ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ ଉତ୍ତରପ୍ରଦେଶ ବାରଣସୀର ଚାନ୍ଦ ଅହମ୍ମଦ(୨୪) ଓ ମହମ୍ମଦ ଅକିଲ(୨୫)। ବିଚାପତି ଅଭିଯୁକ୍ତଙ୍କୁ ୧୦ବର୍ଷ ଲେଖାଏଁ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସେହିପରି ପ୍ରତ୍ୟେକ ୧ଲକ୍ଷ ଟଙ୍କା ଲେଖାଏଁ ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦେୟ ଅତିରିକ୍ତ ୧ବର୍ଷ ଲେଖାଏଁ ସଶ୍ରମ କାରାଦଣ୍ଡରେ ଦଣ୍ଡିତ ପାଇଁ ନିର୍ଦ୍ଦେଶ ରହିଛି।

ବ୍ରହ୍ମପୁର ସହରକୁ ଗଞ୍ଜେଇ ଚୋରାଚାଲାଣ ହେଉଥିବା ନେଇ ଅବକାରୀ ବିଭାଗକୁ ଖବର ମିଳିଥିଲା। ଇନ୍ସପେକ୍ଟର ଗୀତାଞ୍ଜଳି ସାହୁଙ୍କ ନେତୃତ୍ୱରେ ଏକ ଟିମ୍‌ ୨୦୨୨ ନଭେମ୍ବର ୨୧ରେ ଅଙ୍କୁଶପୁର ଛକରେ ଯାନବାହନ ଯାଞ୍ଚ କରାଯାଉଥିଲା। ବ୍ରହ୍ମପୁର ଅଭିମୁଖେ ଆସୁଥିବା ଏକ ଗାଡି(ନଂ.ଏମ୍‌ପି୦୪ଟିବି-୧୬୧୦)କୁ ଅଟକାଇ ପୋଲିସ ଟିମ୍‌ ଯାଞ୍ଚ କରିଥିଲା। ଯାଞ୍ଚ ବେଳେ ବେଆଇନ ଭାବେ ୮୦ କେଜି ଗଞ୍ଜେଇ ଚାଲାଣ ହେଉଥିବା ଜଣାପଡିଥିଲା।

ଅବକାରୀ ମାମଲା(ନଂ ୧୧୦/୨୧-୨୨)ରେ ଉପରୋକ୍ତ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିଲା। ଜେରା ବେଳେ ସେମାନେ ଉକ୍ତ ଗଞ୍ଜେଇ କନ୍ଧମାଳ ଅଞ୍ଚଳରୁ ଆଣି ବ୍ରହ୍ମପୁର ଦେଇ ଉତ୍ତରପ୍ରଦେଶ ଚାଲାଣ କରିଥାନ୍ତେ ବୋଲି ଅବକାରୀ ବିଭାଗ ଜାଣିବାକୁ ପାଇଥିଲେ। ପରେ ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରାଯାଇଥିଲା।

ତଦନ୍ତକାରୀ ଅଧିକାରୀ ତଥା ଇନ୍ସପେକ୍ଟର ସାହୁ କୋର୍ଟରେ ଚାର୍ଜସିଟ ଦାଖଲ କରିଥିଲେ। ମାମଲାର ବିଚାର ବେଳେ ୩ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା। ଗିରଫ ପରଠାରୁ ମଣ୍ଡଳକାରାଗାରରେ ବିଚାରାଧୀନ ବନ୍ଦୀ ଭାବେ ଥିବା ଉପରୋକ୍ତ ଦୁଇ ଅଭିଯୁକ୍ତଙ୍କୁ କୋର୍ଟରେ ହାଜର କରାଯାଇଥିଲା। ସାକ୍ଷୀମାନଙ୍କ ବୟାନ ଏବଂ ପ୍ରମାଣକୁ ଆଧାର କରି ବିଚାରପତି ଉପରୋକ୍ତ ରାୟ ପ୍ରକାଶ କରିଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ନରେଶ ପ୍ରସାଦ ପାତ୍ର ମାମଲା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚୁଲି ନିକଟରେ ବସି ନିଆଁ ପୋଉଁଥିଲେ, ଭାଙ୍ଗି ପଡ଼ିଲା କାନ୍ଥ: ଚାଲିଗଲା ବୃଦ୍ଧଙ୍କ ଜୀବନ

ପାଟଣା ,୮।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଅନ୍ତର୍ଗତ ଖୁଣ୍ଟାପଡ଼ା ପଞ୍ଚାୟତ ଖୁଣ୍ଟାପଡ଼ା ଗ୍ରାମର ଢିପା ସାହିରେ ଏକ ଅଭାବନୀୟ ଘଟଣା ଘଟିଛି। ରୋଷେଇ…

ସମୁଦ୍ରରେ ଗାଧୋଇ ଶ୍ୱେତଗଙ୍ଗାକୁ ଯାଇଥିଲେ, ଗୋଡ଼ ଖସିଯିବାରୁ ବୁଡ଼ିଯାଇ ଚାଲିଗଲା ଯୁବକଙ୍କ ଜୀବନ

ପୁରୀ, ୮।୮(ଅଜିତ୍‌ କୁମାର ମହାନ୍ତି): ପୁରୀର ପଞ୍ଚ ପୁଷ୍କରିଣୀ ମଧ୍ୟରେ ଅନ୍ୟତମ ପବିତ୍ର ତୀର୍ଥ ପୁଷ୍କରିଣୀ ଶ୍ୱେତଗଙ୍ଗାରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁଷ୍କରିଣୀରେ…

ବନ୍ୟଜନ୍ତୁ ପ୍ରେମୀଙ୍କ ଲାଗି ଖୁସି ଖବର: ଜନ୍ମ ହେଲା ହାତୀ ଛୁଆ

କେନ୍ଦୁଝର,୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ବନ୍ୟଜନ୍ତୁ ପ୍ରେମୀଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ପାଟନା ବନାଞ୍ଚଳରେ ଏକ ମା’ ହାତୀ ଛୁଆ ହାତୀକୁ ଜନ୍ମ ଦେଇଥିବା…

ନିଖୋଜ ଥିଲେ ମହିଳା, ଚାଷ ଜମିରୁ ଉଦ୍ଧାର ହେଲା ଗଳିତ ମୃତଦେହ: ପରିବାରରେ…

କୋକସରା, ୮।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼କେନ୍ଦୁଗୁଡ଼ା ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ମଙ୍ଗଳବାରଠାରୁ…

ଠିକା କାମରୁ ୩୦ ପ୍ରତିଶତ ଦାଦାବଟି ଦେବା ପାଇଁ ପଡୋଶୀଙ୍କୁ ଧମକ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ଦାଦାବଟି ନଦେବାରୁ ପଡ଼ୋଶୀଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୁକ୍ତକୁ କେ. ନୂଆଗାଁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗଞ୍ଜାମ ଜିଲା…

ପଡିକଲଙ୍କ ଶତକ, ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ୩୫୭/୬

କଲମ୍ବୋ,୮ା୮: ଶ୍ରୀଲଙ୍କା ଏକାଦଶ ବିପକ୍ଷରେ ଚାଲିଥିବା ଓ୍ବାର୍ମଅପ୍‌ ମ୍ୟାଚ୍‌ର ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଦେବଦତ୍ତ ପଡିକଲଙ୍କ ଅପରାଜିତ ଶତକ ବଳରେ ଭାରତ ୬ ଉଇକେଟ ହରାଇ…

ସ୍ୱାଧୀନତା ଦିବସ ପାଇଁ ପ୍ରତିଯୋଗିତା

ଭଞ୍ଜନଗର, ୮।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଆସନ୍ତା ଅଗଷ୍ଟ ୧୫ ତାରିଖ ସ୍ୱାଧୀନତା ଦିବସ ଅବସରରେ ଭଞ୍ଜନଗର ଜେଲ୍ ପଡ଼ିଆରେ…

ବଜାର ଆସି ଘରକୁ ଫେରୁଥିବା ବେଳେ ବାଟରେ ଘଟିଲା ବଜ୍ରପାତ, ଆଉ ତା’ ପରେ…

ଚିକିଟ,୮ା୮(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଚିକିଟି ଫାଣ୍ଡି ରାମଚନ୍ଦ୍ରପୁର ପଞ୍ଚାୟତ ଅନ୍ତର୍ଗତ ବଡପଲଙ୍କ ଗ୍ରାମର ବିଜୟ ପ୍ରଧାନ (୪୫)ଙ୍କ ବ୍ରଜପାତରେ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri