ବଜ୍ରପାତରେ ୩ ପରିବାରର ୧୦ ବଖରା ଜଳିଗଲା

ରାଜନଗର,୭ା୬(ଡି.ଏନ.ଏ.): ରାଜନଗରରେ ବର୍ଷା ପବନ ସାଙ୍ଗକୁ ବଜ୍ରପାତ ମଙ୍ଗଳବାର ଅପରାହ୍ନରେ ଆତଙ୍କ ସୃଷ୍ଟି କରିଥିଲା। ବାରମ୍ବାର ବଜ୍ରପାତ ଯୋଗୁ ଲୋକେ ଘରୁ ବାହାରି ପାରି ନ ଥିଲେ। ବ୍ଲକର ବ୍ରାହ୍ମଣସାହି ଅନ୍ତର୍ଗତ ବଡ଼ନାଉକୋଣା ଗଁାରେ ବଜ୍ରପାତ ଯୋଗୁ ୩ଟି ପରିବାରର ୧୦ ବଖରା ସହ ଲକ୍ଷାଧିକ ଟଙ୍କାର ଆସବାବପତ୍ର ପୋଡ଼ି ପାଉଁଶ ହୋଇଯାଇଛି। ବଜ୍ରପାତରେ ଘର ପୋଡ଼ି ଯାଇଥିଲେ ମଧ୍ୟ ପରିବାର ଲୋକେ ନିଜ ଜୀବନ ବଞ୍ଚାଇବାରେ ସକ୍ଷମ ହୋଇଛନ୍ତି। ଅପରାହ୍ନ ୫ଟାରେ ଏହି ଗାଁର ମନୋରଞ୍ଜନ ବାରିକ, ସୁରେନ୍ଦ୍ର ବାରିକ, ପରମାନନ୍ଦ ବାରିକଙ୍କ ଘର ଉପରେ ବଜ୍ରପାତ ହୋଇଥିଲା। ଘର ଭିତରେ ଥିବା ଲୋକେ ହଠାତ୍‌ ଘର ଜଳିବା ଦେଖି ଜୀବନ ବିକଳରେ ବାହାରି ଆସିଥିଲେ। ପିନ୍ଧାଲୁଗା ବ୍ୟତିତ ପରିବାର ଲୋକେ ଆଉ କୌଣସି ସାମଗ୍ରୀ ଉଦ୍ଧାର କରିପାରିନାହାନ୍ତି। ସେହି ସମୟରେ ଲଗାତର ବଜ୍ରପାତ ଯୋଗୁ ଜଳୁଥିବା ନିଆଁକୁ ଲିଭାଇବାକୁ କେହି ସାହାସ କରି ନ ଥିଲେ। ୩ଟି ପରିବାରର ୧୮ଜଣ ସଦସ୍ୟ ଗଁା ସ୍କୁଲରେ ଆଶ୍ରୟ ନେଇଛନ୍ତି। ସରପଞ୍ଚ ବୀଣାପାଣି ପ୍ରଧାନ, ସମିତିସଭ୍ୟ ରବିନ ମଳିକ ବିପନ୍ନ ପରିବାର ନିକଟରେ ପହଞ୍ଚତ୍ ସମବେଦନା ଜଣାଇବା ସହ ୭ଦିନ ପାଇଁ ରନ୍ଧାଖାଦ୍ୟ ଯୋଗାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri