ଜଙ୍ଗଲ ସୁରକ୍ଷା ପାଇଁ ହେବ ୧୦ ବର୍ଷିଆ ଯୋଜନା, ତାଲିମ ନେଲେ…

ଭଞ୍ଜନଗର,୭।୮(ବାବୁଲା ପ୍ରଧାନ)-ପ୍ରତି ୧୦ ବର୍ଷକୁ ଥରେ ଜଙ୍ଗଲ ବିଭାଗ ଅଧୀନରେ ଥିବା ୱାର୍କିଁଙ୍ଗ ପ୍ଲାନ ବିଭାଗ ପକ୍ଷରୁ ଜଙ୍ଗଲ ଗୁଡ଼ିକର ବିଭିନ୍ନ ସମୀକ୍ଷା ହୋଇଥାଏ। ଏହାପରେ ଆଗାମୀ ୧୦ ବର୍ଷ ପାଇଁ ଜଙ୍ଗଲରେ କଣ ସବୁ ପଦକ୍ଷେପ ନିଆଯିବ ସେନେଇ ନିଷ୍ପତ୍ତି ନିଆଯାଇଥାଏ। ଏହାକୁ ଭିତ୍ତିକରି କାର୍ଯ୍ୟକ୍ରମ ହୋଇଥାଏ। ଇତିମଧ୍ୟରେ ୨୦୨୪-୨୫ ରେ ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡର ୱାର୍କିଁଙ୍ଗ ପ୍ଲାନ ସମୟ ସରିଯାଇଛି।  ଆଗାମୀ ୧୦ ବର୍ଷ ପାଇଁ ଯୋଜନା ହେବ। ତେଣୁ ଗୁରୁବାର ଏହି ବନଖଣ୍ଡର କର୍ମଚାରୀ ମାନକୁ ତାଲିମ ଦିଆଯାଇଥିଲା। ଶୁକ୍ରବାର କର୍ମଚାରୀ ମାନେ ଜଙ୍ଗଲକୁ ଯାଇ ପ୍ରତ୍ୟେକ୍ଷ ଭାବେ ସମୀକ୍ଷା କରିବେ। ଏହାପରେ  ସରକାରଙ୍କୁ ରିପୋର୍ଟ ପ୍ରଦାନ କରିବେ। ଏହି ପ୍ରକ୍ରିୟା ନଭେମ୍ବର ମାସ ୧୫ ତାରିଖ ସୁଦ୍ଧା ପୂରଣ କରିବା ଲକ୍ଷ୍ୟ ରଖାଯାଇଛି। ରିପୋର୍ଟ ପାଇବା ପରେ ସରକାର ପରବର୍ତ୍ତୀ ପଦକ୍ଷେପ ନେବେ।
ଉକ୍ତ ଶିବିରରେ ଡିଏଫଓ ହିମାଂଶୁ ଶେଖର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ସର୍ଭେ କିଭଳି ହେବ ସେନେଇ କହିଥିଲେ। ନୂତନ ବନୀକରଣ, ବାଉଁଶ, ରଥ କାଠ, ଇକୋ ଟୁରିଜୀମ, ପୁରୁଣା କାଠ କାଟିବା, ବନ୍ୟପ୍ରାଣୀ ସୁରକ୍ଷିତ କିଭଳି ରହିବ ସେନେଇ ୧୦ ବର୍ଷିଆ ଯୋଜନା ହେବ। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଅବସରପ୍ରାପ୍ତ ଡିଏଫ୍‌ଓ ଭୀମସେନ ମହାରଣା, ଏସିଏଫ୍‌ ଡ ରଶ୍ମି ରଞ୍ଜନ ସ୍ବାଇଁ, ବିବେକ କୁମାର ଦାସ, ଅବସରପ୍ରାପ୍ତ ରେଞ୍ଜର ପ୍ରବୋଧ ଚନ୍ଦ୍ର ନାୟକ,,  ପୂର୍ବତନ ଅବୈତନିକ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ ଶୂଳପାଣି ଶତପଥୀ, ଓମ ଶାନ୍ତି ଶାଖା ପରିଚାଳିକା ସନ୍ତୋଷିନୀ ଭଉଣୀ ପ୍ରମୁଖ ଯୋଗଦେଇ ନିଜର ବକ୍ତବ୍ୟ ରଖିଥିଲେ। ମୁଜାଗଡ ରେଞ୍ଜର ବିମ୍ବାଧର ସାହୁ, କେନ୍ଦ୍ରୀୟ ରେଞ୍ଜର ପୃଥିବୀରାଜ ପ୍ରଧାନ ପ୍ରମୁଖ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।.

Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଜେଏମ୍‌ଏଫ୍‌ସି କୋର୍ଟ ବାର୍‌ ଆସୋସିଏଶନ୍‌ର ନୂତନ କର୍ମକର୍ତ୍ତା ଚୟନ

ଥୁଆମୂଳ ରାମପୁର,୨୮ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକସ୍ଥିତ ଜେଏମ୍‌ଏଫ୍‌ସି କୋର୍ଟ ପରିସରରେ ଶନିବାର ବାର୍‌ ଆସୋସିଏଶନର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି…

ଚୋରକୁ ଧରି ହାଜତରେ ପୂରାଇଥିଲା ପୋଲିସ, ଫେରାର ହୋଇଯିବା ପରେ…

ଧର୍ମଶାଳା/ବ୍ରହ୍ମବରଦା,୨୮ା୩(ଶିବପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନାରେ ଘଟିଛି ଏକ ଅଭାବନୀୟ ଘଟଣା। ପୋଲିସ ଚୋରକୁ ଧରି ହାଜତରେ ରଖିଥିବା ବେଳେ ରାତି ପ୍ରାୟ…

ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସମୀକ୍ଷା କଲେ କଳିକେଶ, ହସ୍ପିଟାଲରେ ରୋଗୀଙ୍କୁ…

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଓ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ଉପରେ ସମୀକ୍ଷା କରିଛନ୍ତି ବଲାଙ୍ଗୀର ବିଧାୟକ କଳିକେଶ…

ଲୁଣାନଦୀର ଜଳସ୍ତର କମୁଛି: ଆଗାମୀ ଦିନରେ ଦେଖାଦେବ…

କେନ୍ଦ୍ରାପଡ଼ା, ୨୮ା୩ (ଜଗନ୍ନାଥ ଧଳ)ଡିସେମ୍ବର ମାସଠାରୁ କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଲୁଣାନଦୀର ଜଳସ୍ତର କମିବାରେ ଲାଗିଛି। ଫଳରେ ଆଗାମୀ ଦିନରେ କେନ୍ଦ୍ରାପଡ଼ା ପୌରାଞ୍ଚଳରେ ପିଇବା ପାଣି ସମସ୍ୟା…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ମହାପ୍ରଭୁଙ୍କୁ ଦର୍ଶନ କଲେ ଭାରତର ସ୍ଥଳସେନା ମୁଖ୍ୟ, ଆଶିଷ ନେଇ ସେନା ପାଇଁ କଲେ ଏହି ପ୍ରାର୍ଥନା

ପୁରୀ,୨୮ା୩(ଅଜିତ କୁମାର ମହାନ୍ତି): ଭାରତର ସ୍ଥଳସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ୩ ଦିନିଆ ଗସ୍ତରେ ଆସି ଶନିବାର ପୁରୀରେ ପହଞ୍ଚିଛନ୍ତି। ଜେନେରାଲ ଦ୍ୱିବେଦୀ ବାଇପାସ୍‌ ରୋଡ୍‌ରେ…

ଜଳସ୍ତର ନିମ୍ନଗାମୀ: ବଢ଼ିଲାଣି ତାତି,ସଙ୍କଟ ହେଲାଣି ପାନୀୟ ଜଳ

ମହାକାଳପଡ଼ା,୨୮ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦୀର୍ଘଦିନଧରି ପାନୀୟ ଜଳ ସଙ୍କଟ ଦେଖାଦେଇଛି। ଅଞ୍ଚଳରେ ଜଳସ୍ତର ନିମ୍ନଗାମୀ ଯୋଗୁ ନଳକୂପରୁ ଅଧିକାଂଶ ସମୟରେ…

ଏହି ଦିନଠୁ ଆରମ୍ଭ ଐତିହାସିକ ଚନ୍ଦନ ଯାତ୍ରା: ଉଠିଲା ଶୁଭଖୁଣ୍ଟ

ଗଞ୍ଜାମ,୨୮।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡର କରଣ ସାହି ସ୍ଥିତ ଶ୍ରୀ ଶ୍ରୀ ମଦନ ମୋହନ ଗୋପାଳ ସ୍ବାମୀଙ୍କ ପୀଠରେ ଚଳିତ ମାସ ୨୦ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri