Posted inରାଜ୍ୟ

୧୦ରୁ ପ୍ରାଚୀ ପରିକ୍ରମା ପଦଯାତ୍ରା

ଭୁବନେଶ୍ୱର, ୯।୨ (ବ୍ୟୁରୋ): ଆସନ୍ତା ୧୦ ତାରିଖରୁ ପ୍ରାଚୀ ପରିକ୍ରମା ପଦଯାତ୍ରା ଆରମ୍ଭ ହେବ। ଶ୍ରୀ ଅନ୍ଧକପିଳେଶ୍ୱର ମନ୍ଦିର, କପିଳେଶ୍ୱରପୁର, ଅଡଶପୁରଠାରୁ ଆରମ୍ଭ ହେବାକୁ ଥିବା ଏହି ପରିକ୍ରମାରେ ଓଡ଼ିଶାର ବରେଣ୍ୟ ସନ୍ଥବୃନ୍ଦ ପ୍ରାଚୀ ନଦୀକୂଳରେ ଅବସ୍ଥିତ ଦ୍ୱାଦଶ ମାଧବ, ଦ୍ୱାଦଶ ମଠ, ଦ୍ୱାଦଶ ଋଷିଙ୍କ ଆଶ୍ରମ, ଦ୍ୱାଦଶ ଶକ୍ତିପୀଠ, ଦ୍ୱାଦଶ ଶମ୍ଭୁ ତଥା ଅନେକ ତୀର୍ଥକ୍ଷେତ୍ର ପରିକ୍ରମା କରିବେ। ଏନେଇ ବୁଧବାର ସ୍ବାମୀ ସମର୍ପଣାନନ୍ଦ ଗିରି ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ୧୦ ତାରିଖରେ ପଦଯାତ୍ରୀମାନେ ରାଧାକାନ୍ତ ମଠ, ନୂଆଗାଁ, ୧୧ରେ ଶ୍ରୀମାଧବାନନ୍ଦ ମନ୍ଦିର, ମାଧବ, ୧୨ରେ ଦେଉଳି ମଠ, କାକଟପୁର, ୧୩ରେ କେଲୁଣି ମୁହାଣ ଓ କେଉଟଜଙ୍ଗା, ୧୪ରେ ପ୍ରାଚୀଗୁରୁ ଧର୍ମ କ୍ଷେତ୍ର, ନୂଆମଠ, ନୟାହାଟ, ୧୫ରେ ବୁଦ୍ଧିକେଶ୍ୱର ମନ୍ଦିର, ଦେଉଳିଧରପୁର ଠାରେ ରାତ୍ରି ଯାପନ କରିବେ। ଶେଷରେ ୧୬ରେ ଶ୍ରୀ ଅନ୍ଧକପିଳେଶ୍ୱର ମନ୍ଦିର, କପିଳେଶ୍ୱରପୁରଠାରେ ପୂର୍ଣ୍ଣାହୂତି ଦିଆଯିବ। ଏହି ଅବସରରେ ୧୦ରୁ ୧୬ ତାରିଖ ପର୍ଯ୍ୟନ୍ତ ପ୍ରତ୍ୟହ ପ୍ରାଚୀ ନଦୀରେ ଆଳତି ଅନୁଷ୍ଠିତ ହେବ ବୋଲି ସୂଚନା ଦିଆଯାଇଛି। ଅବକ୍ଷୟମୁଖୀ ନଦୀ ମାତୃକାର ପୁନରୁଦ୍ଧାର ଉଦ୍ଦେଶ୍ୟରେ ୨୦୧୨ରୁ ପରମହଂସ ପ୍ରଜ୍ଞାନାନନ୍ଦ ମହାରାଜଙ୍କ ମାର୍ଗଦର୍ଶନ ଓ ପ୍ରେରଣାରେ ଏହି ପ୍ରାଚୀ ପରିକ୍ରମା ପଦଯାତ୍ରା ଓ ପ୍ରାଚୀ ନଦୀ ପୁନରୁଦ୍ଧାର ଦିଗରେ ଜନଜାଗରଣ ଆଣିବା ପାଇଁ ବଳିଷ୍ଠ ପଦକ୍ଷେପ ନିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri