Posted inଜାତୀୟ

ଦୁର୍ଘଟଣାରେ ୧୦ ଶିରିଡ଼ି ତୀର୍ଥଯାତ୍ରୀଙ୍କ ମୃତ୍ୟୁ

ନାସିକ/ନୂଆଦିଲ୍ଲୀ,୧୪।୧: ମହାରାଷ୍ଟ୍ରର ଶିରିଡ଼ି ସାଇବାବା ମନ୍ଦିର ଯାଉଥିବା ତୀର୍ଥଯାତ୍ରୀମାନଙ୍କ ବସ୍‌ ଶୁକ୍ରବାର ସକାଳେ ଦୁର୍ଘଟଣାଗ୍ରସ୍ତ ହେବାରୁ ୧୦ ଜଣଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ ୨୪ ଜଣ ଆହତ ହୋଇଛନ୍ତି। ନାସିକ ଜିଲାର ପାଥର୍ଡେ ନିକଟରେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ୍‌ ସହ ଉକ୍ତ ଲକ୍‌ଜୁରି ବସ୍‌ ଧକ୍କା ହୋଇଥିଲା। ବସ୍‌ରେ ୪୫ ଜଣ ତୀର୍ଥଯାତ୍ରୀ ଠାଣେର ଆମ୍ବେରନାଥ ସହରରୁ ଶିରିଡ଼ି ଯାଉଥିଲେ। ଏହି ମର୍ମନ୍ତୁଦ ଦୁର୍ଘଟଣାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକବ୍ୟକ୍ତ କରିଛନ୍ତି। ପ୍ରଧାନମନ୍ତ୍ରୀ ମୃତକଙ୍କ ପରିବାରକୁ ୨ ଲକ୍ଷ ଏବଂ ଆହତମାନଙ୍କ ଲାଗି ୫୦ ହଜାର ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ମାଗଣା ଚିକିତ୍ସା ଯୋଗାଇଦେବାକୁ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri