୭ ପରିବାରର ଜଳିଗଲା ୧୦ ବଖରା, ଅଧଘଣ୍ଟାରେ ସବୁ ପୋଡ଼ି ଛାରଖାର

ଭଞ୍ଜନଗର,୧୬ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତହସିଲ ଅନ୍ତର୍ଗତ ଦୋମୁହାଣୀ ପଞ୍ଚାୟତର ବଞ୍ଜର ସାହି ନିକଟସ୍ଥ ତିନିସାହିରେ ରବିବାର ଅପରାହ୍ନ ପ୍ରାୟ ୨ଟାରେ ନିଆଁ ଲାଗିଯାଇଥିଲା। ଫଳରେ ଚାହୁଁ ଚାହୁଁ ୭ଟି ପରିବାରର ୧୦ ବଖରା ପୋଡ଼ି ପାଉଁଶ ହୋଇଯାଇଛି। ଏଥିସହ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ପାଉଁଶ ହୋଇଯାଇଛି। ନିଆଁ କେଉଁଭଳି ପରିସ୍ଥିତିରେ ଲାଗିଲା ତାହା ସଠିକ୍‌ ଭାବେ ଜଣାପଡ଼ିନାହିଁ। କ୍ଷତିଗ୍ରସ୍ତ ପରିବାରଗୁଡ଼ିକ ହେଲେ ବାବୁଲା ମଲ୍ଲିକ, ଗୁନା ମଲ୍ଲିକ, ନାନ୍ଦୁଲୁ ମଲ୍ଲିକ, ସବିତା ମଲ୍ଲିକ, ବିଳାସ ମଲ୍ଲିକ, ଉରି ମଲ୍ଲିକ ଓ ମୁନା ମଲ୍ଲିକ । କ୍ଷତିଗ୍ରସ୍ତ ପରିବାର ଗୁଡ଼ିକ ଆଦିବାସୀ ଏବଂ ଗରିବ ଶ୍ରେଣୀର ହୋଇଥିବାରୁ ସେମାନଙ୍କୁ ତୁରନ୍ତ ସରକାରୀ ସହାୟତା ଯୋଗାଇ ଦେବା ପାଇଁ ସାମାଜିକ କର୍ମୀ ଜିତେନ୍ଦ୍ର କୁମାର ସେଠୀ ନିବେଦନ କରିଛନ୍ତି।

ଅପରପକ୍ଷେ ଅଗ୍ନିକାଣ୍ଡ ସମ୍ପର୍କରେ ଭଞ୍ଜନଗର ଦମକଳବାହିନୀକୁ ଗ୍ରାମବାସୀ ସୂଚନା ଦେଇଥିଲେ। କିନ୍ତୁ ଭଞ୍ଜନଗରଠାରୁ ପ୍ରାୟ ୩୦ କିମି ଦୂରରେ ଉକ୍ତ ଗ୍ରାମଟି ଥିବା ଯୋଗୁ ଦମକଳ ବାହୀନି ଘଟଣାସ୍ଥଳରେ ପହଞ୍ଚିବା ବେଳକୁ ସବୁ ପୋଡ଼ି ପାଉଁଶ ହୋଇଯାଇଥିଲା। ଅନ୍ୟପଟେ ଉକ୍ତ ଗ୍ରାମ ନିକଟରେ ନିଆଁ ଲିଭାଇବା ପାଇଁ ପାଣି ମଧ୍ୟ ଅଭାବ ଥିଲା।

ଘଟଣାରୁ ପ୍ରକାଶ ଯେ, ଗ୍ରାମର ପୁରୁଷ ଲୋକେ ଦିନ ବେଳେ କାମ କରିବାକୁ ବାହାରକୁ ଚାଲି ଯାଇଥିଲେ। ମହିଳା ଏବଂ ଶିଶୁମାନେ ଘରେ ଥିଲେ। ଏହିଭଳି ପରିସ୍ଥିତିରେ ହଠାତ୍‌ କାହାରି ଘରୁ ନିଆଁ ବାହାରିଥିଲା। ପ୍ରବଳ ତାତି ସାଙ୍ଗକୁ ପବନ ବହିବା ଯୋଗୁ ଅଧଘଣ୍ଟା ମଧ୍ୟରେ ସବୁ ଘର ପୋଡ଼ି ପାଉଁଶ ହୋଇଯାଇଥିଲା। କିନ୍ତୁ ଏହି ସମୟରେ ଘରେ ଥିବା ମହିଳା ଓ ଶିଶୁମାନେ ନିଆଁ ଲାଗୁ ଲାଗୁ ଜାଣିପାରି ସମସ୍ତେ ଘରୁ ବାହାରକୁ ଚାଲି ଆସିବା ଯୋଗୁ ରକ୍ଷା ପାଇଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri