Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କ ନୀରବତାକୁ ନେଇ ପ୍ରଶ୍ନ ଉଠାଇଲେ ୧୦ ବିରୋଧୀ ଦଳ

ନୂଆଦିଲ୍ଲୀ, ୧୮।୬: ଉତ୍ତରପୂର୍ବାଞ୍ଚଳ ରାଜ୍ୟ ମଣିପୁରରେ ଦୀର୍ଘଦିନ ହେଲା ହିଂସାକାଣ୍ଡ ଲାଗି ରହିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ପ୍ରସଙ୍ଗରେ ଆଦୌ ମୁହଁ ଖୋଲୁନାହାନ୍ତି। ମୋଦିଙ୍କ ନୀରବତାକୁ ନେଇ କଂଗ୍ରେସ ସମେତ ମଣିପୁରର ୧୦ ସମଭାବାପନ୍ନ ବିରୋଧୀ ଦଳ ଶନିବାର ପ୍ରଶ୍ନ ଉଠାଇଛନ୍ତି। ସେମାନେ ଏହି ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା ପାଇଁ ଆପଏଣ୍ଟମେଣ୍ଟ ଚାହିଁଛନ୍ତି। ନୂଆଦିଲ୍ଲୀସ୍ଥିତ କଂଗ୍ରେସ ମୁଖ୍ୟାଳୟରେ ଦଳର ସାଧାରଣ ସମ୍ପାଦକ ଜୟରାମ ରମେଶ ଏକ ଖବରଦାତା ସମ୍ମିଳନୀକୁ ଏହି ସୂଚନା ଦେଇଛନ୍ତି। ସେହି ଦଳଗୁଡ଼ିକ ହେଲେ କଂଗ୍ରେସ, ଜେଡିୟୁ, ସିପିଆଇ, ସିପିଆଇ(ଏମ୍‌), ତୃଣମୂଳ କଂଗ୍ରେସ, ଏଏପି, ଅଲ୍‌ ଇଣ୍ଡିଆ ଫରଓ୍ବାର୍ଡ ବ୍ଲକ୍‌, ଶିବସେନା (ୟୁବିଟି), ଏନ୍‌ସିପି ଏବଂ ରିଭଲ୍ୟୁଶନାରି ସୋସିଆଲିଷ୍ଟ ପାର୍ଟି। ଜୁନ୍‌ ୨୦ରେ ପ୍ରଧାନମନ୍ତ୍ରୀ ଆମେରିକା ଗସ୍ତରେ ବାହାରିବା ପୂର୍ବରୁ ସେମାନଙ୍କ ସହ ଆଲୋଚନା କରିବେ ବୋଲି ଉକ୍ତ ଦଳଗୁଡ଼ିକ ଆଶାବାଦୀ ଅଛନ୍ତି। ସେଥିପାଇଁ ସେମାନେ ୨୦ ତାରିଖ ଯାଏ ନୂଆଦିଲ୍ଲୀରେ ଅପେକ୍ଷା କରିବେ ବୋଲି କହିଛନ୍ତି।
୨୨ ବର୍ଷ ପୂର୍ବେ ୨୦୦୧ ଜୁନ୍‌ ୧୮ରେ ମଣିପୁରରେ ଅନୁରୂପ ହିଂସାକାଣ୍ଡ ସୃଷ୍ଟି ହୋଇଥିଲା। ବିଧାନସଭା ବାଚସ୍ପତିଙ୍କ ବଙ୍ଗଳା ଏବଂ ମୁଖ୍ୟମନ୍ତ୍ରୀଙ୍କ ସଚିବାଳୟକୁ ଜାଳିଦିଆଯିବା ସହ ସାଢ଼େ ୩ ମାସ ପର୍ଯ୍ୟନ୍ତ ରାଜପଥ ଅବରୋଧ କରାଯାଇଥିଲା। ସେତେବେଳେ ସବୁ ଦଳର ଦାବିକ୍ରମେ ତତ୍କାଳୀନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ଦୁଇଥର ସର୍ବଦଳୀୟ ବୈଠକ ଡାକି ଶାନ୍ତି ପାଇଁ ଅପିଲ୍‌ କରିଥିଲେ। ଏବେ ୧୦ଟି ଦଳର ନେତାମାନେ ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ଲାଗି ଅପେକ୍ଷା କରିଥିବାବେଳେ ସେ ନୀରବ ରହିଛନ୍ତି। ରାଜ୍ୟ ସରକାରଙ୍କ ଉପରେ କେନ୍ଦ୍ରର ବିଶ୍ୱାସ ନ ଥିବା ଏଥିରୁ ସ୍ପଷ୍ଟ ହୋଇଛି ବୋଲି ଜୟରାମ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?