ବଜ୍ରପାତରେ ୩ ପରିବାରର ୧୦ ବଖରା ଜଳିଗଲା

ରାଜନଗର,୭ା୬(ଡି.ଏନ.ଏ.): ରାଜନଗରରେ ବର୍ଷା ପବନ ସାଙ୍ଗକୁ ବଜ୍ରପାତ ମଙ୍ଗଳବାର ଅପରାହ୍ନରେ ଆତଙ୍କ ସୃଷ୍ଟି କରିଥିଲା। ବାରମ୍ବାର ବଜ୍ରପାତ ଯୋଗୁ ଲୋକେ ଘରୁ ବାହାରି ପାରି ନ ଥିଲେ। ବ୍ଲକର ବ୍ରାହ୍ମଣସାହି ଅନ୍ତର୍ଗତ ବଡ଼ନାଉକୋଣା ଗଁାରେ ବଜ୍ରପାତ ଯୋଗୁ ୩ଟି ପରିବାରର ୧୦ ବଖରା ସହ ଲକ୍ଷାଧିକ ଟଙ୍କାର ଆସବାବପତ୍ର ପୋଡ଼ି ପାଉଁଶ ହୋଇଯାଇଛି। ବଜ୍ରପାତରେ ଘର ପୋଡ଼ି ଯାଇଥିଲେ ମଧ୍ୟ ପରିବାର ଲୋକେ ନିଜ ଜୀବନ ବଞ୍ଚାଇବାରେ ସକ୍ଷମ ହୋଇଛନ୍ତି। ଅପରାହ୍ନ ୫ଟାରେ ଏହି ଗାଁର ମନୋରଞ୍ଜନ ବାରିକ, ସୁରେନ୍ଦ୍ର ବାରିକ, ପରମାନନ୍ଦ ବାରିକଙ୍କ ଘର ଉପରେ ବଜ୍ରପାତ ହୋଇଥିଲା। ଘର ଭିତରେ ଥିବା ଲୋକେ ହଠାତ୍‌ ଘର ଜଳିବା ଦେଖି ଜୀବନ ବିକଳରେ ବାହାରି ଆସିଥିଲେ। ପିନ୍ଧାଲୁଗା ବ୍ୟତିତ ପରିବାର ଲୋକେ ଆଉ କୌଣସି ସାମଗ୍ରୀ ଉଦ୍ଧାର କରିପାରିନାହାନ୍ତି। ସେହି ସମୟରେ ଲଗାତର ବଜ୍ରପାତ ଯୋଗୁ ଜଳୁଥିବା ନିଆଁକୁ ଲିଭାଇବାକୁ କେହି ସାହାସ କରି ନ ଥିଲେ। ୩ଟି ପରିବାରର ୧୮ଜଣ ସଦସ୍ୟ ଗଁା ସ୍କୁଲରେ ଆଶ୍ରୟ ନେଇଛନ୍ତି। ସରପଞ୍ଚ ବୀଣାପାଣି ପ୍ରଧାନ, ସମିତିସଭ୍ୟ ରବିନ ମଳିକ ବିପନ୍ନ ପରିବାର ନିକଟରେ ପହଞ୍ଚତ୍ ସମବେଦନା ଜଣାଇବା ସହ ୭ଦିନ ପାଇଁ ରନ୍ଧାଖାଦ୍ୟ ଯୋଗାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri