ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୧୦ ବର୍ଷ କାରାଦଣ୍ଡ ସହ ପୀଡ଼ିତାଙ୍କୁ ୪ ଲକ୍ଷ ଟଙ୍କାର ଆର୍ଥିକ ସହାୟତା

କେନ୍ଦୁଝର,୨୧ା୧(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ଆମୁଣି ଗ୍ରାମରେ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ଘଟଣାରେ ଅଭିଯୁକ୍ତଙ୍କୁ ୧୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି କେନ୍ଦୁଝର ଫାଷ୍ଟ ଟ୍ରାକ୍‌ କୋର୍ଟ ବିଚାରପତି ମାନସ କୁମାର ମିଶ୍ର। ଏହି ଘଟଣାରେ ଅଭିଯୁକ୍ତଙ୍କୁ ୧୦ ହଜାର ଟଙ୍କା ଆର୍ଥିକ ଜରିମାନା  କରାଯାଇଥିବା ବେଳେ ଜରିମାନା ଅନାଦେୟ ଅଧିକ ୬ ମାସ କାରାଦଣ୍ଡ ରାୟ ଶୁଣାଇ ଦିଆଯାଇଛି।

ପ୍ରକାଶ ଯେ, ୧୨.୨.୨୦୧୫ ଅପରାହ୍ନ ୪ଟା ୩୦ରେ ସଦର ଥାନା ଅଞ୍ଚଳର ଜଣେ ନାବାଳିକା ପାଣି ଆଣିବାକୁ ଯାଉଥିବା ବେଳେ ପଡ଼ୋଶୀ ସେଲେଇ ମୁଣ୍ଡା(୪୯) ବଳପୂର୍ବକ ଟେକିନେଇ ଅନ୍ୟ ଜଣେ ବ୍ୟକ୍ତିଙ୍କ ଘର ବାରଣ୍ଡାରେ ବଳାତ୍କାର କରିଥିଲେ। ଘଟଣାସ୍ଥଳରେ ପାଟି ଶୁଣି ପୀଡ଼ିତାଙ୍କ ମା’ ଏବଂ ଗାଁ ଲୋକ ପହଞ୍ଚି ସେଲେଇଙ୍କୁ କାବୁ କରିଥିଲେ। ଏନେଇ ସଦର ଥାନାରେ ପୀଡ଼ିତାଙ୍କ ମା’  ଅଭିଯୋଗ କରିବା ପରେ ପୋଲିସ କେସ ନଂ ୩୭/୧୬.୦୨.୨୦୧୬ରେ ଏକ ମାମଲା ରୁଜୁ କରି ଅଭିଯୁକ୍ତ ସେଲେଇ ମୁଣ୍ଡାଙ୍କୁ ଗିରଫ କରିଥିଲା। ସେବେଠାରୁ ସେ ବିଚାରଧୀନ ବନ୍ଦୀ ଭାବେ ଥିଲେ। ଫାଷ୍ଟ ଟ୍ରାକ୍‌ କୋର୍ଟ ବିଚାରପତି ୧୧ ଜଣ ସାକ୍ଷୀଙ୍କ ବୟାନ ସହ ଫରେନସିକ୍‌ ତଥ୍ୟକୁ ଆଧାର କରି ଭାରତୀୟ ପିଙ୍ଗଳ କୋର୍ଡର ଧାରା ୩୭୬(୧)ରେ ଅଭିଯୁକ୍ତଙ୍କୁ ଶନିବାର ଏହି ଦଣ୍ଡାଦେଶ ଶୁଣାଇଛନ୍ତି। ସରକାରଙ୍କ ତରଫରୁ ସ୍ବତନ୍ତ୍ର ପିପି ଜ୍ଞାନେନ୍ଦ୍ର ନାଥ ଜେନା ମାମଲା ପରିଚାଳନା କରୁଥିଲେ। ପୀଡ଼ିତାଙ୍କୁ ଆଇନ ସହାୟତା କେନ୍ଦ୍ର ତରଫରୁ ୪ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ରାଶି ପ୍ରଦାନ ପାଇଁ ଆଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

ସନାତନ ଧର୍ମର ସାତ୍ତ୍ୱିକ ପରିଚୟ

ସନାତନ ଧର୍ମ ବିଷୟରେ ସମସାମୟିକ ଭାରତୀୟ ରାଜନୈତିକ ସ୍ତରରେ ସବୁଠୁ ବେଶି ଆଲୋଚନା ହେଉଛି, କିିନ୍ତୁ ଏହି ଶବ୍ଦକୁ ସବୁଠାରୁ କମ୍‌ ବୁଝାଯାଉଥିବା ଜଣାପଡ଼ୁଛି। ଶାବ୍ଦିକ ଅର୍ଥରେ…

ମଣିଷଠାରୁ ମହାନ୍‌

ଓଡ଼ିଆ ସବୁଜ ସାହିତ୍ୟର ମହାରଥୀ କାଳିନ୍ଦୀଚରଣ ପାଣିଗ୍ରାହୀ ଏକାଧାରରେ ଥିଲେ କବି, ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ପ୍ରାବନ୍ଧିକ। କାଳଜୟୀ ଉପନ୍ୟାସ ‘ମାଟିର ମଣିଷ’ ପାଇଁ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri