୧୦ଡିଗ୍ରୀ ତଳେ ୧୦ସ୍ଥାନ

ଭୁବନେଶ୍ୱର, ୧୫।୧(ଅସମାପିକା ସାହୁ): ରାଜ୍ୟରେ ଏବେ କୁହୁଡ଼ି କମିଯାଇଥିବାବେଳେ ଥଣ୍ଡା ଅନୁଭୂତ ହେଉଛି। ରବିବାର ୧୦ଟି ସ୍ଥାନରେ ୧୦ଡିଗ୍ରୀ ତଳେ ପାରଦ ରହିଥିଲା। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ରବିବାର କିରେଇରେ ସର୍ବନିମ୍ନ ୭.୩ ଡିଗ୍ରୀ ତାପମାତ୍ରା ଥିବାବେଳେ ଜି ଉଦୟଗିରିରେ ୮, ରାଉରକେଲା ୮.୭, କୋରାପୁଟ ୮.୯, ସୁନ୍ଦରଗଡ଼ ୯, ଝାରସୁଗୁଡ଼ା ୯.୩, ଫୁଲବାଣୀ ୯.୫, ରାଣୀତାଲ ୯.୫, ସିମିଳିଗୁଡ଼ା ୯.୫ ଓ କେନ୍ଦୁଝରଗଡ଼ରେ ୯.୬ ଡିଗ୍ରୀ ରହିଥିଲା। ସେହିଭଳି ଅନୁଗୋଳରେ ୧୦ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଆସନ୍ତା ୫ଦିନ ଭିତରେ ରାତିର ତାପମାତ୍ରାରେ ସେଭଳି କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସେପଟେ ଆସନ୍ତା ଦୁଇଦିନ ରାଜ୍ୟର ବିଭିନ୍ନ ଜିଲାରେ ସ୍ବଳ୍ପ କୁହୁଡ଼ି ଅନୁଭୂତ ହେବାର ସମ୍ଭାବନା ରହିଛି। ତେବେ ୧୭ ଓ ୧୮ତାରିଖରେ କିଛି ଜିଲାରେ ବର୍ଷା ହେବାର ଆଶଙ୍କା ରହିଥିବା ପାଣିପାଗ କେନ୍ଦ୍ର ଆକଳନ କରିଛି। ୧୭ରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଏବଂ ମୟୂରଭଞ ଓ ୧୮ରେ ଦେବଗଡ଼, ସମ୍ବଲପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକର କିଛି ସ୍ଥାନରେ ସ୍ବଳ୍ପ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଇରାଲ ହେଉଛି ସଞ୍ଜୟ ଦତ୍ତଙ୍କ ବୟାନ, ଭାରତରେ ଏବେ ପୂର୍ବଭଳି….

ମୁମ୍ବାଇ,୪।୧୦: ଅଭିନେତା ସଞ୍ଜୟ ଦତ୍ତଙ୍କୁ ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ୍’ରେ ଦେଖିବାକୁ ମିଳିଛି । ଗାନ୍ଧୀ ଜୟନ୍ତୀ ସ୍ପେଶାଲ ଏପିସୋଡ୍‌ରେ ଯୋଗଦେଇ ସଞ୍ଜୟ ଦତ୍ତ ତାଙ୍କ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ଦୀପାବଳି ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ମିଳିବ ଖୁସି ଖବର, ଏତିକି % ବଢ଼ିବ DA!

ଲକ୍ଷ୍ନୌ,୪।୧୦: ଦୀପାବଳି ପୂର୍ବରୁ ଉତ୍ତରପ୍ରଦେଶର ସରକାରୀ କର୍ମଚାରୀ ଓ ପେନ୍‌ସନର୍‌ଙ୍କୁ ମିଳିପାରେ ଖୁସି ଖବର। ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟ କର୍ମଚାରୀଙ୍କ ପାଇଁ ବର୍ଦ୍ଧିତ ମହଙ୍ଗା ଭତ୍ତା…

ଗୋବିନ୍ଦା-କୋମଲଙ୍କ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଝିଅ ଟିନା, କେବଳ କଥା….

ମୁମ୍ବାଇ,୪।୧୦: ବଲିଉଡ୍ ଅଭିନେତା ଗୋବିନ୍ଦା ଏବେ ଅଭିନେତ୍ରୀ କୋମଲ ରାଣୀ ସ୍ୱର୍ଣ୍ଣକାରଙ୍କ ସହ କଥିତ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଅଛନ୍ତି । ଗୋବିନ୍ଦା ଓ ତାଙ୍କ ପତ୍ନୀ…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?