୯ମାସରେ ପୂରଣ ହେବ ଓଏସ୍‌ଏସ୍‌ସିର ୧୦ହଜାର ପଦବୀ

ଭୁବନେଶ୍ୱର,୫।୧(ବ୍ୟୁରୋ): ଓଡ଼ିଶା ଷ୍ଟାଫ ସିଲେକ୍ସନ କମିଶନ(ଓଏସ୍‌ଏସ୍‌ସି)ର ୨୦୨୨ରେ ୫୩ଟି ନିଯୁକ୍ତି ବିଜ୍ଞାପନର ଫଳାଫଳ ଚୂଡ଼ାନ୍ତ ହୋଇଛି। ୨୦୨୨ର ଶେଷ ତ୍ରୈମାସିକରେ ରାଜ୍ୟ ସରକାର ୧୦ହଜାର ପଦବୀ ପାଇଁ ପ୍ରାର୍ଥୀ ଚୟନ କରିବାକୁ ଓଏସ୍‌ଏସ୍‌ସିକୁ କହିଛନ୍ତି। ଓଏସ୍‌ଏସ୍‌ସି ଅଧ୍ୟକ୍ଷ ଅଭୟଙ୍କ ସୂଚନା ଅନୁଯାୟୀ, ନଭେମ୍ବର ଏବଂ ଡିସେମ୍ବରରେ ଅନେକ ଲକ୍ଷ ପ୍ରାର୍ଥୀ ଏହି ପଦବୀ ପାଇଁ ଆବେଦନ କରି ସାରିଛନ୍ତି। ବୁଧବାର ଓଏସ୍‌ଏସ୍‌ସି ଦ୍ୱାରା ପ୍ରକାଶିତ ଏକ ଭିଡିଓରେ ଅଭୟ କହିଛନ୍ତି, ଏହି ପଦବୀଗୁଡିକ ଆସନ୍ତା ୯ମାସ କିମ୍ବା ତାଠୁ କମ୍‌ ସମୟରେ ପୂରଣ ହେବ। ଓଏସ୍‌ଏସ୍‌ସିର ସୁପାରିସ କ୍ରମେ ୬ଟି ମିଳିତ ନିଯୁକ୍ତି ପରୀକ୍ଷା ସମ୍ପର୍କରେ ସୂଚନା ଦିଆଯାଇଛି। ଅନ୍ୟ ଏକ ମିଳିତ ପରୀକ୍ଷା ସମ୍ପର୍କରେ ପରେ ସୂଚନା ଦିଆଯିବ। ଆବେଦନକାରୀଙ୍କଠାରୁ ଓଡ଼ିଆ କିମ୍ବା ଇଂଲିଶରେ ପରୀକ୍ଷା ପାଇଁ ବିକଳ୍ପ ନିଆଯାଉଛି। ସେହି ଅନୁସାରେ ପରୀକ୍ଷାରେ ପ୍ରାର୍ଥୀମାନଙ୍କ ନମ୍ବର ତାଙ୍କ ବ୍ୟକ୍ତିଗତ ଅନ୍‌ଲାଇନ ଆକାଉଣ୍ଟ ମାଧ୍ୟମରେ ପଠାଯିବାର ନିଷ୍ପତ୍ତି ନିଆଯାଇଛି। ଉଲ୍ଲେଖଯୋଗ୍ୟ, ୨୦୧୬ରେ ୬ଟି, ୨୦୧୭ରେ ୮, ୨୦୧୮ରେ ୨, ୨୦୧୯ରେ ୧୬, ୨୦୨୦ରେ ୩, ୨୦୨୧ରେ ୧୪ ଏବଂ ୨୦୨୨ରେ ୨ଟି ନିଯୁକ୍ତି ବିଜ୍ଞାପନ ରହିଛି। ଏହି ପ୍ରକ୍ରିୟାରେ ୨୪୮୮ଜଣ ପ୍ରାର୍ଥୀଙ୍କୁ ଚୟନ କରାଯାଇଛି ବୋଲି ଓଏସ୍‌ଏସ୍‌ସିର ବାର୍ଷିକ ବିବରଣୀରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ବ୍ଲକକୁ ମିଳିଲେ ନୂଆ ଅଧ୍ୟକ୍ଷା, ବିଧାୟକଙ୍କ ଉପସ୍ଥିତିରେ ନେଲେ ଦାୟିତ୍ୱ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ଭାରପ୍ରାପ୍ତ ଅଧ୍ୟକ୍ଷା ଭାବେ ଏସ୍. ସାରଦା ରେଡ୍ଡୀ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଛତ୍ରପୁର ମ୍ୟୁନିସିପାଲିଟି…

ଓଲଟିଲା ବସ୍‌: ଭିତରେ ଥିଲେ ୩୦ ଯାତ୍ରୀ, ସେଥିରୁ ୨ ଜଣ…

ବଣାଇଁ,୯ା୧୦(ପ୍ରଦୀପ ତ୍ରିପାଠୀ): ସମ୍ବଲପୁର ଜିଲା କୁଚିଣ୍ଡାରୁ ବଣାଇଁ ଆସୁଥିବା ଘରୋଇ ଯାତ୍ରୀବାହୀ ବସ୍‌ ‘ଅଂଶିକା’ ଗୁରୁଣ୍ଡିଆ ନିକଟସ୍ଥ ମଧୁପୁରଠାରେ ଶୁକ୍ରବାର ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ସେଥିରେ…

ପ୍ରଥମେ କବାଟ ବାଡ଼େଇଲେ, ଖୋଲିବାରୁ ଦମ୍ପତିଙ୍କୁ ଅତର୍କିତ ଆକ୍ରମଣ କଲେ ଦୁଇ ଦୁର୍ବୃତ୍ତ, ଗୁରୁତର ହୋଇ…

ମଜାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଅପାଳ ସାମୁଦ୍ରିକ ଥାନା ଅଧୀନ ବଳିଗଣ୍ଡ ଗାଁର ଜଣେ ବ୍ୟକ୍ତିଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ପଶି…

ଭଦ୍ରକର ଏହି ଦୁଇ କଲେଜର ନିର୍ବାଚନ ବାତିଲ

ଭଦ୍ରକ,୯ା୧୦(ସନାତନ ରାଉତ): ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଶୁକ୍ରବାର ଭଦ୍ରକ ଜିଲାର ଦୁଇଟି କଲେଜରେ…

୧୦ମ-ଯୁକ୍ତ ୨ ଶିକ୍ଷା ପଦ୍ଧତିକୁ ନେଇ କଟକ ଜିଲା ଶିକ୍ଷାଧିକାରୀଙ୍କ ଚାଞ୍ଚଲ୍ୟକର ବୟାନ, ରାଜ୍ୟରେ ଆଲୋଡ଼ନ

କଟକ ସଦର,୯ା୧୦(ସୁଶାନ୍ତ କୁମାର ଜେନା): ସାରା ରାଜ୍ୟରେ ୧୦ମ ଯୁକ୍ତ ୨ ଶିକ୍ଷା ପଦ୍ଧତି ଭୂ-୧୯୮୩ରେ ପ୍ରଚଳନ କରାଯାଇଥିଲା। ସେହିଦିନଠାରୁ ଅଦ୍ୟାବଧି ଏହି ବ୍ୟବସ୍ଥା ଅନୁଯାୟୀ ମାଟ୍ରିକ…

ଛାତ୍ର ସଂସଦ ନିର୍ବାଚନ: ନୋମିନେଶନ ଜାରି

ଭୁବନେଶ୍ୱର,୯ା୧୦: ଛାତ୍ର ସଂସଦ ନିର୍ବାଚନ ନେଇ ରାଜ୍ୟର ବିଭିନ୍ନ କଲେଜରେ ନୋମିନେଶନ ଜାରି ରହିଛି। ଶୁକ୍ରବାର ସକାଳ ୧୦ଟାରୁ ଦିନ ଗୋଟାଏ ଭିତରେ ପ୍ରାର୍ଥୀମାନେ ସେମାନଙ୍କର ନୋମିନେଶନ…

ବଢ଼ିଲା ଶ୍ରମିକଙ୍କ ଭତ୍ତା: ଏଣିକି ଦିନକୁ ମିଳିବ…

ଭୁବନେଶ୍ୱର,୯ା୧୦(ରବିନାରାୟଣ ଜେନା):ରାଜ୍ୟର ବିଭିନ୍ନ ସଂଗଠିତ ଓ ଅଣସଂଗଠିତ କ୍ଷେତ୍ରରେ ନିୟୋଜିତ କର୍ମଜୀବୀଙ୍କ ହିତକୁ ଦୃଷ୍ଟିରେ ରଖି ସରକାର ଗୁରୁବାର ମହଙ୍ଗାଭତ୍ତା ବୃଦ୍ଧି କରିଛନ୍ତି। ଶ୍ରମ ଓ କର୍ମଚାରୀ…

ଦାରିଙ୍ଗବାଡ଼ିରେ ଶୀତର ଆଗମନ: ବଢ଼ୁଛି ପର୍ଯ୍ୟଟକଙ୍କ ସଂଖ୍ୟା

ଦାରିଙ୍ଗବାଡ଼ି,୯।୧୦(ଅରୁଣ ସାହୁ): କନ୍ଧମାଳ ଜିଲାର ପର୍ଯ୍ୟଟନସ୍ଥଳୀ ଦାରିଙ୍ଗବାଡ଼ି ଅଞ୍ଚଳରେ ଧୀରେ ଧୀରେ ଶୀତର ଆଗମନ ଅନୁଭୂତ ହେବାରେ ଲାଗିଛି। ଗତ କିଛି ଦିନ ହେଲା ଅଞ୍ଚଳରେ ହାଲୁକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?