Posted inଜାତୀୟ

ମନ୍ତ୍ରୀଙ୍କ ଉପରେ କାଳି ପକାଇବା ଘଟଣା, ୧୦ ପୋଲିସ ନିଲମ୍ବିତ…

ମୁମ୍ବାଇ,୧୧।୧୨ : ମହାରାଷ୍ଟ୍ରର କ୍ୟାବିନେଟ ମନ୍ତ୍ରୀ ଚନ୍ଦ୍ରକାନ୍ତ ପାଟିଲଙ୍କ ଉପରେ କାଳି ପକାଇବା ମାମଲାରେ ପୁଣେ ଜିଲାର ପିମ୍ପିରିି ଚିଞ୍ଚୱାଡ ସହରରେ ପ୍ରମୁଖ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ପାଟିଲଙ୍କ ସୁରକ୍ଷାରେ ଅବହେଳା ନେଇ ତିନିଜଣ ଅଧିକାରୀଙ୍କ ସମେତ ୧୦ ଜଣ ପୋଲିସଙ୍କୁ ନିଲମ୍ବିତ କରାଯାଇଛି। ବି.ଆର. ଆମ୍ବେଡକର ଏବଂ ମହାତ୍ମା ଜ୍ୟୋତିବା ଫୁଲେଙ୍କ ଉପରେ ମନ୍ତବ୍ୟ ଦେବାର ଗୋଟିଏ ଦିନ ପରେ କିଛି ଲୋକ ଚନ୍ଦ୍ରକାନ୍ତ ପାଟିଲଙ୍କ ଉପରେ କାଳି ଫିଙ୍ଗିଥିଲେ।

ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ କହିଛନ୍ତି ଯେ ଏହା ଅତ୍ୟନ୍ତ ଦୁଃଖଦ ଘଟଣା। ଚନ୍ଦ୍ରକାନ୍ତ ପାଟିଲ ଯାହା କହିଥିଲେ ତାହାର ଅର୍ଥ ବୁଝିବା ଉଚିତ। ଏହାର ଅର୍ଥ ହେଲା ଡକ୍ଟର ବାବା ସାହେବ ଆମ୍ବେଡକର କିମ୍ବା କରିବୀର ଭାଉରାଓ ପାଟିଲ ସରକାରଙ୍କ ଅନୁଦାନ ମାଗି କେବେ ଅନୁଷ୍ଠାନ ଆରମ୍ଭ କରିନାହାଁନ୍ତି। ସେ ସମାଜରୁ ଅର୍ଥ ସଂଗ୍ରହ କରି ପରୋପକାରୀ ଲୋକଙ୍କୁ ସାଙ୍ଗରେ ନେଇ ଲୋକଙ୍କ ଶିକ୍ଷା ପାଇଁ ବ୍ୟବସ୍ଥା କରିଥିଲେ। କିନ୍ତୁ ତାଙ୍କ କଥା ନ ବୁଝି ଏପରି ଘଟଣା ଘଟାଇବା ଭୁଲ ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟାଭାଟମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୨ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

ବ୍ୟାନ ହେଲା ଭାରତୀୟ ମସଲା ଏମଡିଏଚ-ଏଭରେଷ୍ଟ

ନୂଆଦିଲ୍ଲୀ,୨୪।୪: ଭାରତର ବଡ଼ ମସଲା କମ୍ପାନୀକୁ ନେଇ ଆସିଲା ବଡ଼ ଖବର। ଘରେ ଘରେ ବ୍ୟବହାର ହେଉଥିବା ଏହି ମସଲା ଘାତକ ସାବ୍ୟସ୍ତ ହୋଇପାରେ। କାରଣ...

ଓବିସିରେ ସାମିଲ ହେଲେ ମୁସଲମାନ

ବେଙ୍ଗାଲୁରୁ,୨୪।୪: ସଂରକ୍ଷଣର ସୁବିଧା ଯୋଗାଇବା ପାଇଁ କର୍ନାଟକ ସରକାର ମୁସଲମାନମାନଙ୍କୁ ପଛୁଆ ଶ୍ରେଣୀ (ଓବିସି) ରେ ଅନ୍ତର୍ଭୁକ୍ତ କରିଛନ୍ତି। ଜାତୀୟ ପଛୁଆ ଆୟୋଗ ଏକ ପ୍ରେସ...

ମନିଷ ସିସୋଡିଆଙ୍କୁ ପୁଣି ଝଟ୍‌କା

ନୂଆଦିଲ୍ଲୀ,୨୪।୪: ଦିଲ୍ଲୀ ଲିକର୍‌ ପଲିସି ସହ ଜଡିତ ସିବିଆଇ ମାମଲାରେ ବର୍ତ୍ତମାନ ଚାର୍ଜସିଟ ନକରିବାକୁ ଦାବି କରି ରାଉଜ ଆଭେନ୍ୟୁ କୋର୍ଟ କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସିରୁ...

ମଙ୍ଗଳ ସୂତ୍ର ପରେ ଉତ୍ତରାଧିକାର ଟ୍ୟାଙ୍କ ଲଢେଇ, ପିଟ୍ରୋଡାଙ୍କ ବୟାନକୁ ନେଇ ଭାଜପା ଖପ୍ପା, ଜବାବ ରଖିଲା କଂଗ୍ରେସ

ନୂଆଦିଲ୍ଲୀ, ୨୪।୪: ଲୋକ ସଭା ନିର୍ବାଚନକୁ ନେଇ ରାଜନ୍ରେତିକ ମାହୋଲ ବେଶ ସରଗରମ ରହିଛି। କଂଗ୍ରେସ ନେତା ସାମ ପିଟ୍ରୋଡାଙ୍କ ବିବୃତ୍ତିକୁ ଭାଜପା ଟାର୍ଗେଟ କଲାବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri