୧୩ରୁ ୨୨ ଯାଏ ୧୦ ଟ୍ରେନ୍‌ ବାତିଲ, କେଉଁ କେଉଁ ଟ୍ରେନ୍‌ ହେଲା ବାତିଲ୍‌ ଜାଣନ୍ତୁ…

ଜୟପୁର,୧୨ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ମାଳିଗୁଡ଼ା ଓ ଛତ୍ରୀପୁଟ ରେଳ ଷ୍ଟେଶନ ମଧ୍ୟରେ ଭୂସ୍ଖଳନ ଯୋଗୁ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ପାଇଁ ପୂର୍ବତଟ ରେଲଓ୍ବେ ରାୟଗଡ଼ା ଡିଭିଜନରେ ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ ହୋଇଛି।

ଏଥିପାଇଁ ଅକ୍ଟୋବର ୧୩ରୁ ୨୨ ଯାଏ ଅନେକ ଏକ୍ସପ୍ରେସ୍‌ ଓ ପ୍ୟାସେଞ୍ଜର ବାତିଲ କରାଯାଇ ଚଳାଚଳ ପଥ ମଧ୍ୟ ସଂକ୍ଷିପ୍ତ କରାଯାଇଛି। ବୁଲେଟିନ ନଂ.୧୦ ଅନୁଯାୟୀ, ଏହି ସମୟ ମଧ୍ୟରେ ୪ ଏକ୍ସପ୍ରେସ ବାତିଲ ରହିବ। ବିଶାଖାପାଟଣା-କିରଣ୍ଡୁଲ ଏକ୍ସପ୍ରେସ(୧୮୫୧୫) ଓ କିରଣ୍ଡୁଲ-ବିଶାଖାପାଟଣା ଏକ୍ସପ୍ରେସ(୧୮୫୧୬) ଅକ୍ଟୋବର ୧୩ରୁ ୨୦ ଯାଏ ବାତିଲ ରହିବ। ରାଉରକେଲା-ଜଗଦଲପୁର ଏକ୍ସପ୍ରେସ(୧୮୧୦୭) ଅକ୍ଟୋବର ୧୩ରୁ ୨୦ ଯାଏ ଓ ଜଗଦଲପୁର-ରାଉରକେଲା ଏକ୍ସପ୍ରେସ(୧୮୧୦୮) ଅକ୍ଟୋବର ୧୪ରୁ ୨୧ ଯାଏ ବାତିଲ ରହିବ। ଏହି ବାଧା ଯୋଗୁ ଅନ୍ୟ କେତେକ ଟ୍ରେନ ସଂକ୍ଷିପ୍ତ ପଥରେ ଚଳାଚଳ କରିବ। ହାୱଡା-ଜଗଦଲପୁର ଏକ୍ସପ୍ରେସ(୧୮୦୦୫), ଭୁବନେଶ୍ୱର-ଜଗଦଲପୁର ଏକ୍ସପ୍ରେସ(୧୮୪୪୭) ଓ ବିଶାଖାପାଟଣା-କିରଣ୍ଡୁଲ ପାସେଞ୍ଜର(୫୮୫୦୧) ଅକ୍ଟୋବର ୧୩ରୁ ୨୦ ତାରିଖ ଯାଏ କୋରାପୁଟ ଷ୍ଟେଶନରେ ଯାତ୍ରା ଶେଷ କରିବେ। ଶର୍ଟ-ଟର୍ମିନେଟ ହେବେ। ଫେରନ୍ତା ଯାତ୍ରା କ୍ଷେତ୍ରରେ, ଟ୍ରେନ ନଂ ଜଗଦଲପୁର-ହାୱଡା ଏକ୍ସପ୍ରେସ(୧୮୦୦୬) ଅକ୍ଟୋବର ୧୫ରୁ ୨୨ ତାରିଖ ଯାଏ ଜଗଦଲପୁର ପରିବର୍ତ୍ତେ କୋରାପୁଟରୁ ଯାତ୍ରା ଆରମ୍ଭ କରିବ।

ଜଗଦଲପୁର-ଭୁବନେଶ୍ୱର ଏକ୍ସପ୍ରେସ(୧୮୪୪୮) ଅକ୍ଟୋବର ୧୪ରୁ ୨୧ ତାରିଖ ଯାଏ ଓ କିରଣ୍ଡୁଲ-ବିଶାଖାପାଟଣା ପାସେଞ୍ଜର(୫୮୫୦୨) ଅକ୍ଟୋବର ୧୩ରୁ ୨୦ ତାରିଖ ପର୍ଯ୍ୟନ୍ତ କୋରାପୁଟରୁ ଯାତ୍ରା ଆରମ୍ଭ କରିବ। ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଉଲ୍ଲେଖ କରାଯାଇଥିବା ଟ୍ରେନ୍‌ଗୁଡ଼ିକ ପାଇଁ କୋରାପୁଟ-ଜଗଦଲପୁର ସେକ୍ସନ୍‌ରେ ଉଭୟ ଦିଗର ସେବା ପ୍ରଭାବିତ ହେବ ବୋଲି ରେଳଓ୍ବେ କର୍ତ୍ତୃପକ୍ଷ ସ୍ପଷ୍ଟ କରିଛନ୍ତି। ପ୍ରଭାବିତ ରୁଟ୍‌ରେ ଯାତ୍ରା କରୁଥିବା ଯାତ୍ରୀମାନେ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଟ୍ରେନ ସମ୍ବନ୍ଧୀୟ ସବିଶେଷ ସୂଚନା ଯାଞ୍ଚ କରିବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ ଚଳଚଞ୍ଚଳ: ସଭାପତି ପଦ ପାଇଁ ୪ ପ୍ରାର୍ଥୀ, ଏବିଭିପିର ପ୍ରଚାର ଜୋରଦାର

ପାଟଣା, ୧୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲ୍ଲା ସ୍ୱାମପାଟଣା ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ପ୍ରଚାର ଜୋରଦାର ହୋଇଛି। ଆସନ୍ତା ୧୫ ତାରିଖରେ…

ଭାରତ-ଶ୍ରୀଲଙ୍କା ମ୍ୟାଚ୍‌ ସ୍ଥାନାନ୍ତରକୁ ନେଇ ସ୍ପଷ୍ଟ କଲା ବିସିସିଆଇ, ଜାଣନ୍ତୁ…

ନୂଆଦିଲ୍ଲୀ,୧୨ା୧୦: ଆସନ୍ତା ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ସିରିଜର ଓପନିଂ ମ୍ୟାଚ୍‌ ଦିଲ୍ଲୀରୁ ଅହମଦାବାଦ ସ୍ଥାନାନ୍ତର ହେବ ବୋଲି ଗଣମାଧ୍ୟମରେ ଚର୍ଚ୍ଚା ହେଉଥିଲା। ଏହା ସଠିକ୍‌…

ଗ୍ରୋସରୀ ଦୋକାନରୁ ଦେଢ଼ ଲକ୍ଷ ଟଙ୍କା ଲୁଟ୍‌, ଜଣେ ଗିରଫ

ହାଟଡିହୀ/ଛେନାପଦୀ, ୧୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ-ଜଳକଳଙ୍ଗ ବଜାରରେ ବ୍ୟାଙ୍କ ନିକଟରେ ଥିବା ଏକ ଗ୍ରୋସରୀ ଦୋକାନରୁ ଦେଢ଼ ଲକ୍ଷ ଟଙ୍କା ଲୁଟ୍‌ ହୋଇଥିବା…

ଘୁଞ୍ଚିଲା ଏସିଆନ ଗେମ୍ସ ରିଭ୍ୟୁ ବୈଠକ, କେବେ ହେବ ଜାଣନ୍ତୁ…

ନୂଆଦିଲ୍ଲୀ,୧୨ା୧୦: ନିକଟରେ ଶେଷ ହୋଇଥିବା ଏସିଆନ ଗେମ୍ସରେ ଦେଶର ପ୍ରଦର୍ଶନକୁ ରିଭ୍ୟୁ କରିବା ପାଇଁ ଜାତୀୟ କ୍ରୀଡ଼ା ଫେଡେରେଶନମାନଙ୍କ ସହ କ୍ରୀଡ଼ା ମନ୍ତ୍ରଣାଳୟର ଦିନିକିଆ ବୈଠକକୁ ଆସନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?