ISISର ଦ୍ୱିତୀୟ ସର୍ବୋଚ୍ଚ କମାଣ୍ଡର ନିହତ

ଓ୍ବାଶିଂଟନ୍‌,୧୬।୫: ଇରାନ ପରେ ପୁଣି ଆଉ ଗୋଟିଏ ଦେଶ ଉପରେ ଆକ୍ରମଣ କରିଛି ଆମେରିକା। ନାଇଜେରିଆ ଉପରେ ଆମେରିକା ଏୟାରଷ୍ଟ୍ରାଇକ୍‌ କରିଥିବା ଜଣାପଡ଼ିଛି। ଅବଶ୍ୟ ଆମେରିକା ଏବଂ…

ମୋ ପୁଅକୁ ବଞ୍ଚାଇଦିଅ….କାଳିଆ ଦୁଆରେ ମା’ବାପା

ପୁରୀ,୧୬ା୫(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଏକ ଭାବବିହ୍ବଳ ଦୃଶ୍ୟ ଦେଖିବାକୁ ମିଳିଛି, ଯାହା ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ମା’ବାପା ତାଙ୍କ ପୁଅର…

ଏହି ଦିନ ମାହିକା ଶର୍ମାଙ୍କୁ ବିବାହ କରିବେ ହାର୍ଦ୍ଦିକ ପାଣ୍ଡ୍ୟା! ସାମ୍‌ନାକୁ ଆସିଲା ତାରିଖ, IPL ମଝିରେ କରିବେ ଦ୍ୱିତୀୟ ବିବାହ

ମୁମ୍ବାଇ,୧୬।୫: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ମଧ୍ୟରେ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ରିପୋର୍ଟ ଅନୁଯାୟୀ ହାର୍ଦ୍ଦିକ…

ପୋଲିସ ଡିଜି ଦୌଡ଼ରେ ୧୧ ବରିଷ୍ଠ ଆଇପିଏସ୍‌ ଅଧିକାରୀ, ଶର୍ଟଲିଷ୍ଟ ଦାଖଲ: ଜାଣନ୍ତୁ କିଏ କିଏ ଅଛନ୍ତି…

ଭୁବନେଶ୍ୱର,୧୬ା୫(ତ୍ରିନାଥ ମହାନ୍ତି):ଆସନ୍ତା ଅଗଷ୍ଟ ୩୧ରେ ପୋଲିସ ଡିଜି ଓ୍ବାଇ.ବି. ଖୁରାନିଆଙ୍କ କାର୍ଯ୍ୟକାଳ ଶେଷ ହେଉଛି। ତେଣୁ ଆଗୁଆ ନୂଆ ପୋଲିସ ଡିଜି ଚୟନ ପ୍ରକ୍ରିୟା ଆରମ୍ଭ କରିଛନ୍ତି…

୨୫ରୁ ଅଧିକ ଶ୍ରମିକ ନେଇ ଆସୁଥିବା ପିକଅପ ଭ୍ୟାନ ଓଲଟିଲା, ଆହତ ହସ୍ପିଟାଲରେ ଭର୍ତ୍ତିି

ବାସୁଦେବପୁର,୧୬।୫(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ସଦର ମହକୁମାରୁ ବାସୁଦେବପୁରକୁ ଏକ ଛାତ ଢାଳିବାକୁ ଏକ ପିକଅପରେ ଆସୁଥିବା ୨୫ରୁ ଅଧିକ ଶ୍ରମିକ ଶନିବାର ସଡ଼କ ଦୁର୍ଘଟଣାର…

ମହଙ୍ଗା ହୋଇଯିବ ବିଜୁଳି! ଗ୍ରାହକଙ୍କ ଉପରେ ପଡ଼ିବ ଅତିରିକ୍ତ ଆର୍ଥିକ ବୋଝ, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ, ୧୬।୫: ମଧ୍ୟପ୍ରାଚ୍ୟ ସଙ୍କଟ ବିଶ୍ୱର ଅନେକ ଦେଶକୁ ପ୍ରଭାବିତ କରିଛି, ଏବଂ ଭାରତ ମଧ୍ୟ ଏହାର ବ୍ୟତିକ୍ରମ ନୁହେଁ। ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri