ଘର ଭାଙ୍ଗି ଖାଇଗଲେ ୧୦ ବସ୍ତା ଧାନ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ମୁଜାଗଡ଼ ରେଞ୍ଜ ଗୁଣ୍ଡିରିବାଡ଼ି ନିକଟରେ ହାତୀପଲ ଜଣେ ଚାଷୀଙ୍କ ଜମିରେ ଥିବା ଘରକୁ ଭାଙ୍ଗି ସମ୍ପୂର୍ଣ୍ଣ ନଷ୍ଟ କରିଦେବା ସହ ଉକ୍ତ ଘରେ ଥିବା ୧୦ ବସ୍ତା ଧାନକୁ ଖାଇ ଦେଇଛନ୍ତି।

ପ୍ରକାଶ ଯେ, କିଛିଦିନ ହେବ ୨୩ ଟିକିଆ ହାତୀପଲ ଉକ୍ତ ଅଞ୍ଚଳରେ ରହୁଛନ୍ତି। ସନ୍ଧ୍ୟା ହେଲେ ସେଠାରୁ ହାତୀପଲ ଅନ୍ୟତ୍ର ଯିବାକୁ ବାହାରୁଛନ୍ତି। କିନ୍ତୁ ଲୋକେ ଘଉଡ଼ାଇ ଦେଉଥିତ୍ବା ଯୋଗୁ ହାତୀପଲ ପୁଣି ଜଙ୍ଗଲକୁ ଫେରିଯାଉଛନ୍ତି। ଶନିବାର ରାତିରେ ହାତୀପଲ ଉତ୍ତ୍ୟକ୍ତ ହୋଇ ଜଣେ ଚାଷୀଙ୍କ ଘରକୁ ଭାଙ୍ଗି ଦେଇଛନ୍ତି।

ରବିବାର ସକାଳେ ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରି ଫେରି ଆସିଛନ୍ତି। ଗତ ସପ୍ତାହରେ ଉକ୍ତ ହାତୀପଲ ଗୁଣ୍ଡିରିବାଡ଼ିର ଜଣେ ମନ୍ଦିର ପୂଜାରୀ ଏବଂ ଅନ୍ୟ ଜଣଙ୍କୁ ଗୋଡ଼ାଇଥିଲେ। ସେଥିମଧ୍ୟରୁ ଜଣେ ତଳେ ପଡ଼ି ଆହତ ହୋଇଥିବା ବେଳେ ଅନ୍ୟ ଜଣଙ୍କର ଚେତା ଚାଲିଯାଇଥିଲା। ରାତି ସାରା ପୂଜାରୀ ଜଣଙ୍କ ଏକ ବୁଦା ଭିତରେ ପଡ଼ିରହିଥିଲେ। ସକାଳୁ ଲୋକେ ଖୋଜାଖୋଜି କରିବା ପରେ ବୁଦା ନିକଟରୁ ପୂଜାରୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଚିକିସତ୍ା ପାଇଁ ସ୍ଥାନୀୟ ହସପିଟାଲରେ ଭର୍ତ୍ତି କରିଥିଲେ। ପରେ ସେ ସୁସ୍ଥ ହୋଇ ଘରକୁ ଫେରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ଅକ୍ଟୋବର ୮ରୁ ଗୁରୁଙ୍କ ଚାଲିବ ନୂଆ ଚାଲ! ଏହି ୩ ରାଶି ହୋଇଯାନ୍ତୁ ସାବଧାନ

ବୈଦିକ ଜ୍ୟୋତିଷ ଅନୁସାରେ ଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧର୍ମ, ଶିକ୍ଷା, ସନ୍ତାନ, ଭାଗ୍ୟ ଓ ବିସ୍ତାରର କାରକ ଗ୍ରହ ଭାବେ ଗଣନା କରାଯାଏ। ତେଣୁ ଗୁରୁଙ୍କ ରାଶି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?