ଏପ୍ରିଲ-ଫେବୃଆରୀରେ ବିଦ୍ୟୁତ ଚାହିଦାରେ ୧୦ ପ୍ରତିଶତ ବୃଦ୍ଧି: ଛୁଇଁଲା ୧୩୭୫ ବିଲିୟନ ୟୁନିଟ…

ନୂଆଦିଲ୍ଲୀ,୧୯।୩ : ଚଳିତ ଆର୍ଥିକ ବର୍ଷରେ ଏପ୍ରିଲ-ଫେବୃଆରୀ ମଧ୍ୟରେ ଭାରତରେ ବିଦ୍ୟୁତ ଚାହିଦା ୧୦ ପ୍ରତିଶତ ବୃଦ୍ଧି ହୋଇ ୧୩୭୫.୫୭ ବିଲିୟନ ୟୁନିଟ ରେ ପହଞ୍ଚିଛି। ୨୦୨୧-୨୨ ଆର୍ଥିକ ବର୍ଷରେ ମୋଟ ବିଦ୍ୟୁତ୍ ଯୋଗାଣଠାରୁ ଏହି ସଂଖ୍ୟା ଅଧିକ । ସରକାରୀ ତଥ୍ୟ ଅନୁଯାୟୀ, ଏପ୍ରିଲ-ଫେବୃଆରୀ ୨୦୨୧-୨୨ରେ ବିଦ୍ୟୁତ ବ୍ୟବହାର ୧୨୪୫.୫୪ ବିଲିୟନ ୟୁନିଟ ଥିଲା। ସେହିଭଳି, ୨୦୨୧-୨୨ ସମଗ୍ର ଆର୍ଥିକ ବର୍ଷରେ ବିଦ୍ୟୁତ ବ୍ୟବହାର ୧୩୭୪.୦୨ ବିଲିୟନ ୟୁନିଟ ଥିଲା।

ବିଶେଷଜ୍ଞମାନେ କହିଛନ୍ତି ଯେ ଆସନ୍ତା ମାସଗୁଡ଼ିକରେ ତାତି ବଢ଼ିବାର ଆଶଙ୍କା ଯୋଗୁ ଅପ୍ରତ୍ୟାଶିତ ଭାବେ ଅଧିକ ଚାହିଦାକୁ ଦୃଷ୍ଟିରେ ରଖି ବିଦ୍ୟୁତ ବ୍ୟବହାର ଦୁଇ ଅଙ୍କ ବୃଦ୍ଧି ପାଇବ ବୋଲି ଆଶା କରାଯାଉଛି। ଶକ୍ତି ମନ୍ତ୍ରଣାଳୟ ଚଳିତ ବର୍ଷ ଏପ୍ରିଲରେ ଦେଶରେ ୨୨୯ ଗିଗାଓ୍ବାଟ ର ସର୍ବୋଚ୍ଚ ଶକ୍ତି ଚାହିଦା ଆକଳନ କରିଛି। ଯାହା ଏକ ବର୍ଷ ପୂର୍ବେ ସମାନ ମାସରେ ରେକର୍ଡ ହୋଇଥିବା ୨୧୫.୮୮ ଗିଗା ଓ୍ବାଟ ଠାରୁ ଅଧିକ ଅଟେ।

ଉଚ୍ଚ ବିଦ୍ୟୁତ ଚାହିଦା ପୂରଣ ପାଇଁ ମନ୍ତ୍ରଣାଳୟ ଅନେକ ପଦକ୍ଷେପ ନେଇଛି ଏବଂ ବିଦ୍ୟୁତ କାଟ କିମ୍ବା ଲୋଡ ସେଡିଙ୍ଗରୁ ଦୂରେଇ ରହିବାକୁ ରାଜ୍ୟ ୟୁନିଟମାନଙ୍କୁ କୁହଯାଇଛି। ମନ୍ତ୍ରଣାଳୟ ସମସ୍ତ କୋଇଲା ଭିତ୍ତିକ ବିଦ୍ୟୁତ ଉତ୍ପାଦନ କେନ୍ଦ୍ରକୁ ୧୬ ମାର୍ଚ୍ଚ ୨୦୨୩ରୁ ୧୫ ଜୁନ ୨୦୨୩ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ କ୍ଷମତାରେ କାର୍ଯ୍ୟକ୍ଷମ ହେବାକୁ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri