ପ୍ରଥମ ନୀଳାଚଳ ଅବଢ଼ା ବାହାରିଲା

ପୁରୀ ଅଫିସ,୨୫।୭: ମହାବାହୁଙ୍କ ପ୍ରଥମ ନୀଳାଚଳ ଅବଢ଼ା ଶନିବାର ବାହାରିଛି। ଏଥର ପାଖାପାଖି ୧୦ହଜାର ଶ୍ରଦ୍ଧାଳୁଙ୍କ ପାଇଁ ଅବଢ଼ା ପ୍ରସ୍ତୁତ ହୋଇଥିଲା। ସାଧାରଣତଃ ନୀଳାଚଳ ଅବଢ଼ା ସେବାୟତ ପରିବାରର ସମସ୍ତ ସଦସ୍ୟ ସେବନ କରିଥାନ୍ତି। ପାଖାପାଖି ୪ ହଜାର ସେବାୟତ ପରିବାର ସଦସ୍ୟଙ୍କ ଉଦ୍ଦେଶ୍ୟରେ ନୀଳାଚଳ ଅବଢ଼ା ଶ୍ରୀମନ୍ଦିରରୁ ଯାଇଥିବା ବେଳେ ଶ୍ରଦ୍ଧାଳୁମାନେ ଉତ୍ତରଦ୍ୱାର ଦେଇ ଅବଢ଼ା ନେଇଥିଲେ। ଅଧିକ ସଂଖ୍ୟାରେ ଶ୍ରଦ୍ଧାଳୁ ଆସିଥିବାରୁ ଅବଢ଼ା ନିଅଣ୍ଟ ପଡ଼ିଥିଲା।
ପୁରୀବାସୀ ଶ୍ରୀଜଗନ୍ନାଥଙ୍କ ଦର୍ଶନ ଓ ରଥଯାତ୍ରାରେ ସାମିଲ ହେବାରୁ ବଞ୍ଚିତ ହୋଇଥିଲେ। ଆଡ଼ପ ଅବଢ଼ା ବେଳେ ମଧ୍ୟ ସହରରେ କର୍ଫ୍ୟୁ ଲାଗିଥିଲା। ଯଦିଓ ଶ୍ରଦ୍ଧାଳୁଙ୍କୁ ଅବଢ଼ା ନେବାକୁ ଅନୁମତି ଥିଲା ତଥାପି ଅଧିକାଂଶ ଲୋକେ ଆଡ଼ପ ମହାପ୍ରସାଦରୁ ବଞ୍ଚିତ ହୋଇଥିଲେ। ଶନିବାର ସକାଳ ଧୂପରେ ମହାପ୍ରଭୁଙ୍କର ରାଜଭୋଗ ବାହାରିଥିଲା। ରାଜଭୋଗରେ ଖେଚୁଡ଼ି, ମିଷ୍ଟାନ୍ନ, ସରାପିଠା, ଏଣ୍ଡୁରି, କାନ୍ତିପିଠା, କଦଳୀ ଭଜା, ଝିଲ୍ଲୀ ଇତ୍ୟାଦି ଭୋଗ ହୋଇଥିଲା। ଶ୍ରୀମନ୍ଦିର ସେବାୟତମାନେ ରାଜଭୋଗ ସେବନ କରିଥିବା ବେଳେ ମଧ୍ୟାହ୍ନ ଧୂପରେ ଅପରାହ୍ନ ୪ଟାରେ ନୀଳାଚଳ ଅବଢ଼ା ବାହାରିଥିବା ସୁଆର ମହାସୁଆର ନିଯୋଗର ସମ୍ପାଦକ କୃଷ୍ଣଚନ୍ଦ୍ର ପ୍ରତିହାରୀ କହିଛନ୍ତି। ନୀଳାଚଳ ଅବଢ଼ା ନେବା ପାଇଁ ଅସଂଖ୍ୟ ଶ୍ରଦ୍ଧାଳୁ ଆସିଥିବାବେଳେ ଟୋକନ କାଟି ମହାପ୍ରସାଦ ନେଇଥିଲେ। ଶ୍ରଦ୍ଧାଳୁମାନେ ଅବଢ଼ା ସେବନ କରିବା ପରେ ଅନେକେ ସୋସିଆଲ୍‌ ମିଡିଆରେ ଫଟୋ ପୋଷ୍ଟ କରିବାର ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ନୀତିକାନ୍ତି ଠିକ୍‌ ଭାବେ ହୋଇଥିବା ମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି। ସେହିପରି ସେବାୟତ ଶରତଚନ୍ଦ୍ର ମହାନ୍ତି କହିଛନ୍ତି ଯେ, ମହାପ୍ରଭୁଙ୍କ ନୀତିକାନ୍ତି ଶୃଙ୍ଖଳିତ ଭାବେ ହୋଇଛି। ଗତବର୍ଷ ମହାପ୍ରଭୁଙ୍କ ନୀଳାଚଳ ଅବଢ଼ା ବାହାରିବା ବେଳକୁ ରାତ୍ର ୯ଟା ପାଖାପାଖି ହୋଇଯାଇଥିଲା। ଚଳିତ ବର୍ଷ ଭକ୍ତମାନେ ଅପରାହ୍ନ ୪ଟାରେ ମହାପ୍ରସାଦ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?