Posted inଜାତୀୟ

ଯାତ୍ରୀବାହୀ ଗାଡ଼ିରେ କରେଣ୍ଟ ଲାଗି ୧୦ ଜଣଙ୍କ ମୃତ୍ୟୁ…

କୋଲକାତା,୧।୮ : ପଶ୍ଚିମବଙ୍ଗର କୁଚବିହାରଠାରେ ଏକ ଯାତ୍ରୀବାହୀ ଗାଡ଼ି ବିଦ୍ୟୁତ ତାର ସଂସ୍ପର୍ଶରେ ଆସିବା ପରେ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ଆହତ ହୋଇଥିବା ଲୋକଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ଲାଗି ଜଲପାଇଗୁଡି ଡାକ୍ତରଖାନାକୁ ପଠାଯାଇଛି।

ମାଥାଭଙ୍ଗା ଅତିରିକ୍ତ ଏସପି କହିଛନ୍ତି ଯେ ପ୍ରାଥମିକ ଅନୁସନ୍ଧାନରୁ ଜଣାପଡିଛି ଯେ ଗାଡିର ପଛ ଭାଗରେ ସ୍ଥାପିତ ଜେନେରେଟର (ଡିଜେ ସିଷ୍ଟମ) ର ତାର ଯୋଗୁ ଗାଡିରେ ବିଦ୍ୟୁତ୍‌ ସଂଚରଣ ହୋଇଥିବାର ଅନୁମାନ କରାଯାଉଛି। ରବିବାର ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଆହତ ହୋଇଥିବା ୨୭ ଜଣଙ୍କ ମଧ୍ୟରୁ ୧୬ ଜଣଙ୍କୁ ସାମାନ୍ୟ ଆଘାତ ଲାଗିଛି।

ପୋଲିସ କହିଛି ଯେ ଜାଲପେଶ ଯାଉଥିବା ଏକ ଯାତ୍ରୀବାହୀ ଯାନ ରବିବାର ରାତି ୧୨ଟା ସମୟରେ ମଖଲିଗଞ୍ଜ ପୋଲିସ ଷ୍ଟେସନର ଧର୍ଲା ବ୍ରିଜ ନିିକଟରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଥିଲା। ସମସ୍ତ ଯାତ୍ରୀ ସୀତାକୁଚି ପୋଲିସ ଷ୍ଟେଶନ ଅଞ୍ଚଳର ବାସିନ୍ଦା ଥିଲେ ଏବଂ ଏହି ଦୁର୍ଘଟଣା ସମ୍ପର୍କରେ ସେମାନଙ୍କ ପରିବାର ଲୋକଙ୍କୁ ସୂଚନା ଦିଆଯାଇଛି। ଗାଡି ଜବତ କରାଯାଇଛି କିନ୍ତୁ ଡ୍ରାଇଭର ଏପର୍ଯ୍ୟନ୍ତ ଫେରାର ଅଛନ୍ତି। ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳରେ ଉପସ୍ଥିତ ଅଛନ୍ତି। ଉଦ୍ଧାର କାର୍ଯ୍ୟରେ ପୋଲିସ ପକ୍ଷରୁ ସହାୟତା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାଧୀନତା ପରଦିନ ନିର୍ମାଣ ହେବାର ଥିଲା ରାମ ମନ୍ଦିର: ମୋଦି

ବେଙ୍ଗାଲୁରୁ,୨୮।୪: ଉତ୍ତର କର୍ନାଟକରେ ଏକ ନିର୍ବାଚନ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କଂଗ୍ରେସ ଏବଂ ଇଣ୍ଡିଆ ଆଲାଇନ୍ସକୁ କଡ଼ା...

ଆମେ ୨ ପ୍ରଧାନମନ୍ତ୍ରୀ କରୁ କି ୪ ଆମର ଇଚ୍ଛା, ହେଲେ ତାନାଶାହାଙ୍କୁ ଆସିବାକୁ ଦେବୁ ନାହିଁ: ସଞ୍ଜୟ ରାଉତ

ପୁଣେ,୨୮।୪: ଦେଶରେ ଲୋକ ସଭା ନିର୍ବାଚନକୁ ନେଇ ରାଜନୈତିକ ବୟାନବାଜୀ ଆରମ୍ଭ ହୋଇଛି। ୭ଟି ପର୍ଯ୍ୟାୟରେ ହେବାକୁ ଥିବା ଏହି ନିର୍ବାଚନର ୨ ପର୍ଯ୍ୟାୟ ଶେଷ...

ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରି ଦେବିଙ୍କ ସହ ଚକି ପେଷୁଛନ୍ତି ରାଜଶ୍ରୀ

ପାଟନା,୨୮।୪: ବିହାରରେ ଦୁଇଟି ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଦଳ ଏବଂ ବିରୋଧୀ ଦଳର ନେତାମାନେ ନିର୍ବାଚନ ବୈଠକ କରି ସେମାନଙ୍କ ସପକ୍ଷରେ ସର୍ବସାଧାରଣ ଭୋଟ...

ଭାଜପା କେବେବି ମଜଭୁତ ଭାରତ ଗଢି ପାରିବ ନାହିଁ, ସତରେ କ’ଣ ମୋଦି କହିଛନ୍ତି ଏମିତି? ଜାଣନ୍ତୁ ଭାଇରାଲ…

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନର ୨୦୨୪ର ଅବଶିଷ୍ଟ ପାଞ୍ଚଟି ପର୍ଯ୍ୟାୟ ପାଇଁ ନିର୍ବାଚନ ପ୍ରଚାର ଜୋରସୋରରେ ଚାଲିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ଭାବେ ଭାଜପା...

ଡରୁଛନ୍ତି ରାହୁଲ-ପ୍ରିୟଙ୍କା: ଅର୍ଜୁନ ରାମ ମେଘଓ୍ବାଲ

ନୂଆଦିଲ୍ଲୀ,୨୮।୪: ବିକାନେର ଲୋକ ସଭା ନିର୍ବାଚନମଣ୍ଡଳୀରୁ କେନ୍ଦ୍ର ମନ୍ତ୍ରୀ ତଥା ଭାଜପା ପ୍ରାର୍ଥୀ ଅର୍ଜୁନ ରାମ ମେଘୱାଲ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା...

ମୋଦି ହାରୁଛନ୍ତି, ଇଣ୍ଡିଆ ମେଣ୍ଟ ୩୦୦ ପାର କରିବ, ଦୁଇ ପର୍ଯ୍ୟାୟର ଭୋଟିଂ ପରେ…

ନୂଆଦିଲ୍ଲୀ,୨୮।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିବୃତ୍ତିକୁ ନେଇ ଶିବସେନା (ୟୁବିଟି) ନେତା ସଞ୍ଜୟ ରାଉତ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ନ୍ୟୁଜ ଏଜେନ୍ସି ଏଏନଆଇ ସହିତ...

ହଜାର ହଜାର ମହିଳାଙ୍କ ସହ ଯୌନ ଅପରାଧ, ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ନାତିଙ୍କ ନାମ ଆସିଲା ସାମ୍ନାକୁ

ବେଙ୍ଗାଲୁରୁ,୨୮।୪: କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ଶନିବାର ହାସନ ଜିଲା ସହ ଜଡିତ ଯୌନ ଦୁର୍ନୀତିର ଯାଞ୍ଚ ପାଇଁ ଏକ ସ୍ବତନ୍ତ୍ର ଅନୁସନ୍ଧାନକାରୀ ଦଳ (ଏସଆଇଟି) ଗଠନ...

ସଫେଇ ଦେଲା ଏମଡିଏଚ

ନୂଆଦିଲ୍ଲୀ,୨୮।୪: ମସଲାରେ କ୍ୟାନସର ଭଳି ମାରାତ୍ମକ ରୋଗ ସୃଷ୍ଟି କାରୀ କୀଟନାଶକ ଔଷଧ ମିଳିବା ଖବର ଜଣାପଡିବା ପରେ ବିବାଦ ଦେଖାଦେଇଛି। ଚାଲିଥିବା ବିବାଦ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri