ରୂପାନ୍ତରିତ ହେବ ୧୦ ହଜାର ପ୍ରାଥମିକ ବିଦ୍ୟାଳୟ

ଭୁବନେଶ୍ୱର,୨୮।୩(ବ୍ୟୁରୋ):‘ମୋ ସ୍କୁଲ’ର ଦଶମ ପରିଚାଳନା ପରିଷଦ ବୈଠକ ମୋ ସ୍କୁଲ୍‌ ଅଭିଯାନ ଅଧ୍ୟକ୍ଷା ସୁସ୍ମିତା ବାଗ୍‌ଚୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଉଚ୍ଚ ବିଦ୍ୟାଳୟଗୁିକର ସଫଳ ରୂପାନ୍ତରୀକରଣ ପରେ ଏବେ ୧୦ହଜାର ପ୍ରାଥମିକ ବିଦ୍ୟାଳୟର ନବୀକରଣ କରିବାକୁ ନିଷ୍ପତ୍ତି ନିିଆଯାଇଛି। ସ୍ଥାନୀୟ କର୍ପୋରେଟ୍‌ ଓ ଶିଳ୍ପ ସଂସ୍ଥାଗୁଡ଼ିକର ସିଏସ୍‌ଆର୍‌ ପାଣ୍ଠି ସହାୟତା ଏବଂ ପୁରାତନ ଛାତ୍ରୀଛାତ୍ରଙ୍କ ସହଯୋଗରେ ସ୍କୁଲ୍‌ଗୁଡ଼ିକର ଭିତ୍ତିଭୂମି ବିକାଶ କରାଯିବ। ଆଭ୍ୟନ୍ତରୀଣ ଅଞ୍ଚଳର ପ୍ରାଥମିକ ବିଦ୍ୟାଳୟଗୁଡ଼ିକର ଭିତ୍ତିଭୂମି ବିକାଶରେ ଏହା ବିଶେଷ ସହାୟକ ହେବ। ପୁରାତନ ଛାତ୍ରୀଛାତ୍ରଙ୍କ ସହଯୋଗରେ ତୃଣମୂଳସ୍ତରରେ ‘ମୋ ସ୍କୁଲ’ ଉକ୍ତ ବିଦ୍ୟାଳୟଗୁଡିକର ପ୍ରକଳ୍ପ ଅଗ୍ରଗତି, କାର୍ଯ୍ୟକାରିତା ଆଦି ତଦାରଖ କରିବ।
ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶାସନ ସଚିବ ଅଶ୍ୱଥି ଏସ୍‌. ଯୋଗଦେଇ କହିଲେ, ମୋ ସ୍କୁଲ ଅଧୀନରେ ହେଉଥିବା ପ୍ରକଳ୍ପଗୁଡ଼ିକର ତଦାରଖର ଆବଶ୍ୟକତା ରହିଛି। ସ୍କୁଲ୍‌ ଓ ରାଜ୍ୟସ୍ତରରେ ବ୍ୟାପକ ସମୀକ୍ଷା କରିବାକୁ ସେ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ। ପ୍ରତି ଜିଲ୍ଲାରେ ‘ସ୍କୁଲ୍‌ କ୍ଲବ୍‌’ର ସୁପରିଚାଳନା ପାଇଁ ୧ ହଜାର ପୁରାତନ ଛାତ୍ରଛାତ୍ରୀଙ୍କୁ ନେଇ ଏକ କ୍ୟାଡର୍‌ ଗଠନ କରିବାକୁ ପରିଚାଳନା ପରିଷଦ ବୈଠକରେ ଆଲୋଚନା କରାଯାଇଥିଲା। ଛାତ୍ରୀଛାତ୍ରଙ୍କ ସର୍ବାଙ୍ଗୀନ ବିକାଶ ଦିଗରେ ଏହି କ୍ଲବ୍‌ଗୁଡ଼ିକ କାର୍ଯ୍ୟ କରିବା ସହ ବିଭିନ୍ନ ସହପାଠ୍ୟଭିତ୍ତିକ କାର୍ଯ୍ୟକ୍ରମର ପରିଚାଳନା କରିବେ। ମାଧ୍ୟମିକ ବିଦ୍ୟାଳୟଗୁଡ଼ିକରେ ହାଉସ୍‌ ସିଷ୍ଟମ୍‌କୁ କାର୍ଯ୍ୟକ୍ଷମ କରିବା ଦିଗରେ ମୋ ସ୍କୁଲ୍‌ ଅଭିଯାନ ସମସ୍ତ ସହଯୋଗ ଯୋଗାଇଦେବ। ସେହିପରି ପୁରାତନ ଛାତ୍ରୀଛାତ୍ରଙ୍କୁ ନେଇ ପ୍ରେରଣାଦାୟକ ବକ୍ତୃତା ସିରିଜ୍‌ର ଆୟୋଜନ କରିବାକୁ ନିଷ୍ପତ୍ତି ନିଆଯାଇଛି। ଛାତ୍ରଛାତ୍ରୀଙ୍କୁ ଅନୁପ୍ରାଣିତ କରିବା ଲକ୍ଷ୍ୟରେ ଆୟୋଜିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମ ପ୍ରତି ସପ୍ତାହରେ ୟୁଟ୍ୟୁବ୍‌ରେ ପ୍ରସାରିତ ହେବ।
‘ମୋ ସ୍କୁଲ୍‌’ ସଦସ୍ୟ ସଚିବ ତଥା ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ(ଓସେପା) ରାଜ୍ୟ ପ୍ରକଳ୍ପ ନିିିର୍ଦ୍ଦେଶକ ଅନୁପମ ସାହା ପ୍ରାରମ୍ଭିକ ସୂଚନା ଓ ଧନ୍ୟବାଦ ଦେଇଥିଲେ। ‘ମୋ ସ୍କୁଲ୍‌ ଅଭିଯାନ’ ମୁଖ୍ୟ ପରିଚାଳନା ଅଧିକାରୀ ଅମରଜିତ ଜେନା କାର୍ଯ୍ୟକାରୀ ହେଉଥିବା ସମସ୍ତ ପ୍ରକଳ୍ପ ସମ୍ପର୍କରେ ସୂଚନା ଦେଇଥିଲେ। ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ଢେଙ୍କାନାଳ ଜିଲାପାଳ ସରୋଜ କୁମାର ସେଠୀ, ଖୋର୍ଦ୍ଧା ଏଡିଏମ୍‌ ଏସ୍‌ଏମ୍‌ ପ୍ରଧାନ, ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଶ୍ରୀକାନ୍ତ ତରାଇ, ‘ମୋ ସ୍କୁଲ୍‌ ଅଭିଯାନ’ର ଭାରପ୍ରାପ୍ତ ଅଧିକାରୀ ମଣିପ୍ରସାଦ ମିଶ୍ରଙ୍କ ସମେତ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ ବିଭାଗର ପ୍ରତିନିଧିମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ପାଣ୍ଡିଆନ୍‌ଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’

ଭୁବନେଶ୍ୱର, ୨୬।୪(ସୁନିତ୍‌ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍‌ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର...

ସରକାରୀ ହସ୍ପିଟାଲ ପରିସରରେ ଥିବା ଘରୋଇ ଔଷଧ ଦୋକାନ ହେବ ବନ୍ଦ

ଭୁବନେଶ୍ୱର, ୨୬।୪(ବନ୍ଦନା ସେଠୀ):ରାଜ୍ୟର ସରକାରୀ ଡାକ୍ତରଖାନା ପରିସରରେ ରହିଥିବା ଘରୋଇ ଔଷଧ ଷ୍ଟୋର୍‌ ବନ୍ଦ ହେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏପରି କଡ଼ା...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ନାମାଙ୍କନ ଶେଷ

ଭୁବନେଶ୍ୱର,୨୬ା୪(ଅନିଲ ଦାସ): ରାଜ୍ୟର ପ୍ରଥମ ପର୍ଯ୍ୟାୟ(ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ଏପ୍ରିଲ ୧୮ରୁ ୨୪ ତାରିଖ...

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri