ରୂପାନ୍ତରିତ ହେବ ୧୦ ହଜାର ପ୍ରାଥମିକ ବିଦ୍ୟାଳୟ

ଭୁବନେଶ୍ୱର,୨୮।୩(ବ୍ୟୁରୋ):‘ମୋ ସ୍କୁଲ’ର ଦଶମ ପରିଚାଳନା ପରିଷଦ ବୈଠକ ମୋ ସ୍କୁଲ୍‌ ଅଭିଯାନ ଅଧ୍ୟକ୍ଷା ସୁସ୍ମିତା ବାଗ୍‌ଚୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଉଚ୍ଚ ବିଦ୍ୟାଳୟଗୁିକର ସଫଳ ରୂପାନ୍ତରୀକରଣ ପରେ ଏବେ ୧୦ହଜାର ପ୍ରାଥମିକ ବିଦ୍ୟାଳୟର ନବୀକରଣ କରିବାକୁ ନିଷ୍ପତ୍ତି ନିିଆଯାଇଛି। ସ୍ଥାନୀୟ କର୍ପୋରେଟ୍‌ ଓ ଶିଳ୍ପ ସଂସ୍ଥାଗୁଡ଼ିକର ସିଏସ୍‌ଆର୍‌ ପାଣ୍ଠି ସହାୟତା ଏବଂ ପୁରାତନ ଛାତ୍ରୀଛାତ୍ରଙ୍କ ସହଯୋଗରେ ସ୍କୁଲ୍‌ଗୁଡ଼ିକର ଭିତ୍ତିଭୂମି ବିକାଶ କରାଯିବ। ଆଭ୍ୟନ୍ତରୀଣ ଅଞ୍ଚଳର ପ୍ରାଥମିକ ବିଦ୍ୟାଳୟଗୁଡ଼ିକର ଭିତ୍ତିଭୂମି ବିକାଶରେ ଏହା ବିଶେଷ ସହାୟକ ହେବ। ପୁରାତନ ଛାତ୍ରୀଛାତ୍ରଙ୍କ ସହଯୋଗରେ ତୃଣମୂଳସ୍ତରରେ ‘ମୋ ସ୍କୁଲ’ ଉକ୍ତ ବିଦ୍ୟାଳୟଗୁଡିକର ପ୍ରକଳ୍ପ ଅଗ୍ରଗତି, କାର୍ଯ୍ୟକାରିତା ଆଦି ତଦାରଖ କରିବ।
ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶାସନ ସଚିବ ଅଶ୍ୱଥି ଏସ୍‌. ଯୋଗଦେଇ କହିଲେ, ମୋ ସ୍କୁଲ ଅଧୀନରେ ହେଉଥିବା ପ୍ରକଳ୍ପଗୁଡ଼ିକର ତଦାରଖର ଆବଶ୍ୟକତା ରହିଛି। ସ୍କୁଲ୍‌ ଓ ରାଜ୍ୟସ୍ତରରେ ବ୍ୟାପକ ସମୀକ୍ଷା କରିବାକୁ ସେ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ। ପ୍ରତି ଜିଲ୍ଲାରେ ‘ସ୍କୁଲ୍‌ କ୍ଲବ୍‌’ର ସୁପରିଚାଳନା ପାଇଁ ୧ ହଜାର ପୁରାତନ ଛାତ୍ରଛାତ୍ରୀଙ୍କୁ ନେଇ ଏକ କ୍ୟାଡର୍‌ ଗଠନ କରିବାକୁ ପରିଚାଳନା ପରିଷଦ ବୈଠକରେ ଆଲୋଚନା କରାଯାଇଥିଲା। ଛାତ୍ରୀଛାତ୍ରଙ୍କ ସର୍ବାଙ୍ଗୀନ ବିକାଶ ଦିଗରେ ଏହି କ୍ଲବ୍‌ଗୁଡ଼ିକ କାର୍ଯ୍ୟ କରିବା ସହ ବିଭିନ୍ନ ସହପାଠ୍ୟଭିତ୍ତିକ କାର୍ଯ୍ୟକ୍ରମର ପରିଚାଳନା କରିବେ। ମାଧ୍ୟମିକ ବିଦ୍ୟାଳୟଗୁଡ଼ିକରେ ହାଉସ୍‌ ସିଷ୍ଟମ୍‌କୁ କାର୍ଯ୍ୟକ୍ଷମ କରିବା ଦିଗରେ ମୋ ସ୍କୁଲ୍‌ ଅଭିଯାନ ସମସ୍ତ ସହଯୋଗ ଯୋଗାଇଦେବ। ସେହିପରି ପୁରାତନ ଛାତ୍ରୀଛାତ୍ରଙ୍କୁ ନେଇ ପ୍ରେରଣାଦାୟକ ବକ୍ତୃତା ସିରିଜ୍‌ର ଆୟୋଜନ କରିବାକୁ ନିଷ୍ପତ୍ତି ନିଆଯାଇଛି। ଛାତ୍ରଛାତ୍ରୀଙ୍କୁ ଅନୁପ୍ରାଣିତ କରିବା ଲକ୍ଷ୍ୟରେ ଆୟୋଜିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମ ପ୍ରତି ସପ୍ତାହରେ ୟୁଟ୍ୟୁବ୍‌ରେ ପ୍ରସାରିତ ହେବ।
‘ମୋ ସ୍କୁଲ୍‌’ ସଦସ୍ୟ ସଚିବ ତଥା ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ(ଓସେପା) ରାଜ୍ୟ ପ୍ରକଳ୍ପ ନିିିର୍ଦ୍ଦେଶକ ଅନୁପମ ସାହା ପ୍ରାରମ୍ଭିକ ସୂଚନା ଓ ଧନ୍ୟବାଦ ଦେଇଥିଲେ। ‘ମୋ ସ୍କୁଲ୍‌ ଅଭିଯାନ’ ମୁଖ୍ୟ ପରିଚାଳନା ଅଧିକାରୀ ଅମରଜିତ ଜେନା କାର୍ଯ୍ୟକାରୀ ହେଉଥିବା ସମସ୍ତ ପ୍ରକଳ୍ପ ସମ୍ପର୍କରେ ସୂଚନା ଦେଇଥିଲେ। ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ଢେଙ୍କାନାଳ ଜିଲାପାଳ ସରୋଜ କୁମାର ସେଠୀ, ଖୋର୍ଦ୍ଧା ଏଡିଏମ୍‌ ଏସ୍‌ଏମ୍‌ ପ୍ରଧାନ, ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଶ୍ରୀକାନ୍ତ ତରାଇ, ‘ମୋ ସ୍କୁଲ୍‌ ଅଭିଯାନ’ର ଭାରପ୍ରାପ୍ତ ଅଧିକାରୀ ମଣିପ୍ରସାଦ ମିଶ୍ରଙ୍କ ସମେତ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ ବିଭାଗର ପ୍ରତିନିଧିମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri